Posted inଖେଳ

ନିଆରା ରେକର୍ଡ ହାସଲ କଲେ ଏହି କ୍ରିକେଟର୍‌

ଚେନ୍ନାଇ,୮।୨:ଚେନ୍ନାଇର ଏମ ଚିଦାମ୍ବରମ ଷ୍ଟାଡିୟମରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ଚାରି ମ୍ୟାଚ ବିଶିଷ୍ଟ ସିରିଜର ପ୍ରଥମ ଟେଷ୍ଟ ମ୍ୟାଚ ଦେଖିବାକୁ ମିଳୁଛି। ଏହି ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ଇଂଲଣ୍ଡ ସାମ୍ନାରେ ସଂଘର୍ଷ କରୁଥିବା ଦେଖିବାକୁ ମିଳିଛି। ଇଂଲଣ୍ଡ ପ୍ରଥମ ଇନିଂସରେ ୫୭୮ ରନ ସ୍କୋର କରିଥିଲା। ଯଦିଓ ଭାରତୀୟ ବୋଲରମାନେ ପ୍ରଥମ ଇନିଂସରେ ବହୁତ ସଫଳ ହୋଇନାହାଁନ୍ତି, କିନ୍ତୁ କିମ୍ବଦନ୍ତୀ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଏକ ସ୍ବତନ୍ତ୍ର ରେକର୍ଡ କରିଛନ୍ତି।
ଇଂଲଣ୍ଡ ଦଳ ପ୍ରଥମ ଇନିଂସରେ ୧୯୦.୧ ଓଭର ଖେଳିଥିଲା। ସମସ୍ତ ଭାରତୀୟ ବୋଲରମାନେ ଉଇକେଟ୍‌ ନେବାକୁ କଠିନ ପରିଶ୍ରମ କରିଥିଲେ। ଜସପ୍ରୀତ ବୁମ୍‌ରା ଏବଂ ରବିଚନ୍ଦ୍ରନ ଅଶ୍ୱିନ ୩-୩ ଉଇକେଟ ନେଇଥିଲେ। ଇଂଲଣ୍ଡର ଆଧିପତ୍ୟ ଭାରତର ଅସୁବିଧାକୁ ବଢାଇଲା। ଇଂଲଣ୍ଡର ପ୍ରଥମ ଇନିଂସରେ ଅଶ୍ୱିନ ସର୍ବାଧିକ ୫୫.୧ ଓଭର ବୋଲିଂ କରିଥିଲେ। ଉପରୋକ୍ତ ଆକଳନରୁ ଜଣାପଡିଛି ଯେ ଅଶ୍ୱିନ ଦୁଇ ବର୍ଷ ପୂର୍ବେ ଅଷ୍ଟ୍ରେଲିଆ ବିପକ୍ଷରେ ୨୦୧୮-୧୯ରେ ୫୦ରୁ ଅଧିକ ଓଭର ବୋଲିଂ କରିଥିଲେ।

୫୫.୧ ଓଭର ଚେନ୍ନାଇରେ ଇଂଲଣ୍ଡ ବିପକ୍ଷରେ (୨୦୨୦-୨୦୨୧)
୫୩.୦ ଓଭର ଆଡିଲେଡ ଅଷ୍ଟ୍ରେଲିଆ ବିପକ୍ଷରେ (୨୦୧୧-୧୨)
୫୨.୫ ଓଭର ଆଡିଲେଡ ଅଷ୍ଟ୍ରେଲିଆ ବିପକ୍ଷରେ (୨୦୧୮-୧୯)
୫୨.୩ ଓଭର କୋଲକାତାରେ ଇଂଲଣ୍ଡ ବିପକ୍ଷରେ (୨୦୧୨-୧୩)
୫୨.୧ ଓଭର ମୁମ୍ବାଇରେ ୱେଷ୍ଟଇଣ୍ଡିଜ ବିପକ୍ଷରେ (୨୦୧୧-୧୨)


Enter your email to get our daily news in your inbox.

All Right Reserved By Dharitri.Com

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri