ଆଜମଙ୍କୁ କୋହଲିଙ୍କ ସହ ତୁଳନା କରାଯାଇପାରିବ

ଆଜମଙ୍କୁ କୋହଲିଙ୍କ ସହ ତୁଳନା କରାଯାଇପାରିବ
ବର୍ମିଂହାମ, ୨୭।୬(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ର ଏକ ରୋମାଞ୍ଚକ ମ୍ୟାଚ୍‌ରେ ବୁଧବାର ପାକିସ୍ତାନ ୬ ଉଇକେଟ୍‌ରେ ଟାଇଟଲ୍‌ ଦାବିଦାର ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି। ଏଥିସହ ବିଶ୍ୱକପ୍‌ରେ ନ୍ୟୁଜିଲାଣ୍ଡର ଅପରାଜେୟ ଧାରାରେ ପାକିସ୍ତାନ ରୋକ୍‌ ଲଗାଇବାରେ ସଫଳ ହୋଇଛି। ଏହି ମ୍ୟାଚ୍‌ରେ ଉଦୀୟମାନ ବ୍ୟାଟ୍ସମ୍ୟାନ ବାବର ଆଜମ ଅପରାଜିତ ୧୦୧ ରନର ଶତକୀୟ ଇନିଂସ ଖେଳି ଦଳକୁ ଜିତାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ବାବରଙ୍କ ଏହି ମ୍ୟାଚ୍‌ ବିଜୟୀ ଇନିଂସକୁ ଦଳର ବ୍ୟାଟିଂ କୋଚ୍‌ ଗ୍ରାଣ୍ଟ ଫ୍ଲାଓ୍ବାର ଭୂୟସୀ ପ୍ରଶଂସା କରିବା ସହ ତାଙ୍କୁ ଭାରତର ରନ୍‌ ମେସିନ ବିରାଟ କୋହଲିଙ୍କ ସହ ତୁଳନା କରାଯାଇପାରିବ ବୋଲି କହିଛନ୍ତି। ‘ସେ ଜଣେ ସ୍ବତନ୍ତ୍ର ଖେଳାଳି। ପାକିସ୍ତାନରୁ ସୃଷ୍ଟି ହୋଇଥିବା ଖେଳାଳିଙ୍କ ମଧ୍ୟରେ ସେ ସର୍ବକାଳୀନ ଶ୍ରେଷ୍ଠ ଖେଳାଳି। ସେ ଫିଟ୍‌ ଥିବା ସହ ପ୍ରକୃତରେ ରନ୍‌ ସଂଗ୍ରହ ପାଇଁ ଭୋକିଲା ରହିଛନ୍ତି’ ବୋଲି ଫ୍ଲାଓ୍ବାର କହିଛନ୍ତି। କୋହଲିଙ୍କ ସହ ବାବରଙ୍କୁ ତୁଳନା କରାଯିବାକୁ ନେଇ ଫ୍ଲାଓ୍ବାର କହିଛନ୍ତି, ‘ମୋତେ ଲାଗୁଛି ସେ ଗ୍ରାଉଣ୍ଡରେ ପାଦ ରଖିସାରିଛନ୍ତି ମାନେ ତାଙ୍କ କ୍ୟାରିୟର ବହୁତ ଉଜ୍ଜ୍ୱଳ ରହିବ। ସେ ବିରାଟଙ୍କ ପରି ଭୋକିଲା ରହିଛନ୍ତି। ଭବିଷ୍ୟତରେ ସେ ବିରାଟଙ୍କ ସହ ବରାବର୍‌ ହୋଇପାରିବେ’। ପ୍ରକାଶଯୋଗ୍ୟ, ଏହି ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ପକ୍ଷରୁ ଧାର୍ଯ୍ୟ ୨୩୮ ରନର ଲକ୍ଷ୍ୟକୁ ପିଛା କରି ପାକିସ୍ତାନ ଏକଦା ୧୧୦ ରନରେ ୩ଟି ଉଇକେଟ୍‌ ହରାଇ ସଙ୍କଟରେ ପଡ଼ିଥିଲା। କିନ୍ତୁ ବାବର ୧୦୧ ରନର ଅପରାଜିତ ଇନିଂସ ଖେଳି ଦଳକୁ ସହଜରେ ବିଜୟୀ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀ ମୋ ବାପାଙ୍କ ଭଳି…କିଛି ଏଭଳି କହିଲେ…

ନୂଆଦିଲ୍ଲୀ,୪।୫: ୨୦୨୨ରେ ପ୍ରଥମ ଥର ଆଇପିଏଲ୍‌ ଖେଳିଥିବା ମଥିଶା ପଥିରାନା ନିଜର ବୋଲିଂକୁ ନେଇ ‘ବେବି ମଲିଙ୍ଗା’ ନାମରେ ଖ୍ୟାତ। ଶ୍ରୀଲଙ୍କା ଅଣ୍ଡର ୧୯ ଟିମ୍‌ରେ...

‘ଓ୍ବାର୍ନର ୭୦% ଭାରତୀୟ, ୩୦% ଅଷ୍ଟ୍ରେଲିୟ’

ନୂଆଦିଲ୍ଲୀ,୪।୫: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ତଥା ବର୍ତ୍ତମାନ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଆଇପିଏଲ୍‌ ଖେଳୁଥିବା ଡେଭିଡ୍‌ ଓ୍ବାର୍ନରଙ୍କୁ ଭାରତ କେତେ ପସନ୍ଦ, ସମସ୍ତେ ତାହା ଜାଣନ୍ତି।...

‘ହତାଶ ହୋଇପଡ଼ିଛନ୍ତି ପାଣ୍ଡ୍ୟା,ଅଛନ୍ତି ଚାପରେ’

ନୂଆଦିଲ୍ଲୀ,୪।୫: ହାର୍ଦ୍ଦିକ ପାଣ୍ଡ୍ୟା ଥକି ଯାଇଥିବା, ହତାଶ ଏବଂ ଚାପରେ ଥିବା ଭଳି ଦୃଶ୍ୟମାନ ହେଉଛନ୍ତି। କିଛି ଏଭଳି କହିଛନ୍ତି ପୂର୍ବତନ ଅଷ୍ଟ୍ରେଲିୟ କ୍ରିକେଟର ଆରୋନ...

ଇଣ୍ଡିଆନ୍‌ ସୁପର ଲିଗ୍‌: ମୁମ୍ବାଇ ସିଟି ଏଫ୍‌ସି ଚାମ୍ପିୟନ

କୋଲକାତା,୪ା୫: ଇଣ୍ଡିଆନ୍‌ ସୁପର ଲିଗ(ଆଇଏସ୍‌ଏଲ୍‌)ର ଦଶମ ସଂସ୍କରଣରେ ଡିଫେଣ୍ଡିଂ ଚାମ୍ପିୟନ ମୋହନ ବାଗାନ ସୁପର ଜାଏଣ୍ଟ୍ସକୁ ୩-୧ରେ ହରାଇ ଟାଇଟଲ ହାସଲ କରିଛି ମୁମ୍ବାଇ ସିଟି...

ପାଣ୍ଡ୍ୟା-ବୁମ୍‌ରାଙ୍କୁ ଛାଡ଼ନ୍ତୁ, ଟିମ୍‌ ଇଣ୍ଡିଆର ଚିନ୍ତା ବଢ଼ାଇଲେଣି ରୋହିତ ଶର୍ମା…

ନୂଆଦିଲ୍ଲୀ,୪।୫: ଟି୨୦ ବିଶ୍ୱକପ୍‌ରେ ଜୁନ୍‌ ୫ରୁ ନିଜର ଅଭିଯାନ ଆରମ୍ଭ କରିବ ଟିମ୍‌ ଇଣ୍ଡିଆ। ପ୍ରଥମ ମ୍ୟାଚ୍‌ରେ ଦଳ ଆର୍ୟଲ୍ୟାଣ୍ଡକୁ ଭେଟିବ। ତେବେ ଏହା ପୂର୍ବରୁ...

ସଫେଇ ଦେଲେ ଚେସ ଚାମ୍ପିଅନ କାସପାରୋଭ

ନୂଆଦିଲ୍ଲୀ,୪।୫: ରୁଷିଆର ମହାନ ଚେସ ଖେଳାଳି ଗ୍ୟାରି କାସପାରୋଭ ନିକଟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିଷୟରେ ଏକ ସୋସିଆଲ ମିଡିଆ ପୋଷ୍ଟ କରିଥିଲେ। ବର୍ତ୍ତମାନ...

ରାହୁଲଙ୍କୁ ଟାର୍ଗେଟ କଲେ ଚେସ ଚାମ୍ପିଅନ ଗ୍ୟାରି କାସପାରୋଭ, କହିଲେ ପ୍ରଥମେ ରାଏବରେଲିରେ ଜିତିକି ଦେଖାନ୍ତୁ…

ନୂଆଦିଲ୍ଲୀ,୪।୫: ଆନ୍ତର୍ଜାତୀୟ ଖେଳାଳି ତଥା ପୂର୍ବତନ ବିଶ୍ୱ ଚାମ୍ପିଅନ ଗ୍ୟାରି କାସପାରୋଭଙ୍କ ଏକ ପୋଷ୍ଟ ରାଜନୈତିକ ଆଲୋଡ଼ନ ସୃଷ୍ଟି କରିଛି। ସେ ରାଏବରେଲିରୁ ଲୋକ ସଭା...

ଟି୨୦ ବିଶ୍ୱକପ୍‌: ଶ୍ରୀନାଥଙ୍କୁ ମିଳିଲା ପୁଣି ଗୁରୁଦାୟିତ୍ୱ

ଦୁବାଇ, ୪ା୫: ଆସନ୍ତା ମାସରେ ଆମେରିକା ଓ ଓ୍ବେଷ୍ଟଇଣ୍ଡିଜରେ ଅନୁଷ୍ଠିତ ହେଉଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଆଇସିସି ମ୍ୟାଚ ରେଫରି ଜାଭାଗଲ ଶ୍ରୀନାଥଙ୍କ ସମେତ ଅମ୍ପାୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri