Posted inଜାତୀୟ

ସ୍ତ୍ରୀଙ୍କ ପ୍ରତାରଣା ସହି ନ ପାରି ସ୍ବାମୀ ନେଲେ ଏମିତି ପଦକ୍ଷେପ

ଅହମ୍ମଦାବାଦ,୧୧।୨: ପାରିବାରିକ ହିଂସା ମାମଲା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଫଳସ୍ବରୂପ ଅନେକ ଲୋକ ଆତ୍ମହତ୍ୟା କରୁଛନ୍ତି। ଅହମ୍ମଦାବାଦ ସହରରେ ଏମିତି ଏକ ଘଟଣା ଦେଖିବାକୁ ମିଳିଛି। ସ୍ତ୍ରୀଙ୍କ ପ୍ରତାରାଣା ସହି ନ ପାରି ସ୍ବାମୀ ଆତ୍ମହତ୍ୟା କରିଛନ୍ତି। ଫଳରେ ସ୍ତ୍ରୀଙ୍କ ବିରୋଧରେ ଆତ୍ମହତ୍ୟା ମାମଲା ରୁଜୁ ହୋଇଛି। ନିକୋଲ ନ୍ୟୁ ନାରୋଡା ଅଞ୍ଚଳର ବାସିନ୍ଦା ରାଧାଚରଣ ଶର୍ମା ଅଭିଯୋଗ କରିଛନ୍ତି ଯେ ତାଙ୍କ ଭାଇ ଶିବକାନ୍ତ ଶର୍ମା ତାଙ୍କ ଘରର ସପ୍ତମ ମହଲାର ରୋଷେଇ ଗ୍ୟାଲେରୀରୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ତେବେ ତାଙ୍କର ଅନ୍ତିମ ସଂସ୍କାର ସମାପ୍ତ ହେବା ପରେ ଭାଇ ପୋଲିସରେ ଏହି ଅଭିଯୋଗ କରିଥିଲେ। ଘଟଣାଦିନ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଝଗଡା ଯୋଗୁ ଭାଇ ଏମିତି ପଦକ୍ଷେପ ନେଇଥିବା ସେ ଅଭିଯୋଗ କରିଛନ୍ତି। ସକାଳ ପ୍ରାୟ ୯.୩୦ ସମୟରେ ଶିବକାନ୍ତ ତାଙ୍କ ରୋଷେଇ ଘରକୁ ଯାଇ ଫ୍ରିଜରୁ ଏକ ବୋତଲ ପାଣି ବାହାର କରି ପାଣି ପିଇ ଏହାକୁ ଫିଙ୍ଗି ରୋଷେଇ ଗ୍ୟାଲେରୀରୁ ଡେଇଁ ପଡିଲେ। ତେବେ ବନ୍ଧୁଙ୍କଠାରୁ ଏହା ମଧ୍ୟ ଜାଣିବାକୁ ମିଳିଥିଲା ଯେ ଶିବକାନ୍ତ ତାଙ୍କୁ କହିଥିଲେ ଯେ ତାଙ୍କ ସ୍ତ୍ରୀ ତାଙ୍କୁ ମାନସିକ ନିର୍ଯାତନା ଦେଉଛନ୍ତି। ଏହି ଅଭିଯୋଗ ଆସିବା ପରେ ସ୍ତ୍ରୀଙ୍କ ବିରୋଧରେ ପୋଲିସ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

RCB ଖେଳାଳିଙ୍କ ବିରୋଧରେ ବୟସ ଜାଲିଆତି ଅଭିଯୋଗ, ସୂଚନା ପାଇଲା ବିସିସିଆଇ ଦୁର୍ନୀତି ନିବାରଣ ୟୁନିଟ

ନୂଆଦିଲ୍ଲୀ,୨୫।୧୨: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମ ଥର ପାଇଁ IPL ୨୦୨୫ରେ ଚାମ୍ପିଅନ ହୋଇଥିଲା। ଏବେ, ଫ୍ରାଞ୍ଚାଇଜ IPL ୨୦୨୬ପାଇଁ ପ୍ରସ୍ତୁତ ହେଉଛି। ଡିସେମ୍ବର ୧୬ରେ...

କୋଳି ଖାଇବାକୁ ଡାକି ନେଇ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା: ପ୍ରତିବାଦରେ ରାସ୍ତାରେ ବସିଲେ ବିଭିନ୍ନ ରାଜନୈତିକ ଦଳ

ଭଦ୍ରକ/ଚାନ୍ଦବାଲି,୨୫ା୧୨(ସନାତନ ରାଉତ/ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅନ୍ତର୍ଗତ ବାଲିଗାଁଠାରେ ୨ ଦିନ ତଳେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଘଟଣା ଚାନ୍ଦବାଲି...

କମେଡିଆନ୍ ଗୁଲୁଆଙ୍କୁ ହତ୍ୟା ଧମକ, ଭିଡିଓ କରି କହିଲେ ଜୀବନ ପ୍ରତି ବିପଦ…

ଭୁବନେଶ୍ବର, ୨୫।୧୨: କମେଡିଆନ୍‌ ଗୁଲୁଆଙ୍କୁ ହତ୍ୟା ଧମକ । ସେ ନିଜେ ଏଭଳି ଚାଞ୍ଚଲ୍ୟକର ଅଭିଯୋଗ ଆଣିଛନ୍ତି । ଏନେଇ ସେ ଆଜି ସୋସିଆଲ ମିଡିଆରେ...

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ଏହି ଦୁଇ କୁଖ୍ୟାତ ମାଓବାଦୀ, ଏବେ ବି ଜାରି ରହିଛି…

ଫୁଲବାଣୀ/ତୁମୁଡ଼ିବନ୍ଧ,୨୫ା୧୨(ରାକେଶ କୁମାର ରାଉତ/ଦୀପକ ପରାସେଠ): କନ୍ଧମାଳ ଜିଲାରେ ମାଓବାଦୀ ମୂଳୋତ୍ପାଟନ ପାଇଁ ଜୋର୍‌ଦାର କୋମ୍ବିଂ ଅପରେଶନ ଚାଲିଛି । ବୁଧବାର ରାତିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨...

IPL 2026 ପ୍ଲେଅଫରେ ପହଞ୍ଚିବ କେଉଁ ୪ଟି ଟିମ୍‌? ବଡ଼ ଭବିଷ୍ୟବାଣୀ କଲେ ପୂର୍ବତନ କ୍ରିକେଟର!

ନୂଆଦିଲ୍ଲୀ,୨୫।୧୨: IPL 2026 ଖେଳାଳିଙ୍କ ମିନି-ନିଲାମ ନିକଟରେ ଶେଷ ହୋଇଛି। ଡିସେମ୍ବର ୧୬ରେ ଆବୁଧାବିରେ IPL ମିନି-ନିଲାମ ହୋଇଥିଲା, ଯେଉଁଥିରେ ୨୯ ବିଦେଶୀ ଖେଳାଳିଙ୍କ ସମେତ...

ପାରିବାରିକ କଳହର କରୁଣ ପରିଣତି, ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ସ୍ବାମୀ

ବଲାଙ୍ଗୀର, ୨୫/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରେବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି ।...

ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ ଭୂପିନ୍ଦରଙ୍କ ବଡ଼ ବୟାନ, କିଛି ନୂଆ ଲୋକଙ୍କୁ ଅଣାଗଲେ ବିଜେଡ଼ି…

ଭୁବନେଶ୍ବର,୨୫।୧୨: ବିଭିନ୍ନ ସ୍ଥାନରେ ମେଳି କରି ଲୋକଙ୍କୁ ଏକଜୁଟ କରିଆସୁଛି ବିଜୁ ଜନତା ଦଳ । ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନବକଳେବର...

ମାଙ୍କଡ଼କୁ ଝାମ୍ପିନେଲା କୁମ୍ଭୀର, ପଛେ ପଛେ ନଦୀରେ ପହଁରି ପହଁରି ଗଲେ ମାଙ୍କଡ଼ ପଲ, ଆଉ ତା’ ପରେ…

ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri