Posted inଜାତୀୟ

ଟିଏମ୍‌ସିକୁ ଫେରିବେ ୨ ବିଧାୟକ

କୋଲକାତା, ୧୦।୨: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ଦଳଡିଆଁ ପର୍ବ ଜୋର୍‌ ଧରିଛି। ଶାସକ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର କେତେଜଣ ଅସନ୍ତୁଷ୍ଟ ନେତା ଓ କର୍ମୀ କିଛିଦିନ ମଧ୍ୟରେ ଭାଜପାରେ ସାମିଲ ହୋଇଛନ୍ତି। ୨୦୧୯ରେ ଭାଜପାରେ ଯୋଗଦେଇଥିବା ଟିଏମ୍‌ସିର ଦୁଇଜଣ ପୂର୍ବତନ ବିଧାୟକ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭେଟିବା ପରେ ସେମାନଙ୍କ ଘରବାହୁଡ଼ା ନେଇ ଚର୍ଚ୍ଚା ଜୋର୍‌ ଧରିଛି। ବୋଙ୍ଗାଓଁ ଉତ୍ତର ବିଧାୟକ ବିଶ୍ୱଜିତ୍‌ ଦାସ ଏବଂ ନୋଆପଡ଼ା ବିଧାୟକ ସୁନୀଲ ସିଂ ସୋମବାର ମମତାଙ୍କୁ ତାଙ୍କ ବିଧାନସଭା ଚାମ୍ବରରେ ଭେଟିଥିଲେ। ସେମାନେ ନିଜ ନିଜ ନିର୍ବାଚନମଣ୍ଡଳୀର ବିକାଶ ପ୍ରସଙ୍ଗରେ ଆଲୋଚନା କରିଥିବା କଥା କହୁଥିଲାବେଳେ ଟିଏମ୍‌ସିକୁ ଫେରିବା ନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଛି।
ଦୁଇ ବିଧାୟକ ୨୦୧୯ ଜୁନ୍‌ରେ ଟିଏମ୍‌ସି ଛାଡ଼ି ଭାଜପାରେ ସାମିଲ ହୋଇଥିଲେ। ଭାଜପା ସାଧାରଣ ସମ୍ପାଦକ ତଥା ପଶ୍ଚିମବଙ୍ଗ ପ୍ରଭାରୀ କୈଳାସ ବିଜୟଭର୍ଗୀୟ ଏବଂ ବରିଷ୍ଠ ନେତା ମୁକୁଲ ରାୟଙ୍କ ଉପସ୍ଥିତିରେ ସୁନୀଲ ସେହିବର୍ଷ ଜୁନ୍‌ ୧୭ରେ ୧୫ ଜଣ ଟିଏମ୍‌ସି କାଉନସିଲର ଓ ଜଣେ କଂଗ୍ରେସ କାଉନସିଲରଙ୍କ ସହ ଗୈରିକ ଦଳରେ ଯୋଗଦେଇଥିଲେ। ଦିନକ ପରେ ବିଶ୍ୱଜିତ୍‌ ଭାଜପାରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri