Posted inଖେଳ

ଅଶ୍ୱିନଙ୍କ ନାମରେ ବିଶ୍ୱ ରେକର୍ଡ

ଚେନ୍ନାଇ, ୧୪।୨ : ଭାରତୀୟ ଦଳର ବରିଷ୍ଠ ସ୍ପନିର ରବିଚନ୍ଦ୍ରନ ଅଶ୍ୱିନ ରବିବାର ଏକ ବିଶ୍ୱ ରେକର୍ଡର ଅଧିକାରୀ ହୋଇଛନ୍ତି। କ୍ରିକେଟ ଇତିହାସର ପ୍ରଥମ ବୋଲର ଭାବେ ଟେଷ୍ଟ ଫର୍ମାଟରେ ୨୦୦ ବାମହାତୀ ବ୍ୟାଟ୍ସମ୍ୟାନଙ୍କ ଉଇକେଟ ହାତେଇଛନ୍ତି ଅଶ୍ୱିନ। ଇଂଲଣ୍ଡ ବିପକ୍ଷରେ ଏଠାରେ ଚାଲିଥିବା ଦ୍ୱିତୀୟ ଟେଷ୍ଟରେ ୫ ଉଇକେଟ ସଫଳତା ଅର୍ଜନ କରିବା ଅବସରରେ ୩୪ ବର୍ଷୀୟ ଅଶ୍ୱିନ ଏହି ରେକର୍ଡ ନିଜ ନାମରେ କରିଛନ୍ତି। ଏହି ତାଲିକାର ଦ୍ୱିତୀୟ ସ୍ଥାନରେ ଅଛନ୍ତି ଟେଷ୍ଟ କ୍ରିକେଟର ସର୍ବାଧିକ ଉଇକେଟ ନେଇଥିବା କିମ୍ବଦନ୍ତୀ ଅଫ୍‌ ସ୍ପିନର ମୁଥୟା ମୁରଲୀଧରନ(ଶ୍ରୀଲଙ୍କା)। ସେ ୧୯୧ ବାମହାତୀ ବ୍ୟାଟ୍ସମ୍ୟାନଙ୍କୁ ଆଉଟ୍‌ କରିଥିଲେ। ତାଙ୍କ ପଛକୁ ଜେମ୍ସ ଆଣ୍ଡରସନ (୧୯୦ ଉଇକେଟ୍‌) ରହିଥିବାବେଳେ ତାଲିକାର ୪ର୍ଥ ଓ ୫ମ ସ୍ଥାନରେ ରହିଛନ୍ତି ଅଷ୍ଟ୍ରେଲିଆର ଦୁଇ କିମ୍ବଦନ୍ତୀ ବୋଲର। ସେମାନେ ହେଲେ ଶେନ ଓ୍ବର୍ନ ଓ ଗ୍ଲେନ ମ୍ୟାକ୍‌ଗ୍ରାଥ। ଦୁହିଁଙ୍କ ନାମରେ ୧୭୨ ବାମହାତୀ ବ୍ୟାଟ୍ସମ୍ୟାନଙ୍କ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

ଓଡ଼ିଶାରେ ବଢୁଛି ଶୀତର ପ୍ରକୋପ: ୩ ଦିନରେ ଏସବୁ ଜିଲାରେ ହ୍ରାସ ପାଇବ ପାରଦ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତର ଲହରି ଜାରି ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସହରର ତାପମାତ୍ରା ଗତ ୩ ଦିନ ମଧ୍ୟରେ ଗୁରୁତର ଭାବେ...

କେନ୍ଦ୍ରାପଡ଼ାରେ ନାବାଳିକାଙ୍କ ସହ ଘଟିଗଲା ଏପରି ଅଘଟଣ: କଡା ଚେତାବନୀ ଦେଲେ ଉପମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡା,୨୩।୧୨: କେନ୍ଦ୍ରାପଡ଼ା ଜିଲା ସାତଭାୟା ଗ୍ରାମରେ ଘଟିଥିବା କଥିତ ନାବାଳିକା ବିବାହ ଘଟଣାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଭୀର ଉଦବେଗ ପ୍ରକାଶ କରିଛନ୍ତି। ଏହି...

ମେସିଙ୍କ ଉପରେ ଖସିଲା ଦୁଃଖର ପାହାଡ଼: ଘଟିଗଲା ଏମିତି କିଛି…

ନୂଆଦିଲ୍ଲୀ,୨୩।୧୨: ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କ ଭଉଣୀ ମାରିଆ ସୋଲ ମିଆମିରେ ତାଙ୍କ ଏସ୍ୟୁଭି ଚଲାଉଥିବା ସମୟରେ ଏକ ଦୁର୍ଘଟଣାର ଶିକାର ହୋଇଛ୍‌ତି। ତାଙ୍କୁ...

କୋହଲିଙ୍କ ପ୍ରଶଂସକଙ୍କୁ ଲାଗିଲା ବଡ଼ ଝଟ୍‌କା: ଆଉ ଦେଖିପାରିବେନି…

ବେଙ୍ଗାଲୁରୁ,୨୩।୧୨: ବିଜୟ ହଜାରେ ଟ୍ରଫି ପୂର୍ବରୁ ବେଙ୍ଗାଲୁରୁର କ୍ରିକେଟ ପ୍ରେମୀଙ୍କ ପାଇଁ ନିରାଶାଜନକ ଖବର ଆସିଛି। ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି ଆଉ ଏମ. ଚିନ୍ନାସ୍ବାମୀ...

ବିଶ୍ୱ ଆଗରେ ଏମିତି ମିଛ କହିଦେଲେ ଅସୀମ ମୁନିର: ନିଆଁବାଣ ଚାଇନା

ଇସଲାମାବାଦ୍‌,୨୩।୧୨:ପାକିସ୍ତାନର ପ୍ରତିରକ୍ଷା ବାହିନୀର ମୁଖ୍ୟ ଏବଂ ସେନା ମୁଖ୍ୟ ଅସୀମ ମୁନିର ଅପରେଶନ ସିନ୍ଦୂର ବିଷୟରେ ଚାଇନାକୁ ନେଇ ଏକ ବଡ଼ ଦାବି କରିଛନ୍ତି। ବିଶ୍ୱ...

ଶୁଭମନ ଗିଲ ଏବଂ ଚୟନକର୍ତ୍ତାଙ୍କ ମଧ୍ୟରେ ହୋଇଥିଲା ବଡ଼ ଚୁକ୍ତି, ଅଧିନାୟକ ଭାବରେ ଫେରିବେ ଓପନର, ହେଲେ କିଏ ଥିଲେ ଏହାର ମଧ୍ୟସ୍ଥି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟର ପାୱାର କରିଡରରେ ପୁଣି ଥରେ ଏକ ବଡ଼ ହଇଚଇ ସୃଷ୍ଟି ହୋଇଛି। ଶୁବମନ ଗିଲଙ୍କ ନାମ ଅଧିନାୟକତ୍ୱ, ରାଜନୀତି ଏବଂ ବିଶ୍ୱସନୀୟତାର...

ଏହି କ୍ରିକେଟର୍‌ଙ୍କ ଜୀବନକୁ ବିପଦ: କିଣିଲେ ବୁଲେଟପ୍ରୁଫ କାର

ନୂଆଦିଲ୍ଲୀ,୨୨।୧୨: ତାଲିବାନ ଶାସିତ ଆଫଗାନିସ୍ତାନରେ ରଶିଦ ଖାନ ସୁରକ୍ଷିତ ଅନୁଭବ କରନ୍ତି ନାହିଁ। ସେ କେଭିନ ପିଟରସନଙ୍କ ସହିତ ଏକ ସାକ୍ଷାତକାରରେ ଏହା ପ୍ରକାଶ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri