ଡବ୍ଲ୍ୟୁଓଡିସି ବାର୍ଷିକ ଅନୁଦାନ ୨୦୦ କୋଟି

ଭୁବନେଶ୍ୱର,୧୬।୨(ବ୍ୟୁରୋ): ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (ଡବ୍ଲ୍ୟୁଓଡିସି)ର ବାର୍ଷିକ ଅନୁଦାନ ୧୦୦ କୋଟିରୁ ୨୦୦ କୋଟି ଟଙ୍କାକୁ ବୃଦ୍ଧି କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭିଡିଓ କନ୍‌ଫରେନ୍ସ ଜରିଆରେ ଡବ୍ଲ୍ୟୁଓଡିସିର କାର୍ଯ୍ୟକ୍ରମ ସମୀକ୍ଷା କରି ଏହି ଘୋଷଣା କରିଛନ୍ତି। ଏଥିସହିତ ଯୁବତୀ ଯୁବକମାନଙ୍କ ପାଇଁ ଯେପରି ଅଧିକ ରୋଜଗାର ସୁଯୋଗ ସୃଷ୍ଟି ହେବ ସେଥିପ୍ରତି ଯତ୍ନବାନ ହେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
୧୯୯୯-୨୦୦୦ରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ବଜେଟ ପରିମାଣ ବର୍ଷକୁ ୩ କୋଟି ଥିବାବେଳେ କ୍ରମେ ତାହା ବୃଦ୍ଧି ପାଇ ୧୦୦ କୋଟି ଟଙ୍କା ହୋଇଥିଲା। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ପରିଷଦକୁ ରାଜ୍ୟ ସରକାରଙ୍କ ଅନୁଦାନ ପରିମାଣ ୨୦୨୧-୨୨ ଆର୍ଥିକବର୍ଷରେ ୨୦୦ କୋଟି ହେବ। ଏଥିସହିତ ପଶ୍ଚିମ ଓଡ଼ିଶାରେ ବିକାଶ କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରିବା ଏବଂ ଲୋକଙ୍କ ପାଖରେ ପ୍ରଶାସନକୁ ପହଞ୍ଚାଇବା ପାଇଁ ପରିଷଦ ଅଧୀନରେ ଥିବା ୧୦ ଜିଲା ଏବଂ ଆଠମଲ୍ଲିକରେ ପରିଷଦର କାର୍ଯ୍ୟାଳୟ ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ପଶ୍ଚିମ ଓଡ଼ିଶାରେ କାର୍ଯ୍ୟକାରୀ ହେଉଥିବା ଅନେକଗୁଡିଏ ବୃହତ୍‌ ପ୍ରକଳ୍ପକୁ ତ୍ୱରାନ୍ବିତ କରି ଠିକ୍‌ ସମୟରେ ଶେଷ କରିବା ପାଇଁ ଡବ୍ଲ୍ୟୁଓଡିସି ପଦକ୍ଷେପ ନେବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି। ବିଜୁ ଏକ୍ସପ୍ରେସ୍‌ ଓ୍ବେ, ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଆଦି ବୃହତ୍‌ ଭିତ୍ତିଭୂମି ପ୍ରକଳ୍ପଗୁଡିକ ଦ୍ୱାରା ପଶ୍ଚିମ ଓଡ଼ିଶାର ବିକାଶ ହୋଇପାରିବ ବୋଲି ଆଶା କରାଯାଉଛି। ବୈଠକରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ ତ୍ରିପାଠୀ ଯୋଗଦେଇ ପରିଷଦର କାର୍ଯ୍ୟକ୍ରମ ଓ ଭବିଷ୍ୟତ କାର୍ଯ୍ୟପନ୍ଥା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି। ବିଗତ ଦିନଗୁଡିକରେ ଡବ୍ଲ୍ୟୁଓଡିସି ପକ୍ଷରୁ ସଡ଼କ ନିର୍ମାଣ, ଶିକ୍ଷା, ଭିତ୍ତିଭୂମି ଓ ଜଳସେଚନ ଉପରେ ସର୍ବାଧିକ ଗୁରୁତ୍ୱ ଆରୋପ କରାଯାଇଛି। ଆଗାମୀ ଦିନରେ ପନିପରିବା, ଡାଲିଜାତୀୟ ଫସଲ ଓ ତୈଳବୀଜ, ଫୁଲ ଚାଷ ଆଦି ଉଦ୍ୟାନଭିତ୍ତିକ କାର୍ଯ୍ୟକ୍ରମ ଉପରେ ଗୁରୁତ୍ୱ ଦିଆଯିବ ବୋଲି ସୂଚନା ଦିଆଯାଇଛି।
ପଶ୍ଚିମ ଓଡ଼ିଶା ଜିଲାଗୁଡିକରେ ସର୍ବାଧିକ ଅର୍ଥନୈତିକ ସମ୍ଭାବନା ଥିବା କ୍ଷେତ୍ରରେ ଆବଶ୍ୟକ ଭିତ୍ତିଭୂମି ସୁବିଧା ସୃଷ୍ଟି କରାଯିବ ବୋଲି ବୈଠକରେ ସୂଚନା ଦିଆଯାଇଛି। ସମ୍ବଲପୁର, ବରଗଡ଼ ଓ ସୋନପୁରରେ ଧାନ ଓ ଧାନରୁ ଉତ୍ପାଦିତ ପଦାର୍ଥର ବିନିଯୋଗ ପାଇଁ ଭିତ୍ତିଭୂମି, ବଲାଙ୍ଗୀରରେ କୁକୁଡା ଓ ଅଣ୍ଡା ଚାଷ ପାଇଁ ଭିତ୍ତିଭୂମି, କଳାହାଣ୍ଡିରେ ମାଛ ଚାଷ, ବୌଦ୍ଧ ଓ ସୋନପୁରରେ ଗୋ ପାଳନ, ଦୁଗ୍ଧ ଉତ୍ପାଦନ ଏବଂ ହସ୍ତତନ୍ତ କ୍ଲଷ୍ଟରର ବିକାଶ ପାଇଁ ବହୁତ ସୁଯୋଗ ରହିଛି ବୋଲି ବୈଠକରେ ମତପ୍ରକାଶ ପାଇଛି। ବୈଠକରେ ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା, କୃଷି ଉତ୍ପାଦନ କମିଶନର ଆର.କେ. ଶର୍ମା, ଅର୍ଥ ବିଭାଗ ସଚିବ ଅଶୋକ ମୀନା, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri