କର୍ନାଟକରେ ହେବ ଟେସ୍ଲା କରିଡର

ନୂଆଦିଲ୍ଲୀ: ଆମେରିକୀୟ ଇଲେକ୍ଟ୍ରିକ କାର ନିର୍ମାତା କମ୍ପାନୀ ଟେସ୍ଲା କର୍ନାଟକ ରାଜଧାନୀ ବେଙ୍ଗାଲୁରୁଠାରେ ନିଜର ପ୍ରଥମ ଉପତ୍ାଦନ ୟୁନିଟ୍‌ କରିବ ବୋଲି ଜଣାପଡିଛି। ଏ ସମ୍ପର୍କରେ କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପା ଶନିବାର ଏକ ଖବରଦାତା ସମ୍ମିଳନୀ ଜରିଆରେ ସୂଚନା ଦେଇ କହିଛନ୍ତି ଯେ, ଆମେରିକୀୟ ଫାର୍ମ ଟେସ୍ଲା କର୍ନାଟକରେ ଏକ ଇଲେକ୍ଟ୍ରିକ କାର ଉପତ୍ାଦନ ୟୁନିଟ୍‌ ଖୋଲିବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ରାଜ୍ୟର ତୁମକୁର ଜିଲାରେ ଏକ ଇଣ୍ଡଷ୍ଟ୍ରିଆଲ କରିଡର ନିର୍ମାଣ ହେବ। ଏଥିପାଇଁ ପ୍ରାୟ ୭୭୨୫ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ୨.୮ ଲକ୍ଷ ଲୋକଙ୍କୁ ନିଯୁକ୍ତି ମିଳିବ ବୋଲି ଜଣାପଡିଛି।
ଆମେରିକୀୟ ଇଲେକ୍ଟ୍ରିକ କାର ନିର୍ମାତା କମ୍ପାନୀ ଟେସ୍ଲା ଗତ ଜାନୁୟାରୀରେ ଭାରତକୁ ଆସିଥିଲା। ସେହି ସମୟରେ ବେଙ୍ଗାଲୁରୁରେ ଏକ କମ୍ପାନୀ ରେଜିଷ୍ଟ୍ରେଶନ କରିଥିଲା। ଗତ ମାସରେ ଟେସ୍ଲା ବେଙ୍ଗାଲୁରୁରେ ନିଜର ସବ୍‌ସିିଡିଆରି କମ୍ପାନୀ ଟେସ୍ଲା ଇଣ୍ଡିଆ ମୋଟର୍ସ ଏବଂ ଏନର୍ଜି ପ୍ରାଇଭେଟ୍‌ ଲିମିଟେଡ ନାମରେ ଏକ କମ୍ପାନୀ ରେଜିଷ୍ଟ୍ରେଶନ କରାଇଥିଲା। ଟେସ୍ଲାର ଫାଉଣ୍ଡର ଓ ସିଇଓ ଏଲନ ମସ୍କ ଗତବର୍ଷ ଟୁଇଟର ଜରିଆରେ ସୂଚନା ଦେଇଥିଲେ ଯେ, କମ୍ପାନୀ ୨୦୨୧ ସୁଦ୍ଧା ଭାରତରେ ପ୍ରବେଶ କରିବ। ଟେସ୍ଲା ଭାରତରେ ନିଜର ମଡେଲ ୩ ସେଦାନ କାର ସହ ଏଣ୍ଟ୍ରି କରିବାକୁ ଯୋଜନା କରୁଛି। ଏହି ଇଲେକ୍ଟ୍ରିକ କାରର ଦାମ୍‌ ପ୍ରାୟ ୬୦ ଲକ୍ଷ ଟଙ୍କା ରହିବ, ଭାରତକୁ ଟେସ୍ଲା ଆସିବା ଖବର ପ୍ରଥମେ କେନ୍ଦ୍ର ସଡ଼କ ଏବଂ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଦେଇଥିଲେ।
ଗତ ଡିସେମ୍ବରରେ ଗଡ଼କରୀ କହିଥିଲେ ଯେ, ଟେସ୍ଲା ଆସନ୍ତା ବର୍ଷ ଆରମ୍ଭରେ ଭାରତରେ ନିଜର ୟୁନିଟ୍‌ ଆରମ୍ଭ କରିବ। ଆଗାମୀ ୫ ବର୍ଷରେ କମ୍ପାନୀ ଦୁନିଆର ସବୁଠାରୁ ବଡ଼ ଇଲେକ୍ଟ୍ରିକ ବାହନ ଉତ୍ପାଦକ ହେବାର କ୍ଷମତା ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

ସରକାରୀ କର୍ମଚାରୀଙ୍କୁ ମିଳିବନି ପେନସନ, ଯଦି କରୁଥିବେ ଏହି ଭୁଲ!

ନୂଆଦିଲ୍ଲୀ,୨୫।୧୨: ସରକାରୀ କର୍ମଚାରୀମାନେ ପ୍ରାୟତଃ ଭାବନ୍ତି ଯେ ଯଦି ସେମାନେ ସମୟ ପୂର୍ୱରୁ ଇସ୍ତଫା ଦିଅନ୍ତି ତେବେ ସେମାନେ ପେନସନ ପାଇବେ କି ନାହିଁ। ସୁପ୍ରିମକୋର୍ଟ...

ଅବସରବେଳେ ଦରକାର ୧କୋଟି ଟଙ୍କା? ଏହି ଫର୍ମୂଲାରେ ୫ମାସରେ ମିଳିଯିବ ଟଙ୍କା, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୨୩।୧୨:ଲୋକମାନେ ପ୍ରାୟତଃ ଅବସର ସମୟରେ କୋଟି କୋଟି ଟଙ୍କାର କର୍ପସ ପାଇବାର ସ୍ୱପ୍ନ ଦେଖନ୍ତି, କିନ୍ତୁ କେବଳ କିଛି ଲୋକ ଏହି ସୱପ୍ନକୁ ପୂରଣ କରିପାରିବେ।...

ଏପ୍ରିଲ ପରେ ବନ୍ଦ ହୋଇଯିବ ଏହି ୬ଟି ବଡ଼ ବ୍ୟାଙ୍କ? ଆକାଉଣ୍ଟ ଥିଲେ କଣ କରିବେ…

ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାର ପୁଣିଥରେ ବ୍ୟାଙ୍କିଙ୍ଗ କ୍ଷେତ୍ରରେ ବଡ଼ ପରିବର୍ତ୍ତନ ପାଇଁ ପ୍ରସ୍ତୁତି କରୁଛନ୍ତି। ରିପୋର୍ଟ ଅନୁଯାୟୀ ସରକାର ଛଅଟି ବଡ଼ ସରକାରୀ ବ୍ୟାଙ୍କକୁ ପରସ୍ପର...

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ: ଜାନୁଆରୀରେ ବଢିଯିବ…

ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ୨୦୨୬ ବର୍ଷ ଏକ ଗୁରୁତ୍ୱପୂର୍ଣ୍ଣ ବର୍ଷ ହେବାକୁ ଯାଉଛି। ୭ମ ବେତନ କମିଶନର ଅବଧି ୩୧...

Gold Price Today : ୨୪ ଶହ ଟଙ୍କା ବଢ଼ିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୧୨: ଚଳିତ ବର୍ଷ ସୁନା ମୂଲ୍ୟରେ ତୀବ୍ର ବୃଦ୍ଧି ଘଟିଛି। ଡିସେମ୍ବର ୨୨ ତାରିଖରେ ବିଶ୍ୱ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ପ୍ରତି ଆଉନ୍ସ...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri