ଆଜି ଓଡ଼ିଶା ବନ୍ଦ

ଭୁବନେଶ୍ୱର, ୧୫।୨(ବ୍ୟୁରୋ): ପେଟ୍ରୋଲ, ଡିଜେଲ ସହ ଏଲ୍‌ପିଜି ଗ୍ୟାସ୍‌ ଦର ଅହେତୁକ ଭାବେ ବଢ଼ି ଚାଲିଛି। ଏଥିରେ ସାଧାରଣ ଲୋକେ ଅତିଷ୍ଠ ହୋଇପଡ଼ିଥିବାବେଳେ ଏହାର ପ୍ରତିବାଦରେ ସୋମବାର କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୭ଟାରୁ ଦିନ ୧ଟା ପର୍ଯ୍ୟନ୍ତ ରାଜ୍ୟରେ ସବୁକିଛି ବନ୍ଦ ରଖିବାକୁ କଂଗ୍ରେସ ପକ୍ଷରୁ ଅନୁରୋଧ କରାଯାଇଛି। ଏହି ବନ୍ଦ ପାଳନକୁ ଶାନ୍ତିପୂର୍ଣ୍ଣ କରିବା ପାଇଁ ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ ଆହ୍ବାନ ଦେଇଛନ୍ତି। ତେବେ ଆମ୍ବୁଲାନ୍ସ, ଜରୁରୀ ସେବାରେ ନିୟୋଜିତ ଥିବା ଯାନବାହନ, ଔଷଧ ଦୋକାନ, ଅତ୍ୟାବଶ୍ୟକ ସେବାରେ ନିୟୋଜିତ ଥିବା ଗାଡ଼ିକୁ ଏଥିରୁ ବାଦ୍‌ ଦିଆଯିବ। ସେହିପରି ଯେଉଁ ଗାଡ଼ିରେ ଫୁଲ ସଜା ହୋଇଥିବ, ତାକୁ ମଧ୍ୟ ବନ୍ଦ ଡାକରାରୁ ବାଦ୍‌ ଦିଆଯିବ। ଅର୍ଥାତ୍‌ ବିବାହ ପାଇଁ ଯାଉଥିବା ଗାଡିକୁ ଏଥିରୁ ବାଦ୍‌ ଦିଆଯିବ। ସାଧାରଣ ଲୋକଙ୍କ ଲାଗି ଯେପରି ଅସୁବିଧା ହେବ ନାହିଁ ତାହା ଉପରେ ଧ୍ୟାନ ଦିଆଯିବ ବୋଲି ପିସିସି ସଭାପତି କହିଛନ୍ତି। କିଛିଦିନ ତଳେ ନିରଞ୍ଜନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ତେଲ ଦର ଉପରୁ ଲିଟର ପିଛା ୧୦ ଟଙ୍କା ଦର ହ୍ରାସ କରି ଲୋକଙ୍କ ଉପରୁ ବୋଝ କମାଇବାକୁ ଅନୁରୋଧ କରିଥିଲେ ନଚେତ୍‌ ୧୫ରେ ରାଜ୍ୟ ବନ୍ଦ କରାଯିବ ବୋଲି କହିଥିଲେ। ତେବେ ଏବେ କେବଳ ପେଟ୍ରୋଲ, ଡିଜେଲ, ଏଲ୍‌ପିଜି ଗ୍ୟାସ୍‌ର ଦର ବୃଦ୍ଧି ନୁହେଁ, ବରଂ ବେକାରି

ସମସ୍ୟା, ରାଜ୍ୟରେ ବଢ଼ି ଚାଲିଥିବା ନାରୀ ଓ ଶିଶୁ ନିର୍ଯାତନା, ବିଗିଡିଥିବା ଆଇନ ଶୃଙ୍ଖଳା ପରିସ୍ଥିତି ଭଳି ଏକାଧିକ ପ୍ରସଙ୍ଗ ନେଇ ବନ୍ଦ ପାଳନ କରାଯାଉଥିବା କଂଗ୍ରେସ ପକ୍ଷରୁ କୁହାଯାଇଛି। ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ବନ୍ଦ ରଖାଯାଇଥିବା ବେଳେ ରାଜ୍ୟରେ ଘରୋଇ ବସ୍‌ ଚଳାଚଳ ମଧ୍ୟ ବନ୍ଦ ରହିବ ବୋଲି ଘୋଷଣା କରାଯାଇଛି। ରାଜ୍ୟ ବସ୍‌ ମାଲିକ ସଂଘ କୋଷାଧ୍ୟକ୍ଷ ବରଦା ଆଚାର୍ଯ୍ୟ କହିଛନ୍ତି, ବନ୍ଦ ଡାକରାକୁ ସମର୍ଥନ ଦେଇ କେବଳ ବନ୍ଦ ସମୟରେ ବସ୍‌ ଚଳାଚଳ ନ କରିବାକୁ ନିଷ୍ପତ୍ତି ନିଆଯାଇଛି। କାରଣ ବନ୍ଦ ସମୟରେ ଢେଲା ମାଡ଼ କିମ୍ବା ବସ୍‌ ପୋଡ଼ାଜଳାର ଆଶଙ୍କା ରହିଛି। ସେହିପରି ବନ୍ଦ ଡାକରା ପରେ ଲୋକଙ୍କ ଯାତାୟାତରେ ଯେପରି କୌଣସି ଅସୁବିଧା ନ ହେବ ସେଥିପାଇଁ ଦିନ ୧ଟା ପରେ ବସ୍‌ ଚଳାଚଳକୁ ସ୍ବାଭାବିକ କରାଯିବ ବୋଲି ବୋଲି ଆଚାର୍ଯ୍ୟ କହିଛନ୍ତି। ସମାନଭାବେ ସରକାରୀ କର୍ମଚାରୀଙ୍କ ଯାତାୟାତକୁ ଦୃଷ୍ଟିରେ ରଖି ରାଜ୍ୟ ଗୃହ ବିଭାଗ ପକ୍ଷରୁ ମଧ୍ୟ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି। ସବୁ କର୍ମଚାରୀଙ୍କୁ ସକାଳ ୯ଟା ୧୫ ସୁଦ୍ଧା ଅଫିସରେ ପହଞ୍ଚିବାକୁ କୁହାଯାଇଛି। ସେହିପରି ଲୋକସେବା ଭବନର ସମ୍ମୁଖ ଗେଟ୍‌ ବନ୍ଦ ରହିବା ଲାଗି ନିଷ୍ପତ୍ତି ହୋଇଛି। ସବୁ କର୍ମଚାରୀ ନିଜର ପାସ୍‌ ଏବଂ ଯଦି ଚାରି ଚକିଆରେ ଆସନ୍ତି ତେବେ କାର୍‌ ପାସ୍‌ ଆଣି ଆସିବେ। ରାସ୍ତାରେ କିମ୍ବା କେଉଁ ସ୍ଥାନରେ କର୍ମଚାରୀ ଯଦି କିଛି ଅସୁବିଧାର ସମ୍ମୁଖୀନ ହୁଅନ୍ତି ତେବେ ସେମାନଙ୍କ ପାଇଁ ଲୋକସେବା ଭବନ ସିକ୍ୟୁରିଟି ଅଫିସରଙ୍କ ଲ୍ୟାଣ୍ଡଲାଇନ ନମ୍ବର ଜାରି କରାଯାଇଛି। ସେମାନେ ଯୋଗାଯୋଗ କରିପାରିବେ ବୋଲି ନିର୍ଦ୍ଦେଶ ଦିଆଯାଇଛି।
ସୂଚନାଯୋଗ୍ୟ, ୨୦୨୦ ନଭେମ୍ବରଠାରୁ ଏବେ ସୁଦ୍ଧା ପେଟ୍ରୋଲ, ଡିଜେଲ ଦର ପ୍ରାୟ ୨୭ ଥର ବୃଦ୍ଧି ହୋଇସାରିଛି। ଜାନୁୟାରୀରୁ ଏବେ ସୁଦ୍ଧା ତୈଳ ଦର କେନ୍ଦ୍ର ସରକାର ୧୮ ଥର ବୃଦ୍ଧି କରିଛନ୍ତି। ୨୦୨୧-୨୨ ବଜେଟରେ କେନ୍ଦ୍ର ସରକାର ପେଟ୍ରୋଲ ଓ ଡିଜେଲ ଉପରେ ୨ ଟଙ୍କା ୫୦ ପଇସା ଏବଂ ୪ଟଙ୍କା କୃଷି ସେସ୍‌ ଲଗାଇବା ନେଇ ଘୋଷଣା କରିଛନ୍ତି। ଏପରି କି ଏହି ସେସ୍‌ ପ୍ରଭାବ ଖାଉଟିଙ୍କ ଉପରେ ସିଧାସଳଖ ପଡ଼ିବ ନାହିଁ କିମ୍ବା ତେଲ ଦର ବଢ଼ିବନି ବୋଲି କୁହାଯାଇଛି। ସେହିପରି ବର୍ଦ୍ଧିତ ସେସ୍‌ ତୈଳ କମ୍ପାନୀଗୁଡ଼ିକ ବହନ କରିବେ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସ୍ପଷ୍ଟ କରିଥିଲେ। ଏହା ଭିତରେ ୮ଟି ପର୍ଯ୍ୟାୟରେ ଉପଭୋକ୍ତାଙ୍କ ମୁଣ୍ଡ ଉପରେ ଅତିରିକ୍ତ ବୋଝ ପଡ଼ିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ବାଲିଗୁଡ଼ା ଆସନ ପାଇଁ ବିଜେଡି ପ୍ରାର୍ଥୀ ଚକ୍ରମଣି କହଁର ଦାଖଲ କଲେ ପ୍ରାର୍ଥିପତ୍ର

ବାଲିଗୁଡା,୨୯।୪:(ସଞ୍ଜୟ କୁମାର ପାଣିଗ୍ରାହୀ): ପ୍ରବଳ ଖରା ସତ୍ତ୍ୱେ ହଜାର ହଜାର ସମର୍ଥକଙ୍କ ଗହଣରେ ଏକ ବିରାଟ ଶୋଭାଯାତ୍ରାରେ ଆସି କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ...

ନାମାଙ୍କନପତ୍ର ଦାଖଲ ବେଳେ ମୁହାଁମୁହିଁ ହେଲେ ଭାଜପା-ବିଜେଡି, ଶୁଭିଲା ଜୟ ଶ୍ରୀରାମ, ଜୟଜଗନ୍ନାଥ

ଭୁବନେଶ୍ୱର,୨୯।୪: ନାମାଙ୍କନପତ୍ର ଦାଖଲ ବେଳେ ମୁହାଁମୁହିଁ ହେଲେ ଭାଜପା ଓ ବିଜେଡି କର୍ମୀ। ଭାଜପା ଲୋକ ସଭା ପ୍ରାର୍ଥୀ ସମ୍ବିତ ପାତ୍ର ଓ ବିଜେଡିର ସତ୍ୟବାଦୀ...

ମେ’ ୩ରେ ରାୟଗଡ଼ା ଆସିବେ ରାହୁଲ

ଭୁବନେଶ୍ୱର,୨୯।୪: ମେ’ ୩ ତାରିଖରେ ରାୟଗଡ଼ା ଆସିବେ ରାହୁଲ ଗାନ୍ଧୀ। ଏ ନେଇ ସୂଚନା ଦେଇଛନ୍ତି ଭକ୍ତ ଦାସ। ପ୍ରିୟଙ୍କା ଗାନ୍ଧୀଙ୍କ ମଧ୍ୟ ନବରଙ୍ଗପୁର ଗସ୍ତ...

ପ୍ରଧାନ ଶିକ୍ଷକ ଦାୟିତ୍ୱରେ ଥିବା କନିଷ୍ଠ ଶିକ୍ଷକଙ୍କ ବରିଷ୍ଠ ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର

ପଟ୍ଟାଙ୍ଗି,୨୯।୪(ଶରତ ଧଳ): ଜଣେ କନିଷ୍ଠ ଶିକ୍ଷକ ପ୍ରଧାନ ଶିକ୍ଷକ ଦାୟିତ୍ୱରେ ରହି ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର କରୁଥିବା ନେଇ ପଟ୍ଟାଙ୍ଗି ଥାନାରେ ଏକ ଅଭିଯୋଗ...

ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର,୨୯।୪: ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ଢେଙ୍କନାଳ ଜିଲାର ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।...

ରାହୁଲଙ୍କ ଭାଷଣକୁ ନେଇ ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ୱର, ୨୯।୪(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ମେ’ ୧୩ରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଅନୁଷ୍ଠିତ ହେବ। ଏଥିଲାଗି ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନଙ୍କ...

ଅପରାଜିତାଙ୍କ ବିରୋଧରେ ତେଜିଲା ବିଦ୍ରୋହର ସ୍ବର: ସ୍ବାଧୀନ ଭାବେ ଲଢିବାକୁ ଧମକ ଦେଲେ କାଳୁ

ଖୋର୍ଦ୍ଧା,୨୯।୪(ପ୍ରଭାତ ପାଣିଗ୍ରାହୀ):ଭାଜପା ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରାର୍ଥୀ କରିବା ପରେ ଦଳରେ ବିଦ୍ରୋହର ସ୍ବର ଉଠିଛି। ରବିବାର ଖୋର୍ଦ୍ଧା ମଳିପଡ଼ାରେ କାଳୁଚରଣ ଖଣ୍ଡାୟତରାୟ ସ୍ବାଭିମାନ ସମାବେଶ...

କଂଗ୍ରେସ ଛାଡ଼ିଲେ ଦୁଲାଲ

ଭୁବନେଶ୍ୱର,୨୯ା୪: କଂଗ୍ରେସରୁ ସୋମବାର ଇସ୍ତଫା ଦେଇଛନ୍ତି ଦୁଲାଲ ପ୍ରଧାନ। ରବିବାର ଦୁଲାଲଙ୍କଠାରୁ ତାଙ୍କ ଟିକେଟ୍‌ ଫେରାଇ ନେବା ପରେ ସେ ଦଳ ଛାଡ଼ିଛନ୍ତି। ଦୁଲାଲ ତାଙ୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri