ନବରଙ୍ଗପୁର,୧୦ା୨(ବି.ପ୍ର.): ଚିକିତ୍ସାଧୀନ ଅବସ୍ଥାରେ ସୋମବାର ରାତି ପ୍ରାୟ ସାଢେ ୧୦ଟାରେ ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ହୋଇଯାଇଛି। ସେ ହେଲେ କୋଷାଗୁମୁଡା ବ୍ଲକ ନାଗିଗୁଡା ଗାଁର ରାମଧର ଭତରା(୨୦)। ସୋମବାର ରାମଧରଙ୍କର ଅତ୍ୟଧିକ ଝାଡା ହେବାରୁ ଜେଲ କର୍ତ୍ତୃପକ୍ଷ ତାଙ୍କୁ ନବରଙ୍ଗପୁର ଜିଲା ସଦର ମହକୁମା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ରାତି ପ୍ରାୟ ସାଢେ ୧୦ଟାରେ ତାଙ୍କର ମୃତ୍ୟୁ ହୋଇଛି। ଏନେଇ ନବରଙ୍ଗପୁର ଥାନାରେ ୫/୨୧ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି। ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଭିଡିଓଗ୍ରାଫି କରାଯାଇ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ମାଜିଷ୍ଟ୍ରେଟ ଭାବେ ସହକାରୀ ଜିଲାପାଳ କମଳେଶ ମହନ୍ତ, ଅତିରିକ୍ତ ଏସ୍ପି ସି.ଏଚ.ହୃଦୟାନନ୍ଦ, ନବରଙ୍ଗପୁର ଥାନାଧିକାରୀ ତାରିକ ଅହମ୍ମଦ, ଜେଲ ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷ ପଟ୍ଟନାୟକ, ତହସିଲଦାର ରବୀନ୍ଦ୍ର ରାଉତ ପ୍ରମୁଖ ଉପସ୍ଥିତ ଥିଲେ। ଜେଲ ପକ୍ଷରୁ ସୁପରିଣ୍ଟେଣ୍ଡେଣ୍ଟ ୫ ହଜାର ଟଙ୍କା ଓ ଜିଲା ରେଡ୍କ୍ରସ୍ ପକ୍ଷରୁ ତହସିଲଦାର ୧୫ ହଜାର ଟଙ୍କା ମୃତକଙ୍କ ପରିବାର ଲୋକଙ୍କୁ ପ୍ରଦାନ କରିଛନ୍ତି। ପ୍ରକାଶ ଯେ, ଜଣେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଜାନୁୟାରୀ ୨୨ରେ କୋଡିଙ୍ଗା ପୋଲିସ ରାମଧରଙ୍କୁ ଗିରଫକରି କୋର୍ଟ ଚାଲାଣ କରିଥିଲା। କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ତାଙ୍କୁ ନବରଙ୍ଗପୁର ଉପକାରାଗାରକୁ ପଠାଯାଇଥିଲା।
Posted inଆମ ଜିଲା ଖବର, ନବରଙ୍ଗପୁର View All
ବୃଦ୍ଧାବସ୍ଥାରେ ଜୀବନଟା କଷ୍ଟଦାୟକ: ନଞ୍ଜାଙ୍କୁ ମିଳୁଛି କମ ଭତ୍ତା, ଦୁଇଓଳା ଦୁଇମୁଠା ଖାଇବା…
ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ବୟସ ଥିବା ସମୟରେ ଜୀବନଟା ସେତେଟା କଷ୍ଟ ଲାଗେନି କିନ୍ତୁ ବୃଦ୍ଧାବସ୍ଥା ଶରୀରକୁ ରୋଗକ୍ରାନ୍ତ କରିପକାଏ। ଏଭଳି କିଛି ଦୃଶ୍ୟ...
ବସ୍ଷ୍ଟାଣ୍ଡ ପାଇଁ ଗଛକଟା: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ…
ବାରିପଦା, ୨୧।୧୧ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଥିବା ଗଛକଟାକୁ ତୀବ୍ର ବିରୋଧ କରାଯାଇଛି। ପରିବେଶବିତ୍...
୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର
ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...
ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…
ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...
ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!
କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...
୧୦ ଟଙ୍କାରେ ଧାନ ବିକିଲେ ଚାଷୀ
ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...
କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ
ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍ଘାଟନୀ...
ଶୀତରେ ଥରୁଛି କଳାହାଣ୍ଡି
ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...
Archives


