ପ୍ରଧାନମନ୍ତ୍ରୀଙ୍କ ‘ଅମ୍ଫନ’ ସହାୟତା: ଖର୍ଚ୍ଚ କରିବାକୁ ଅନୁମତି ଦେଉନି କେନ୍ଦ୍ର

ଭୁବନେଶ୍ୱର,୮।୨(ବ୍ୟୁରୋ): ଓଡ଼ିଶା ବାତ୍ୟାପ୍ରବଣ ରାଜ୍ୟ। ଏଥିଯୋଗୁ ପ୍ରତ୍ୟେକ ବର୍ଷ ବହୁ ଧନ ଜୀବନ ନଷ୍ଟ ହେଉଛି। ବାତ୍ୟା ଦାଉରୁ ରକ୍ଷା ପାଇବା ପାଇଁ ରାଜ୍ୟ ସରକାର ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ଦୀର୍ଘକାଳୀନ ବାତ୍ୟା ନିରୋଧୀ ଭିତ୍ତିଭୂମି ନିର୍ମାଣ କରିବାକୁ ଯୋଜନା କରିଛନ୍ତି। ତେବେ ଏଥିପାଇଁ ଅର୍ଥ ବାଧକ ସାଜିଛି। ବାତ୍ୟା ଅମ୍ଫନ କ୍ଷୟକ୍ଷତି ଭରଣା ପାଇଁ ଓଡ଼ିଶାକୁ ତତ୍କାଳ ମିଳିଥିବା ୫୦୦ କୋଟି ଟଙ୍କା ଖର୍ଚ୍ଚ କରିବାକୁ କେନ୍ଦ୍ର ସରକାର ଅନୁମତି ଦେଉ ନାହାନ୍ତି। ବାତ୍ୟା ନିରୋଧୀ ପ୍ରକଳ୍ପକୁ ନେଇ ରାଜ୍ୟ ସରକାର ଅଡୁଆରେ ପଡିଛନ୍ତି।
୨୦୨୦ ମେ ୨୦ ତାରିଖରେ ବାତ୍ୟା ‘ଅମ୍ଫନ’ ଯୋଗୁ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ପ୍ରଭାବିତ ହେଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୨୦ ମେ ୨୨ ତାରିଖରେ ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବା ପରେ ଓଡ଼ିଶା ପାଇଁ ୫୦୦ କୋଟି ଟଙ୍କାର ତତ୍କାଳ ସହାୟତା ଘୋଷଣା କରିଥିଲେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପରଦିନ ଆର୍ଥାତ୍‌ ମେ ୨୩ ତାରିଖରେ ଓଡ଼ିଶାକୁ ସେହି ଅର୍ଥ ମିଳିଲା। ଏ ନେଇ କେନ୍ଦ୍ର ସରକାରଙ୍କୁ ମଧ୍ୟ ରାଜ୍ୟ ସରକାର ଧନ୍ୟବାଦ ଦେଇଥିଲେ। ତେବେ ଉପକୂଳ ଓଡ଼ିଶାରେ ଦୀର୍ଘକାଳୀନ ବାତ୍ୟା ନିରୋଧୀ ଭିତ୍ତିଭୂମି ନିର୍ମାଣ ପାଇଁ ସେହି ଅର୍ଥ ଖର୍ଚ୍ଚ କରିବାକୁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଅନୁମତି ଦେଉ ନାହିଁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଚିଠି ଲେଖିବା ପରେ ମଧ୍ୟ କେନ୍ଦ୍ର ସରକାର ଏ ନେଇ କୌଣସି ନିଷ୍ପତ୍ତି ନେଇ ନାହାନ୍ତି। ତେବେ ନିକଟରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଓଡ଼ିଶାକୁ ଜାତୀୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି(ଏନ୍‌ଡିଆର୍‌ଏଫ୍‌) ପାଇଁ କୌଣସି ଅର୍ଥ ଯୋଗାଇ ଦିଆଯାଇ ନାହିଁ। ଅମ୍ଫନ ଅନ୍ତରୀଣ ସହାୟତା ରାଶି ୫୦୦ କୋଟିକୁ ଭବିଷ୍ୟତରେ ବିପର୍ଯ୍ୟୟ ମୁକାବିଲା ପାଇଁ ଖର୍ଚ୍ଚ କରିବାକୁ ବୈଠକରେ ନିଷ୍ପତ୍ତି ହୋଇଛି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏନେଇ ଗୃହ ବିଭାଗକୁ ଚିଠି ଲେଖି ଜଣାଇ ଦେଇଛି। ଫଳରେ ବାତ୍ୟା ପ୍ରଭାବିତ ଅଞ୍ଚଳରେ ଦୀର୍ଘମିଆଦୀ ଭିତ୍ତିଭୂମି ଲାଗି ରାଜ୍ୟ ସରକାର କରିଥିବା ଯୋଜନା ପାଇଁ ଅର୍ଥ ଯୋଗାଡ଼ କରିବା ନେଇ ଅଡୁଆରେ ପଡ଼ିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟରୁ ଚିଠି ପାଇବା ପରେ ଚଳିତ ସପ୍ତାହରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଅମ୍ଫନ କ୍ଷୟକ୍ଷତି ଭରଣା ପାଇଁ ଓଡ଼ିଶାକୁ ଦିଆଯାଇଥିବା ଅନ୍ତରୀଣ ସହାୟତା ବାବଦ ୫୦୦ କୋଟି ଟଙ୍କାକୁ ବାତ୍ୟା ନିରୋଧୀ ଦୀର୍ଘକାଳୀନ ଭିତ୍ତିଭୂମି ବାବଦରେ ଖର୍ଚ୍ଚ କରିବା ନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ଗତ ସପ୍ତାହରେ ପତ୍ର ଲେଖିଛନ୍ତି। କରୋନା ଯୋଗୁ ରାଜ୍ୟର ଆର୍ଥିକ ଅବସ୍ଥା ଭଲ ନ ଥିବା ବେଳେ କେନ୍ଦ୍ର ସରକାରଙ୍କ ଅସହଯୋଗକୁ ନେଇ ରାଜ୍ୟ ସରକାର ଚିନ୍ତାରେ ପଡିଛନ୍ତି।
ଉଲ୍ଲେଖଯୋଗ୍ୟ ଯେ ଅମ୍ଫନ ମାଡ଼ରେ ଉପକୂଳବର୍ତ୍ତୀ ୧୦ଟି ଜିଲା କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, କଟକ, ଖୋର୍ଦ୍ଧା ଏବଂ ପୁରୀ ପ୍ରଭାବିତ ହୋଇଥିଲା। ସେଥିରୁ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁର ଜିଲାରେ ଭୟଙ୍କର କ୍ଷୟକ୍ଷତି ହୋଇଛି। କ୍ଷୟକ୍ଷତିର ଭରଣା ପାଇଁ ରାଜ୍ୟ ସରକାର ୨୦୨୦ଜୁନ୍‌ ୨୨ତାରିଖରେ ୧୬,୨୩୫ କୋଟିର ଚୂଡ଼ାନ୍ତ ରିପୋର୍ଟ କେନ୍ଦ୍ର ସରକାରଙ୍କୁ ପ୍ରଦାନ କରିଥିଲେ। କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ବାଲେଶ୍ୱର ଏବଂ ଭଦ୍ରକ ଜିଲାରେ ବାତ୍ୟା ନିରୋଧୀ ବିଦ୍ୟୁତ୍‌ ଭିତ୍ତିଭୂମି ପାଇଁ ୧୧ ହଜାର ୧୧୪କୋଟି, ଗ୍ରାମାଞ୍ଚଳ ଗୃହ ନିର୍ମାଣ ପାଇଁ ୪,୧୫୨ କୋଟି, ସମୁଦ୍ର ପାଣି ଅଟକାଇବାକୁ ଲୁଣାବନ୍ଧ ପାଇଁ ୭୬୭ କୋଟି ଏବଂ ରିଲିଫ୍‌ ଓ ଥଇଥାନ ପାଇଁ ୨୦୨ କୋଟି ଟଙ୍କାର ପ୍ରସ୍ତାବ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri