Posted inଖେଳ

ଜାତୀୟ ନଗେଶ ଟ୍ରଫି ଦୃଷ୍ଟିହୀନ କ୍ରିକେଟ: ବିଜୟ ସହ ଓଡ଼ିଶାର ଅଭିଯାନ

ଭୁବନେଶ୍ୱର,୯।୨(କ୍ରୀଡ଼ା ପ୍ରତିନିଧି)-
ବେଙ୍ଗାଲୁରୁଠାରେ ସୋମବାରଠାରୁ ୩ୟ ନଗେଶ ଟ୍ରଫି ଜାତୀୟ କ୍ରିକେଟ ଟୁର୍ନାମେଣ୍ଟ ଆରମ୍ଭ ହୋଇଛି। ଓଡ଼ିଶା ଏହାର ପ୍ରଥମ ମ୍ୟାଚରେ ମଧ୍ୟପ୍ରଦେଶକୁ ୧୩୯ ରନରେ ହରାଇ ଅଭିଯାନ ଆରମ୍ଭ କରିଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଓଡ଼ିଶା ନକୁଳ ବଡ଼ନାୟକ(୫୯ ବଲ୍‌ରୁ ୧୦୧ ରନ)ଙ୍କ ଦ୍ରୁତ ଅପରାଜିତ ଶତକ, ସୁଖରାମ ମାଝିଙ୍କ ୭୨*(୩୯ ବଲ) ଓ ଅଧିନାୟକ ଜାଫର ଇକବାଲଙ୍କ ୩୬(୧୭ ବଲ) ରନ ବଳରେ ୨୦ ଓଭରରେ ୨ ଉଇକେଟ ହରାଇ ୨୪୯ ରନ କରିଥିଲା। ଜବାବରେ ମଧ୍ୟପ୍ରଦେଶ ୨୦ ଓଭରରେ ୯ ଉଇକେଟ ହରାଇ ୧୧୦ ରନ କରିପାରିଥିଲା। ଓଡ଼ିଶା ବୋଲରଙ୍କ ମଧ୍ୟରେ ସୁଖରାମ ୩ଟି, ପଙ୍କଜ ଭୁଏ ୨ଟି ଏବଂ ନକୁଳ, ତପନ କୁମାର ଗୌଡ଼ା ଓ ରଘୁରାମ ନାୟକ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ଅଲରାଉଣ୍ଡ ପ୍ରଦର୍ଶନ ପାଇଁ ସୁଖରାମ ମ୍ୟାନ ଅଫ୍‌ ଦି ମ୍ୟାଚ ପୁରସ୍କାର ପାଇଥିଲେ। ଓଡ଼ିଶା ମଙ୍ଗଳବାର ପଶ୍ଚିମବଙ୍ଗକୁ ଭେଟିବ।
ଓଡ଼ିଶା ଦଳ: ମହମ୍ମଦ ଜାଫର ଇକବାଲ (ଅଧିନାୟକ), କାଳିଆ ପ୍ରଧାନ, ତପନ କୁମାର ଗୌଡ଼ା, ଦେବରାଜ ବେହେରା, ଅନିଲ କୁମାର ମଲିକ, ଲାଲ ପ୍ରସାଦ ସୋରେନ, ସିଂ ରାଇ ମାଝି, ନକୁଳ ବଡ଼ନାୟକ, ରଘୁରାମ ନାୟକ, ଶୁକଦେବ ସୋରେନ, ପଙ୍କଜ ଭୁଏ, ସୁଖରାମ ମାଝି, ଧନପତି ଗୌଡ଼ା, ଲିଙ୍ଗରାଜ ରାଉତରା। କୋଚ୍‌: ଚନ୍ଦ୍ରଶେଖର ପଟ୍ଟନାୟକ, ସହକାରୀ କୋଚ୍‌: ଦେବାଶିଷ ଜେନା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri