Posted inଖେଳ

ନର୍ଥଇଷ୍ଟକୁ ଭେଟିବ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୧୪।୨(କ୍ରୀଡ଼ା ପ୍ରତିନିଧି)- ଗୋଆରେ ଚାଲିଥିବା ଇଣ୍ଡିଆନ ସୁପରଲିଗ୍‌ରେ ରବିବାର ଓଡ଼ିଶା ଏଫ୍‌ସି ଭାସ୍କୋର ତିଲକ ମୈଦାନରେ ନର୍ଥଇଷ୍ଟ ୟୁନାଇଟେଡକୁ ଭେଟିବ। ଭୁବନେଶ୍ୱରଭିତ୍ତିକ ଓଡ଼ିଶା ଦଳ ପୂର୍ବ ମ୍ୟାଚରେ ସଫଳ ପ୍ରତ୍ୟାବର୍ତ୍ତନ କରି କେରଳ ବ୍ଲାଷ୍ଟର୍ସ ବିପକ୍ଷ ମ୍ୟାଚକୁ ଡ୍ର ରଖିଥିବାରୁ ଆଗାମୀ ମ୍ୟାଚରେ ମଧ୍ୟ ଚମତ୍କାରିତା ଦେଖାଇବା ଆଶାରେ ରହିଛି। ୧୬ ମ୍ୟାଚରୁ ମାତ୍ର ୯ ପଏଣ୍ଟ ପାଇ ଟେବୁଲର ନିମ୍ନସ୍ଥାନରେ ରହିଛି ଓଡ଼ିଶା ଏଫ୍‌ସି। ମୁଖ୍ୟ କୋଚ୍‌ ଷ୍ଟୁଆର୍ଟ ବକ୍ସଟର ବିଦା ହୋଇ ସାରିଛନ୍ତି। ତେଣୁ ଅବଶିଷ୍ଟ ମ୍ୟାଚଗୁଡ଼ିକରେ ଶ୍ରେଷ୍ଠ ପ୍ରଦର୍ଶନ କରିବା ଅନ୍ତରୀଣ କୋଚ୍‌ ଗେରାଲ୍ଡ ପେଟନଙ୍କ ମୁଖ୍ୟ ଲକ୍ଷ୍ୟ। ପୂର୍ବ ମ୍ୟାଚରୁ ମିଳିଥିବା ମୋମେଣ୍ଟକୁ ଆଧାର କରି ଦଳ ଆଗାମୀ ମ୍ୟାଚରେ ଅବତୀର୍ଣ୍ଣ ହେବ ବୋଲି ପେଟନ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷରେ ଏକଦା ୧୦ ମ୍ୟାଚ ଖେଳି ନିରାଶାଜନକ ସ୍ଥିତିରେ ଥିବା ନର୍ଥଇଷ୍ଟ ୟୁନାଇଟେଡ ପରବର୍ତ୍ତୀ ୬ଟି ମ୍ୟାଚରେ ଅପରାଜେୟ ରହି ପ୍ଲେ-ଅଫ୍‌ ଆଶା ଉଜ୍ଜୀବିତ କରିଛି। ଆଗାମୀ ମ୍ୟାଚ ଜିତି ଦଳ ଶୀର୍ଷ ୪ ସ୍ଥାନରେ ପ୍ରବେଶ ଲକ୍ଷ୍ୟରେ ରହିଛି। ଦଳ ଏବେ ୧୬ ମ୍ୟାଚରୁ ୫ ବିଜୟ, ୮ ଡ୍ର ଓ ୩ ପରାଜୟ ସହ ୨୩ ପଏଣ୍ଟ ପାଇଛି। ଓଡ଼ିଶା ବିପକ୍ଷରେ ଜିତିଲେ ଦଳ ପାଇଁ ସୁଯୋଗ ସୃଷ୍ଟିହେବ। ଗତ ଡିସେମ୍ବର ୨୨ରେ ଅନୁଷ୍ଠିତ ଓଡ଼ିଶା ଏଫ୍‌ସି-ନର୍ଥଇଷ୍ଟ ମୁକାବିଲା ୨-୨ ଗୋଲରେ ଡ୍ର ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୨୦୨୬ରେ ୩ ବଡ଼ ମାଇଲଖୁଣ୍ଟ ଅତିକ୍ରମ କରିବେ ବିରାଟ! ନ୍ୟୁଜିଲାଣ୍ଡ ସିରିଜର ପ୍ରଥମ ମ୍ୟାଚରୁ ହେବ ଆରମ୍ଭ!

ନୂଆଦିଲ୍ଲୀ,୨।୧: ୨୦୨୫ ମସିହାରେ ବିରାଟ କୋହଲିଙ୍କ ପାଇଁ ବହୁତ କିଛି ଘଟିଥିଲା। ସେ ଏପରି କିଛି ସଫଳତା ହାସଲ କରିଥିଲେ ଯାହା ସେ ଏପର୍ଯ୍ୟନ୍ତ ପାଇ...

ନିଜ IPL ଟିମ୍‌ KKRରୁ କେତେ ରୋଜଗାର କରନ୍ତି କିଙ୍ଗ୍‌ ଖାନ? ଜାଣିଲେ…

ନୂଆଦିଲ୍ଲୀ,୨।୧: ବଲିଉଡର କିଙ୍ଗ ଖାନ ସବୁବେଳେ ଖବରର ଶିରୋନାମାରେ ରହିଥାନ୍ତି। ସେ ତାଙ୍କ ଫିଲ୍ମ ମାଧ୍ୟମରେ ପ୍ରଶଂସକମାନଙ୍କୁ ମୋହିତ କରନ୍ତି। ବର୍ତ୍ତମାନ, ପ୍ରଶଂସକମାନେ ଶାହରୁଖ ଖାନଙ୍କ...

ହଠାତ୍ ଅବସର ଘୋଷଣା କଲେ ଏହି ବରିଷ୍ଠ କ୍ରିକେଟର, ପୂର୍ବତନ ଖେଳାଳିଙ୍କୁ କଲେ ଟାର୍ଗେଟ୍

ନୂଆଦିଲ୍ଲୀ,୨।୧: ଅଷ୍ଟ୍ରେଲିଆର ଭେଟେରାନ ବ୍ୟାଟ୍ସମ୍ୟାନ୍ ଉସମାନ ଖ୍ୱାଜା ଆସନ୍ତା ସିଡନୀ କ୍ରିକେଟ୍ ଗ୍ରାଉଣ୍ଡ (SCG)ରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଆଶେସ୍...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ଅବସର ନେବେ ଉସମାନ ଖ୍ବାଜା? ପଞ୍ଚମ ଟେଷ୍ଟ ପୂର୍ବରୁ କରିବେ ପ୍ରେସ କନଫରେନ୍ସ

ସିଡ଼ନୀ,୧।୧: ତାଙ୍କ ଟେଷ୍ଟ ଭବିଷ୍ୟତକୁ ନେଇ କଳ୍ପନାଜଳ୍ପନା ମଧ୍ୟରେ, ଅଷ୍ଟ୍ରେଲିୟ ଓପନର ଉସମାନ ଖ୍ବାଜା ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ପଞ୍ଚମ ଆଶେସ ଟେଷ୍ଟ ପୂର୍ବରୁ ଏକ...

ଏହିଦିନ ଫେରିବେ Shubman Gill, T-20 ବିଶ୍ୱକପରୁ ବାହାର ହେବା ପରେ ଏହି ଦଳ ବିପକ୍ଷରେ ଖେଳିବେ…

ନୂଆଦିଲ୍ଲୀ,୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ନିକଟରେ ଘୋଷଣା କରାଯାଇଥିଲା। ଖରାପ ଫର୍ମ ଏବଂ ଆଘାତ ସହିତ ସଂଘର୍ଷ କରୁଥିବା ଶୁବମନ ଗିଲଙ୍କୁ...

ନୂଆବର୍ଷରେ ଭାଇରାଲ ହେଲା ସ୍ମୃତି ମନ୍ଧାନାଙ୍କ ପୋଷ୍ଟ, ଗୋଟିଏ ଧାଡିରେ ଲେଖିଦେଲେ ମନର କଥା

ନୂଆଦିଲ୍ଲୀ,୧।୧: ଭାରତୀୟ ମହିଳା କ୍ରିକେଟ ଦଳର ତାରକା ସ୍ମୃତି ମନ୍ଧାନାଙ୍କ ପାଇଁ ୨୦୨୫ ବର୍ଷ ଏକ ରୋଲରକୋଷ୍ଟର ଯାତ୍ରାଠାରୁ କମ ନଥିଲା। କ୍ରିକେଟ କ୍ଷେତ୍ରରେ ମନ୍ଧାନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri