Posted inRasifala

ରାଶିଫଳ: ମଙ୍ଗଳବାର, ଫେବୃୟାରୀ ୯ ତାରିଖ– Daily Horoscope

ମେଷ
ଆଜି ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ ଅଟକିବ ନାହିଁ। କିନ୍ତୁ ସଭାସମିତିରେ ନିଜର ସୀମା ଭିତରେ ରହିବା ଭଲ ନତୁବା ସାଧାରଣ କଥାରେ ମଧ୍ୟ ସମସ୍ୟା ଆସିବ। ମଧ୍ୟାହ୍ନ ପରେ ପରେ ଦେଇଥିବା ଜିନିଷ ଫେରି ପାଇବେ କିମ୍ବା ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ପାରିବାରିକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଥିବାର ଅନୁଭବ କରିବେ।
ବୃଷ
ବୃଷ
ଆଜି ବିଭିନ୍ନ କ୍ଷେତ୍ରରୁ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ। ମାଙ୍ଗଳିକ କାମରେ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ମଧ୍ୟାହ୍ନରେ ଟେନସନ୍‌ ଦୂର ହେବ। କଳା, ସାହିତ୍ୟ ଓ ସାମ୍ବାଦିକତା, ଚୁକ୍ତିପତ୍ର କ୍ଷେତ୍ରରୁ ସୁଫଳ ମିଳିବ। କର୍ମକ୍ଷେତ୍ର ସମସ୍ୟାବହୁଳ ହୋଇପାରେ।
ମିଥୁନ
ମିଥୁନ
ବିଭିନ୍ନ ପ୍ରକାରର ସଂଘର୍ଷମୟସ୍ଥିତି କାରଣରୁ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ। ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ମନକଥା ମନରେ ରଖିପାରିବେ ନାହିଁ, ବନ୍ଧୁଙ୍କ ନିକଟରେ ପ୍ରକାଶ କରିବାକୁ ବାଧ୍ୟ ହେବେ। ନିଜର ସହକର୍ମୀଙ୍କ ପ୍ରତ୍ୟେକ କଥା ଓ କାର୍ଯ୍ୟକୁ ସନ୍ଦେହ ଦୃଷ୍ଟିରେ ଦେଖିପାରନ୍ତି।
କର୍କଟ
କର୍କଟ
ଭାବପ୍ରବଣତାରେ ଭାସିଯାଇ ଗୁରୁତ୍ୱପୂର୍ଣ୍ଣ କଥାଟିକୁ ପାସୋରି ଦେବାରୁ ସମସ୍ୟା ଉପୁଜିପାରେ। ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ ନତୁବା ଅସୁବିଧାରେ ପଡିବେ। ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ। ନିର୍ମାଣ, ଯୋଗାଯୋଗ, ପ୍ରେସ୍‌, ପବ୍ଲ୍ଳିକେଶନ, ଆଲୋଚନା ଓ ସଭାସମିତିରେ କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ।
ସି˚ହ
ସି˚ହ
ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ ସହଯୋଗ ଅଭାବରୁ ତାହା ମଉଳି ଯିବାକୁ ବସିପାରେ। ବାଣିଜ୍ୟ, ବ୍ୟବସାୟ, ନିର୍ମାଣ, ଯାତ୍ରା, କଚେରି ମାମଲା ସମ୍ପର୍କିତ କ୍ଷେତ୍ରରୁ ଆଶାନୁରୂପ ଫଳ ପାଇବେ। କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ। କେତେକ ଆକସ୍ମିକ ସୁଯୋଗ ହାତଛଡ଼ା ହୋଇପାରେ ବିଶେଷତଃ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେବା ଅତି ଜରୁରୀ ଅଟେ।
କନ୍ୟା
ଆପଣ ଅନ୍ୟମନସ୍କ ରହି ନୀରବତା ଅବଲମ୍ବନ କରିବା ଦ୍ୱାରା ଅନ୍ୟମାନେ ବିଭିନ୍ନ ପ୍ରକାରର ଟୀକାଟିପ୍ପଣୀ ଦେଇପାରନ୍ତି। ବନ୍ଧୁ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରିବେ।
ତୁଳା
ତୁଳା
ବାରମ୍ବାର ଚେଷ୍ଟା କରି ମଧ୍ୟ କେତେକ ଅପୂରଣୀୟ ଆଶା ମନରେ ଆଲୋଡନ ସୃଷ୍ଟି କରିବ। କୌଣସି ବିବାଦୀୟ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ। ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ସହକର୍ମୀ ଅବଶ୍ୟ ସାହାଯ୍ୟ କରିବେ। କଳା, ସାହିତ୍ୟ, ସାମ୍ବାଦିକତା, ରାଜନୀତି ଓ ଅର୍ଥନୀତି କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିବେ।
ବିଛା
ବିଛା
ଯାହାକୁ ନିଜର ମନେ କରୁଛନ୍ତି, ସେହିମାନେ ହିଁ ଆପଣଙ୍କ ପ୍ରଶଂସା ଓ ପ୍ରତିଷ୍ଠାକୁ ସହିପାରିବେ ନାହିଁ। ଅଫିସ୍‌ରେ କେତେକ ବ୍ୟକ୍ତି ମଧ୍ୟ ନିଜର ଭଳି ଅଭିନୟ କରି ପଛରେ ବିଭିନ୍ନ ପ୍ରକାରର କଥା କହିବେ। ପରିବାରରେ ଆପୋସ ଆଲୋଚନା ଦ୍ୱାରା ଘରୋଇ ସମସ୍ୟାର ସରଳ ସମାଧାନ ହୋଇଯିବ। ପ୍ରକାଶନ, ପ୍ରଶାସନ, ଚୁକ୍ତିପତ୍ର, ରାଜନୀତି, କଳା, ସାହିତ୍ୟରେ ସମସ୍ୟା ସମାଧାନ ହେବାର ଆଶା ରହିଛି।
ଧନୁ
ଧନୁ
ଯେତେ ପ୍ରକାରର ସମସ୍ୟା ଆସିଲେ ମଧ୍ୟ ତାହାର ଠିକ୍‌ ସାମନା କରିବା ପାଇଁ ଚେଷ୍ଟା କରିବେ। ବ୍ୟବସାୟ, ପରିବହନ, ପ୍ରକାଶନ, ନିର୍ମାଣ, ସଭାସମିତି ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ସାୟାହ୍ନେ ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ସାଧାରଣ କଥାକୁ କେନ୍ଦ୍ରକରି ଓ ପ୍ରକୃତ ଘଟଣା ନ ବୁଝି ପଡୋଶୀ କ୍ରୋଧ ପ୍ରକାଶ କରିପାରନ୍ତି।
ମକର
ମକର
ଆଜି ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବା ଆଶାରେ ବନ୍ଧୁଙ୍କୁ ବିଭିନ୍ନ ପ୍ରକାରର କଥା କହି କାମ ହାସଲ କରିବେ। ସରକାରୀସ୍ତରରୁ ପ୍ରତୀକ୍ଷା କରିଥିବା କାୈଣସି ଖବର ପାଇ ଖୁସି ହେବେ। ଶିଳ୍ପ, ପରିବହନ ଓ ବାଣିଜ୍ୟରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ। ନିଜର ପ୍ରତିବେଶୀଙ୍କ ସହ ସମ୍ପର୍କ ଯୋଡ଼ିବା ସକାଶେ ଆପ୍ରାଣ ଚେଷ୍ଟା କରିବେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ କାହାର ମନଗଢ଼ା କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ। ପରିବାରର ଅକୁହାକଥାକୁ ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। ଅଧସ୍ତନ କର୍ମଚାରୀମାନଙ୍କୁ ସନ୍ତୁଷ୍ଟ କରିବାକୁ ଯାଇ ଆପଣଙ୍କୁ ବହୁତ କଷ୍ଟ ସ୍ବୀକାର କରିବାକୁ ପଡ଼ିବ। ଆଜି ଦିନଟିରେ ବାଣିଜ୍ୟ ଓ ବ୍ୟବସାୟିକ ସଫଳତା ମିଳିବ।
ମୀନମୀନ
ପାରିବାରିକ, ସାମାଜିକ ଓ ଆନୁଷ୍ଠାନିକ କ୍ଷେତ୍ର ସାମାନ୍ୟ ବ୍ୟତିକ୍ରମ ମଧ୍ୟରେ ଚାଲୁରହିବ। କର୍ମକ୍ଷେତ୍ରରେ ଶୁଣାକଥାକୁ ବିଶ୍ୱାସ କରି କୌଣସି କାମ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ବନ୍ଧୁଙ୍କ ଖାପଛଡ଼ା କଥା ଓ ବେଖାତିର ମନୋଭାବ ଯୋଗୁଁ ଚିନ୍ତାପ୍ରକଟ କରିବେ। କେତେକ ସ୍ଥାନରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ପୌଷ ଅମବାସ୍ୟାରେ ଖୋଲିବ ଏହି 3 ରାଶିର ଭାଗ୍ୟ, ସବୁ କ୍ଷେତ୍ରରେ ମିଳିବ ସଫଳତା

ନୂଆଦିଲ୍ଲୀ,୧୯ା୧୨: ଆଜି ପବିତ୍ର ପୌଷ ଅମବାସ୍ୟା । ଆଜି ଭାବପ୍ରବଣ ଗଭୀରତା ଏବଂ ନବୀକରଣ ଶକ୍ତିର ଦିନ। ଆଜି ଶାନ୍ତ ଏବଂ ସଚ୍ଚୋଟ ଆଲୋଚନା, ଅତୀତର...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri