୧୧ଲକ୍ଷ ଟଙ୍କା ନ ଫେରାଇ ମହିଳାଙ୍କୁ ଅସଦାଚରଣ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ରାଜଧାନୀରେ ଦିନକୁ ଦିନ ବାଉନ୍ସରମାନଙ୍କ ଉତ୍ପାତ ବଢ଼ିବାରେ ଲାଗିଛି। ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଥିବା ବାର୍‌ର ବାଉନ୍ସରମାନେ ମାଡ଼ ମାରି ଜଣେ ବ୍ୟକ୍ତିଙ୍କ ଗୋଡ଼ ଭାଙ୍ଗି ପଙ୍ଗୁ କରିଥିବାବେଳେ ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଜଣେ ଛାତ୍ରଙ୍କୁ ମାଡ଼ମାରି ରକ୍ତାକ୍ତ କରିଥିଲେ। ପୁଣି ଶନିବାର ରାତିରେ ଖାରବେଳନଗର ଅଞ୍ଚଳରେ ଜଣେ ଯୁବକଙ୍କ ବେକ କାଟି ମରଣାନ୍ତକ ଆକ୍ରମଣ କରିଛନ୍ତି। ଖାରବେଳନଗର ଥାନା ନିକଟସ୍ଥ ମ୍ୟାଡ ମୂଲ ପବ୍‌ ଓ ବାର୍‌ର ବାଉନ୍ସରମାନେ ବର୍ବରତାର ସୀମା ଟପିଯାଇଛନ୍ତି। ବାର୍‌ରେ ୨ ଜଣ ଯୁବକଙ୍କ ସହ ବଚସା ହେବା ପରେ ସେମାନଙ୍କୁ ମାଡ଼ ମାରି ବାରରୁ ବାହାର କରିବା ସହ ରାସ୍ତାରେ ଗୋଡ଼ାଇ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକମ୍ରଣ କରି ଫେରାର ହୋଇଯାଇଛନ୍ତି। ଆର୍ଯ୍ୟ ବେଦାନ୍ତ ନାମକ ଯୁବକଙ୍କ ବେକର ଆଗ ପାର୍ଶ୍ୱ ଓ ପଛରେ ଗୁରୁତର କ୍ଷତ ହେବା ସହ ସେ ଏକ ଘରୋଇ ହସ୍ପିଟାଲରେ ଜୀବନ ସହ ଲଢ଼େଇ କରୁଛନ୍ତି। ତାଙ୍କର ସହଯୋଗୀ ବନ୍ଧୁ ଦେବାଶିଷଙ୍କ ଶରୀର ବିଭିନ୍ନ ସ୍ଥାନରେ କ୍ଷତ ହୋଇଥିବାବେଳେ ଚିକିତ୍ସା ପରେ ଏବେ ସୁସ୍ଥ ଅଛନ୍ତି। ଏ ନେଇ ଥାନାରେ ଅଭିଯୋଗ ପରେ ପୋଲିସ ନଂ.୫୪/୨୦ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ସୂଚନା ମୁତାବକ, ଶନିବାର ରାତିରେ ଆର୍ଯ୍ୟ ଓ ଦେବାଶିଷ ମ୍ୟାଡ ମୁଲ ବାରରେ ଖାଦ୍ୟ ନେବାବେଳେ ବାର୍‌ର ବାଉଁସରମାନଙ୍କ ସହ କୌଣସି କଥାକୁ ନେଇ ବଚସା ହୋଇଥିଲା। ଉଭୟ ବାର୍‌ରୁ ଫେରିବାବେଳେ ପୁଣି ବାଉନ୍ସରଙ୍କ ସହ ମୁହଁାମୁହିଁ କଥା କଟାକଟି ହୋଇଥିଲା। ବାଉଁସରମାନେ ଉତ୍ତ୍ୟକ୍ତ ହୋଇ ସେମାନଙ୍କର ଅନ୍ୟ କିଛି ବାଉନ୍ସର ସାଙ୍ଗଙ୍କୁ ଡକାଇଥିଲେ। ସେମାନେ ଜନପଥ ରୋଡ୍‌ରେ ଆର୍ଯ୍ୟ ଓ ଦେବାଶିଷଙ୍କୁ ଗୋଡ଼ାଇ ଆକ୍ରମଣ କରିଥିଲେ। ସ୍ଥାନୀୟ ଲୋକେ ଆସିବାରୁ ବାଉନ୍ସରମାନେ ଫେରାର ହୋଇଯାଇଥିଲେ। ଖବରପାଇ ପୋଲିସ ପହଞ୍ଚତ୍ ଉଦ୍ଧାର କରି ଉଭୟଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଜାନୁଆରୀ ୫ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଏହିଦିନ ହେବ ପଞ୍ଜୀକରଣ

ଭୁବନେଶ୍ୱର,୨୯।୧୨: ଆସନ୍ତା ସୋମବାର ଜାନୁଆରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର,...

ସଫେଇ ନାରେ ସୁନାଚେନ୍ ଲୁଟ ଘଟଣା, ଗିରଫ ହେଲେ ଦୁଇ ଆନ୍ତଃ ରାଜ୍ୟ ଲୁଟେରା

ବଲାଙ୍ଗୀର, ୨୯|୧୨ – (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡା ଠାରେ ଗତ ୨୨ ତାରିଖ ଦିନ ସଫେଇ ନାଁରେ ସୁନା ଚେନ୍ ଲୁଟି...

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

ଗଣେଶ୍ୱରଙ୍କ ବଡ଼ ବୟାନ: ସୁଜାତାଙ୍କ କଥା ଦଳ ବିଚାର କରିବ

ଭୁବନେଶ୍ୱର,୨୯।୧୨: କେନ୍ଦ୍ରାପଡ଼ା ବିଜେଡି ବିଧାୟକ ଗଣେଶ୍ୱର ବେହେରା ଏକ ବଡ଼ ବୟାନ ଦେଇଛନ୍ତି। ସୁଜାତା କାର୍ତ୍ତିକେୟନଙ୍କ କଥା ଦଳ ବିଚାର କରିବ ବୋଲି ଗଣେଶ୍ୱର ସୋମବାର...

ଜିରୋ ନାଇଟ ପାଇଁ ଚେତାବନୀ ଦେଲେ ଟ୍ବିନ୍‌ ସିଟି ପୋଲିସ କମିଶନର, କହିଲେ ରାତି ୧୨ଟା ପରେ…

ନୂଆଦିଲ୍ଲୀ,୨୯।୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ କିଛି ଦିନ ବାକି ରହିଥିବା ବେଳେ ସବୁ ସ୍ଥାନରେ ଜିରୋ ନାଇଟ ପାଇଁ ପ୍ରସ୍ତୁତି...

କାହା ପାଇଁ ପ୍ରଭାତ ପିନ୍ଧୁଛନ୍ତି ଲାଲ ପୋଷାକ, କିଏ ସଜାଇଛନ୍ତି ତାଙ୍କୁ ନାଲି ବାବା, ସବୁ ଗୁମର ଖୋଲିଦେଲେ…

ଭୁବନେଶ୍ୱର,୨୯।୧୨: ଦେବାଶିଷ ସାମନ୍ତରାୟଙ୍କ ଆକ୍ଷେପ ଉପରେ କଡ଼ା ଜବାବ ରଖିଲେ ପ୍ରଭାତ ବିଶ୍ୱାଳ। ପ୍ରଭାତ କହିଛନ୍ତି, ମୁଁ କେଉଁଭଳିଆ ନେତା କଟକବାସୀ ଜାଣନ୍ତି। ଦେବାଶିଷଙ୍କ ନାଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri