ଭୁବନେଶ୍ୱର, ୧୦ା୨(ବ୍ୟୁରୋ): ହୀରାକୁଦ ଡ୍ୟାମ୍ର ବିସ୍ତୃତ ପ୍ରକଳ୍ପ ରିପୋର୍ଟରେ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ ପାଇଁ ଆବଶ୍ୟକ ହେଉଥିବା ଜଳ ବରଗଡ ମୁଖ୍ୟ କେନାଲର ଆର୍ଡି ୩୪.୧୦ କି.ମି.ରୁ ଉତ୍ତୋଳନ ପାଇଁ ପ୍ରାବଧାନ କରାଯାଇଥିଲା। ପ୍ରକଳ୍ପ ରିପୋର୍ଟରେ ଥିବା ପ୍ରାବଧାନକୁ କାର୍ଯ୍ୟକାରୀ କରିବାକୁ ହେଲେ ବରଗଡ ମୁଖ୍ୟ କେନାଲ ଆର୍ଡି ୩୪.୧୦ କି.ମି. ପର୍ଯ୍ୟନ୍ତ ଲାଇନିଂ କରିବା ସହିତ ତତ୍ସଂଲଗ୍ନ ଷ୍ଟ୍ରକ୍ଚରଗୁଡିକର ସମ୍ପ୍ରସାରଣ ଏବଂ ମରାମତି ଆବଶ୍ୟକ। ଏହି କାର୍ଯ୍ୟ କରିବା ପାଇଁ ବରଗଡ ମୁଖ୍ୟ କେନାଲକୁ ଅନୂ୍ୟନ ୨ ବର୍ଷ ବନ୍ଦ କରିବାକୁ ହେବ। ବରଗଡ ମୁଖ୍ୟ କେନାଲ ବନ୍ଦ ହେଲେ ଜଳସେଚନ ବାଧାପ୍ରାପ୍ତ ହେବ ଏବଂ କେନାଲ ଉପରେ ନିର୍ଭର କରୁଥିବା ଚାଷୀମାନେ ଅସନ୍ତୋଷ ହେବେ ବୋଲି ଆଶଙ୍କା କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ଏକ ବିକଳ୍ପ ପ୍ରସ୍ତାବ ଯଥା ବରଗଡ ମୁଖ୍ୟ କେନାଲ ହେଡ୍ ରେଗୁଲେଟଠାରୁ ସିଧାସଳଖ ୩୪.୧୦ କି.ମି. ପର୍ଯ୍ୟନ୍ତ ପାଇପ ବିଛାଇ ଜଳ ଉତ୍ତୋଳନ କରି ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ ଲାଗି ଆବଶ୍ୟକ ଜଳ ଯୋଗାଇ ଦେବା ପାଇଁ ପରିକଳ୍ପନା କରାଯାଇ ଏହି କାର୍ଯ୍ୟ କରିବାକୁ ଟେଣ୍ଡର ଆହ୍ବାନ କରାଯାଇଥିଲା। ଏହି ଟେଣ୍ଡର ପ୍ରକ୍ରିୟାରେ ୪ ଜଣ ଏଜେନ୍ସିଂ ଅଂଶଗ୍ରହଣ କରିଥିଲେ। ତନ୍ମଧ୍ୟରୁ ଏକ କମ୍ପାନୀ ୩୪୦ କୋଟି ୩୬ ଲକ୍ଷ ଟଙ୍କା ବିନିମୟରେ ଏହି କାର୍ଯ୍ୟ କରିବାକୁ ଆବେଦନ କରି ସର୍ବନିମ୍ନ ବିଡ୍ର ଭାବେ ପରିଗଣିତ ହୋଇଛନ୍ତି। ରାଜ୍ୟ କ୍ୟାବିନେଟ୍ ଏହି ପ୍ରକଳ୍ପର ଟେଣ୍ଡରକୁ ଅନୁମୋଦନ କରିଛି। ଏହି ପ୍ରକଳ୍ପ କାମ ୩୦ ମାସ ମଧ୍ୟରେ ସମ୍ପୂର୍ଣ୍ଣ କରିବା ଲାଗି ଲକ୍ଷ୍ୟଧାର୍ଯ୍ୟ ହୋଇଛି।
ଜନସଂଖ୍ୟା ବୃଦ୍ଧି ଯୋଗୁ ଗତ କିଛି ବର୍ଷ ହେବ ଭୂତଳ ଜଳ ବ୍ୟବହାର ବହୁଗୁଣିତ ଭାବେ ବୃଦ୍ଧି ପାଇଛି। ଭୂତଳ ଜଳର ଅନୁସନ୍ଧାନ, ମନିଟରିଂ ଏବଂ ସମନ୍ବିତ ପରିଚାଳନା ପାଇଁ ଉନ୍ନତ ବୈଜ୍ଞାନିକ କୌଶଳର ପ୍ରୟୋଗ ମାଧ୍ୟମରେ ଏହାର ସମାଧାନ କରିବା ପାଇଁ ରାଜ୍ୟ ସରକାର ୨୦୧୮ ନଭେମ୍ବର ୨ ତାରିଖରେ ଭୂତଳ ନିର୍ଦ୍ଦେଶାଳୟ ଅଧୀନରେ ଥିବା ଜିଓଲୋଜିକାଲ କ୍ୟାଡ୍ରକୁ ପୁନର୍ଗଠନ କରିଛନ୍ତି।
ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ
ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...
ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ
କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...
ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ
ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...
ଚାନ୍ଦବାଲି ଲଜ୍ଜା: ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଏନେଇ ଉତ୍ତେଜନା ଦେଖାଯାଇଥିବା...
କୋଟିଆକୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ପ୍ରବେଶ କଲେ….
ଭୁବନେଶ୍ୱର,୨୪।୧୨: କୋଟିଆକୁ ପ୍ରବେଶ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ବୟାନ ଦେଇଛନ୍ତି । ଯଦି ଆନ୍ଧ୍ର ଅଧିକାରୀ ଓଡ଼ିଶାରେ ପ୍ରବେଶ କରନ୍ତି ତାହେଲେ...
ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ଜାନୁଆରୀ ୧ ନୁହେଁ ଗାଡ଼ିର ବୈଧ କାଗଜପତ୍ର ଅବଧି…
ଭୁବନେଶ୍ୱର,୨୪।୧୨: ଗାଡ଼ି ଚାଳକଙ୍କୁ ବଡ଼ ଆଶ୍ବସ୍ତି ଦେଲେ ପରିବହନ ମନ୍ତ୍ରୀ ବିଭୂତି ଜେନା । ମାସେ ସମୟ ଦେଲେ ସରକାର । ଏଣିକି ଗାଡ଼ିର ବୈଧ...
ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍ରେ ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...
ରତ୍ନଭଣ୍ଡାରକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ: ୫ରୁ ୬ ମାସ ଭିତରେ…
ଭୁବନେଶ୍ୱର,୨୪।୧୨: ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ...
Archives


