Posted inRasifala

ରାଶିଫଳ: ରବିବାର, ଫେବୃୟାରୀ ୭ ତାରିଖ– Daily Horoscope

ମେଷ
କୌଣସି ବିଶିଷ୍ଟବ୍ୟକ୍ତିଙ୍କ ସହାୟତା ଲାଭ କରିବାର ସୁଯୋଗ ପାଇବେ। ଆଜକୁ କେତେଦିନ ହେଲା ମନେ ମନେ ଯାହା ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇଯିବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସାମାଜିକ ସ୍ତରରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ।
ବୃଷ
ବୃଷ
ବିଭିନ୍ନ ପ୍ରକାରର ଘରୋଇ ଝମେଲା କାରଣରୁ ମନଟା ଭଲ ରହିବ ନାହିଁ। ଯେଉଁ କାମରେ ହାତ ଦେଇଛନ୍ତି ତାହାକୁ ଯେ କୌଣସି ପ୍ରକାରେ କରିବାରେ ସମର୍ଥ ହେବେ। ବାଣିଜ୍ୟ ଓ ବ୍ୟବସାୟ, ପରିବହନ, ଲେଖାପଢ଼ା ଓ ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ଆଲୋଚନା ପରିସରରେ ବନ୍ଧୁଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ପ୍ରଦର୍ଶନ କରି ପ୍ରଶଂସିତ ହୋଇପାରନ୍ତି।
ମିଥୁନ
ମିଥୁନ
ଆଜି ଦିନସାରା ମନ ଭଲ ରହିବ ଏବଂ ବହୁତ ଦିନରୁ ଅଟକି ରହିଥିବା କାମ ସୁବିଧାରେ ହେବ। କିନ୍ତୁ ଆରଦ୍ରା ନକ୍ଷତ୍ରର କାମ କରିବାର ସ୍ପୃହା ଥିଲେ ମଧ୍ୟ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ଆର୍ଥିକ ପରିସ୍ଥିତି ବଦଳାଇବା ସକାଶେ କର୍ମମୁଖର ହେବେ। ଶିଳ୍ପ, ବ୍ୟବସାୟ ଓ ପରିବହନରେ ଉନ୍ନତି କରିବେ।
କର୍କଟ
କର୍କଟ
ଆଜି ହସଖୁସିରେ ସମୟ କଟାଇବେ ଏବଂ ବନ୍ଧୁ ମାନଙ୍କ ସାହାଯ୍ୟରେ କାମ ହାସଲ କରିବେ। ଅତୀତ କଥାକୁ ଚିନ୍ତା କରି ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେମିତି କିଛି ହେବନି। ଶିଳ୍ପ,ବ୍ୟବସାୟ ଓ ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ। ଅର୍ଥହାନି ଓ ଅଭାବ ଅସୁବିଧା ଯୋଗୁ ସାମୟିକ ଚିନ୍ତିତ ରହିବେ।
ସି˚ହ
ସି˚ହ
ଆର୍ଥିକ ଅନଟନ ମଧ୍ୟରେ ଅଣନିଃଶ୍ୱାସୀ ହେବେ, କିନ୍ତୁ ଶେଷରେ କିଛି ପାଇବେ। ପ୍ରଶାସନ, ଆଇନ, ଅଦାଲତ ଓ ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ମାତ୍ର ସାବଧାନ ରହିବା ଭଲ ହେବ କାରଣ ଅପ୍ରିୟ ସତ୍ୟ କହି ସହକର୍ମୀଙ୍କ ଚକ୍ଷୁଶୂଳ ହୋଇପାରନ୍ତି। ଶିଳ୍ପ,ବାଣିଜ୍ୟ ଓ ପରିବହନରେ ଲାଭବାନ ହେବେ।
କନ୍ୟା
ମାଗଣାରେ କୌଣସି କାମ କରିବା ସମ୍ଭବପର ହେବ ନାହିଁ, ବରଂ କିଛି ଦେଇ କାମ ହାସଲ କରିପାରିବେ। ଯେତିକି ପାଇବେ ତାହାଠାରୁ ଅଧିକ କିଛି ବ୍ୟୟ କରିବାକୁ ବାଧ୍ୟ ହେବେ। ତଥାପି ପୂର୍ବ ପ୍ରସ୍ତୁତି ନ ଥାଇ ମଧ୍ୟ ବନ୍ଧୁଙ୍କ ଅନୁରୋଧରେ କୌଣସି କାମ କରିବା ସକାଶେ ମନ ବଳାଇ ପାରନ୍ତି। କର୍ମକ୍ଷେତ୍ରରେ ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ।
ତୁଳା
ତୁଳା
ଆଜିର ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଜିନିଷ ପାଇ ମନ ଖୁସି ହେବ। ପୂର୍ବ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ ନାହିଁ। ଶିଳ୍ପ, ବାଣିଜ୍ୟ, କଳା, କ୍ରୀଡ଼ା, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ ସ୍ତରରେ କିଛିଟା ବ୍ୟତିକ୍ରମ ହୋଇପାରେ। ବନ୍ଧୁଙ୍କ ସାହାଯ୍ୟରୁ ଅର୍ଥଲାଭ ଓ ବନ୍ଧୁ ମିଳନ ଅବଶ୍ୟ ଘଟିବ କିନ୍ତୁ ସ୍ବାସ୍ଥ୍ୟ ସମସ୍ୟାକୁ କେନ୍ଦ୍ରକରି ଚିନ୍ତିତ ରହିବେ।
ବିଛା
ବିଛା
ମନଇଚ୍ଛା କାମ କରିଚାଲନ୍ତୁ ସାଧାରଣ ବ୍ୟତିକ୍ରମ ଦେଖାଗଲେ ମଧ୍ୟ କାମ ଅଟକିବ ନାହିଁ; ଯାହାକୁ ଅତି ଭଲ ପାଉଛନ୍ତି ତାହାଠାରୁ ପ୍ରତିଦାନ ପାଇବା କଷ୍ଟକର ହୋଇପଡିବ। ଆଲୋଚନା ପରିସରରେ ଟିକିଏ ଟିକିଏ କଥାରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହେବା କାରଣରୁ ଅନ୍ୟ ଉପରେ ରାଗି ପାରନ୍ତି।
ଧନୁ
ଧନୁ
କର୍ମକ୍ଷେତ୍ରରେ ସହକର୍ମୀଙ୍କଠାରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ପାଖ ପଡୋଶୀ କିମ୍ବା ଈର୍ଷା ପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି ଭିନ୍ନ ପ୍ରକାରର ମନ୍ତବ୍ୟ ଦେବେ। ପରିବାରରେ ପାରସ୍ପରିକ ବୁଝାମଣା ହେତୁ ଭ୍ରାତୃ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ। ବାକି ରହିଥିବା ଟଙ୍କା ପାଇବାରେ ଅସୁବିଧା ହେବ ନାହିଁ।
ମକର
ମକର
ନିକଟ ସମ୍ପର୍କୀୟମାନଙ୍କ ଅନୁକମ୍ପା ଲାଭ କରି କାର୍ଯ୍ୟ ପାଇଁ ପ୍ରସ୍ତୁତ ହୋଇପାରନ୍ତି। ପାରିବାରିକ କ୍ଷେତ୍ରରେ ମାନସିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇବା କାରଣରୁ ମନରେ ସରସତା ରହିବ। ବନ୍ଧୁମାନଙ୍କ ସହ ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ରପ୍ତାନି କାରବାର ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ବହୁତ ଦିନହେଲା ଯେଉଁ ଜିନିଷଟି ନ ପାଇ ବ୍ୟସ୍ତ ହେଉଥିଲେ ଆଜି ତାହା ଅତି ସୁବିଧାରେ ପାଇଯିବେ। ହଠାତ୍‌ ଜଣେ ବନ୍ଧୁ ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିବେ। ବିବାଦୀୟ ଘଟଣା କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ଶିଳ୍ପ,ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ବହୁତ ଲାଭ ପାଇବେ।
ମୀନମୀନ
ଆଜି ଅଟକି ରହିଥିବା କାମଗୁଡିକ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହୋଇପଡିବ। କିନ୍ତୁ ବନ୍ଧୁ ମାନଙ୍କ ନିକଟରୁ ଅର୍ଥ ଓ ସମ୍ମାନ ପାଇବାରେ କୌଣସି ଅସୁବିଧା ହେବନାହିଁ। ଶାସ୍ତ୍ରାଲୋଚନା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର, ନିର୍ମାଣ, ପରିବହନ, ସଭାସମିତି କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri