Posted inଖେଳ

ଖାତା ଖୋଲିପାରିଲେନି କୋହଲି, ଜବରଦସ୍ତ ଫର୍ମରେ ରୋହିତ

ଚେନ୍ନାଇ,୧୩।୨: ଭ୍ରମଣକାରୀ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା ଭାରତ। ହେଲେ ପ୍ରାରମ୍ଭରୁ ଦଳର ବ୍ୟାଟିଂ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଦଳ ୩ ଗୁରୁତ୍ୱପୂର୍ଣ୍ଣ ଉଇକେଟ ହରାଇଥିବା ବେଳେ ଲଞ୍ଚ ବ୍ରେକ୍‌ ବେଳକୁ ଦଳ ୨୬ ଓଭରରେ ୧୦୬ରନ୍‌ କରିଛି। ରୋହିତ ଶର୍ମା(୮୦) ଏବଂ ଅଜିଙ୍କ୍ୟ ରାହାନେ(୫)ରନ୍‌ କରି ପଡ଼ିଆରେ ଅଛନ୍ତି।

ଶୁଭମିନ ଗିଲ ଖାତା ଖୋଲିପାରି ନ ଥିବା ବେଳେ ଏଲ୍‌ବିଡବ୍ଲୁ ହୋଇଥିଲେ। ଏହାପରେ ରୋହିତ ଶର୍ମା ଚେତେଶ୍ୱର ପୂଜାରାଙ୍କ ସହ ଦ୍ୱିତୀୟ ଉଇକେଟ ପାଇଁ ୮୫ରନ୍‌ର ଭାଗିଦାରି କରିଥିଲେ। ପରେ ପୂଜାରା କ୍ୟାଚ୍‌ ଆଉଟ୍‌ ହେବା ପରେ କୋହଲି ଆସି ଖାତା ନ ଖୋଲି ଫେରିଛନ୍ତି।

ପ୍ରକାଶ ଯେ, ଚାରି ମ୍ୟାଚ୍‌ ବିଶିଷ୍ଟ ଏହି ଟେଷ୍ଟ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଦଳ ଇଂଲଣ୍ଡଠାରୁ ୨୨୭ରନ୍‌ରେ ପରାସ୍ତ ହୋଇଥିଲା। ଇଂଲଣ୍ଡ ପ୍ରଥମ ଇନିଂସରେ ୫୭୮ରନ୍‌ କରିଥିଲା। ଭାରତ ପ୍ରଥମ ଇନିଂସରେ ୩୩୭ରନ୍‌ କରି ଅଲଆଉଟ୍‌ ହୋଇଯାଇଥିଲା। ସେହିଭଳି ଦ୍ୱିତୀୟ ଇନିଂସରେ ଇଂଲଣ୍ଡ ୧୭୮ରନ୍‌ କରିଥିଲା। ଶେଷରେ ୪୨୦ରନ୍‌ର ପିଛା କରି ଭାରତୀୟ ଦଳ ଦ୍ୱିତୀୟ ଇନିଂସରେ ମାତ୍ର ୧୯୨ରନ୍‌ରେ ଅଲ୍‌ଆଉଟ୍‌ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri