Posted inଫୁରସତ

ଦାମ୍ପତ୍ୟ ଜୀବନରେ ପ୍ରେମ ଚାହାନ୍ତି ୯୨ ପ୍ରତିଶତ ଭାରତୀୟ

ନୂଆଦିଲ୍ଲୀ,୧୫।୨: ପ୍ରେମ ଏକ ଅଭୁଲା ଅନୁଭୁତି। ଦାମ୍ପତ୍ୟ ଜୀବନର ସ୍ଥାୟୀତ୍ୱ ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ଥିବା ଭଲ ପାଇବା ଉପରେ ହିଁ ନିର୍ଭର କରିଥାଏ। ବିବାହ ପରବର୍ତ୍ତୀ ଦାମ୍ପତ୍ୟ ଜୀବନରେ ୯୨ ପ୍ରତିଶତ ଭାରତୀୟ ପ୍ରେମ ଚାହିଥାନ୍ତି। ସମ୍ପ୍ରତି କରାଯାଇଥିବା ଏକ ସର୍ଭେ ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ଦାମ୍ପତ୍ୟ ଜୀବନରେ ଭଲ ପାଇବାର ପରିପ୍ରକାଶ ଗୁରୁତ୍ୱପୂର୍ଣ୍ଣ। ସର୍ଭେରେ ୫,୬୨୮ ଲୋକଙ୍କୁ ସାମିଲ କରାଯାଇଥିଲା। ଭାଲେଣ୍ଟାଇନ୍‌ ଦିବସକୁୂ ନେଇ ପଚରା ଯାଇଥିବା ପ୍ରଶ୍ନରେ ୫୨ ପ୍ରତିଶତ ମହିଳା ଏବଂ ୪୩ ପ୍ରତିଶତ ପୁରୁଷ ଏହା ଦମ୍ପତିଙ୍କ ମଧ୍ୟରେ ଭଲ ପାଇବାକୁ ସୁଦୃଢ଼ କରିଥାଏ ବୋଲି ଉତ୍ତର ଦେଇଛନ୍ତି। ସେହିପରି ୨୬ ପ୍ରତିଶତ ମହିଳା ଏବଂ ୩୭ ପ୍ରତିଶତ ପୁରୁଷ ଏହା ନିଜର ଭଲ ପାଇବାକୁ ପ୍ରକାଶ କରିବାର ଏକ ଗୁରୁତ୍ୱପୂର୍ଣ୍ଣ ଦିବସ ବୋଲି କହିଛନ୍ତି। ତେବେ ବିବାହ ପରେ ଏପରି ଦିବସର ପାଳନ କରିବାର କୌଣସି ଆବଶ୍ୟକତା ନାହିଁ ବୋଲି ୪ ପ୍ରତିଶତ ମହିଳା ଏବଂ ୬ ପ୍ରତିଶତ ପୁରୁଷ ନିଜର ମତାମତ ଦେଇଛନ୍ତି। ୫୫ ପ୍ରତିଶତ ମହିଳା ତାଙ୍କ ଜୀବନସାଥୀ ଏହି ଦିନରେ ଶୁଭେଚ୍ଛା ଜଣାନ୍ତୁ ବୋଲି ଆଶା କରିଥାନ୍ତି। ୩୩ ପ୍ରତିଶତ ମହିଳା ଉପହାର ଆଶା ରଖିଥାନ୍ତି। ସେହିପରି ୩୩ ପ୍ରତିଶତ ପୁରୁଷ ମଧ୍ୟ ଏହି ଦିନ ସ୍ତ୍ରୀଙ୍କଠାରୁ କିଛି ସ୍ବତନ୍ତ୍ର ଧରଣର ବ୍ୟବହାର ଚାହିଥାନ୍ତି ବୋଲି ରିପୋର୍ଟରେ ଉଲ୍ଲେଖ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri