Posted inଖେଳ

ଇତିହାସ ରଚିଲା ଓ୍ବେଷ୍ଟଇଣ୍ଡିଜ୍‌

ଢାକା,୭।୨: ୱେଷ୍ଟଇଣ୍ଡିଜ କ୍ରିକେଟ୍‌ ଦଳ ଇତିହାସ ସୃଷ୍ଟି କରିଛି। ପ୍ରଥମ ଟେଷ୍ଟ ମ୍ୟାଚରେ ଆୟୋଜକ ବାଂଲାଦେଶ ପକ୍ଷରୁ ଦିଆଯାଇଥିବା ୩୯୫ ରନ୍‌ର ଲକ୍ଷ୍ୟ ହାସଲ କରି ସେ ଐତିହାସିକ ବିଜୟ ରେକର୍ଡ କରିଛନ୍ତି। ଟେଷ୍ଟ ଇତିହାସରେ ଏହା ପଞ୍ଚମ ଥର ହୋଇଛି, ଯେତେବେଳେ ଏକ ଦଳ ୩୯୫ କିମ୍ବା ତା’ଠାରୁ ଅଧିକ ଲକ୍ଷ୍ୟ ହାସଲ କରିଛି। ୱେଷ୍ଟଇଣ୍ଡିଜ ବିଜୟର ହିରୋ ଥିଲେ କାଇଲ ମେୟର୍ସ। ସେ ୨୧୦ ରନର ଅପରାଜିତ ଇନିଂସ ଖେଳିଥିଲେ। ଏହା ହେଉଛି କାଇଲ ମେୟର୍ସଙ୍କ ପ୍ରଥମ ଟେଷ୍ଟ ମ୍ୟାଚ। ସେ ପ୍ରଥମ ଟେଷ୍ଟ ମ୍ୟାଚରେ ଦ୍ୱିଶତକ ହାସଲ କରିଛନ୍ତି। ପ୍ରଥମ ଟେଷ୍ଟ ମ୍ୟାଚ ଫେବୃଆରୀ ୩ରୁ ଚିଟାଗଙ୍ଗ ଆୟୋଜକ ବାଂଲାଦେଶ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିଲା। ପ୍ରଥମ ଇନିଂସରେ ବାଂଲାଦେଶ ୪୩୦ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ୱେଷ୍ଟଇଣ୍ଡିଜ ଦଳ ୨୫୯ ରନରେ ଅଲଆଉଟ୍‌ ହୋଇଥିଲା। ଏହିପରି ଭାବରେ ବାଂଲାଦେଶ ପ୍ରଥମ ଇନିଂସରେ ୧୭୧ ରନର ଏକ ବଡ଼ ଅଗ୍ରଣୀ ହାସଲ କଲା। ପରେ ଦ୍ୱିତୀୟ ଇନିଂଶରେ ବାଂଲାଦେଶ ୮ ଉଇକେଟ ହରାଇ ୨୨୩ ରନ ସ୍କୋର କରି ଦ୍ୱିତୀୟ ଇନିଂସ ଘୋଷଣା କରିଛି। ଫଳରେ ୱେଷ୍ଟଇଣ୍ଡିଜକୁ ୧୩୦ ଓଭରରେ ୩୯୫ ରନର ବିଜୟ ଲକ୍ଷ୍ୟ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri