Posted inଜାତୀୟ

ସୁହେଲଦେବ ସ୍ମାରକର ଶିଳାନ୍ୟାସ କଲେ ମୋଦି

ନୂଆଦିଲ୍ଲୀ,୧୬ ।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଭିଡିଓ କନଫରେନସିଂ ଜରିଆରେ ଶ୍ରାବସ୍ତିର ମହାନ ଯୋଦ୍ଧା ମହାରାଜା ସୁହେଲଦେବଙ୍କ ୪.୨୦ ମିଟର ଉଚ୍ଚ ପ୍ରତିମାର ନିର୍ମାଣ ସମେତ ସ୍ମାରକର ଶିଳାନ୍ୟାସ କରିଛନ୍ତି । ଏହି ସମୟରେ ପ୍ରଧାନମନ୍ତୀ ତାଙ୍କ ସମ୍ବୋଧନରେ ଦେଶବାସୀଙ୍କୁ ବସନ୍ତ ପଞ୍ଚମୀର ଶୁଭକାମନା ଜଣାଇଛନ୍ତି । ଏହାସହ ମହାରାଜା ସୁହେଲଦେବଙ୍କ ନାଁରେ ଯେଉଁ ମେଡିକାଲ କଲେଜ ହୋଇଛି ତାହାଦ୍ୱାରା ସାଧାରଣ ଜନତା ଉପକୃତ ହେବେ ବୋଲି ସେ କହିଛନ୍ତି । ସେ କହିଛନ୍ତି ଦେଶର ଇତିହାସ ତା’ନୁହେଁ ଯାହା ଦେଶକୁ ଗୁଲାମ କରୁଥିବା ଓ ଗୁଲାମ ମାସିକତା ସହ ଖେଳୁଥିବା ଲୋକେ ଲେଖିଛନ୍ତି । ଦେଶର ଇତିହାସ ସେହି ଯାହାକୁ ସାଧାରଣ ଜନତା ଲେଖିଛନ୍ତି । ଦେଶର କେତେକ ନାୟିକା-ନାୟକଙ୍କୁ ଇତିହାସରେ ସ୍ଥାନ ଦିଆଯାଇନାହିଁ କେବେ ସେମାନଙ୍କୁ ସମ୍ମାନ ଦିଆଯାଇନାହିଁ ଯାହାକୁ ଆଜି ଦେଶ ସୁଧାରିବାରେ ଲାଗିଛି । ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଆଜାଦ ହିନ୍ଦ ଭାରତ ପୂର୍ବରୁ ପ୍ରଥମ ପ୍ରଧାନମନ୍ତ୍ରୀ ଥିଲେ, ହେଲେ ଆଜାଦ ହିନ୍ଦ ଫୌଜକୁ କେବେବି ସେମିତି ସମ୍ମାନ ଦିଆଯାଇ ନାହିଁ । ସେହିପରି ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ସହ ଯାହା ହୋଇଛି ତାହା ହୁଏତ ସମସ୍ତଙ୍କୁ ଜଣା । ହେଲେ ଆମ ସରକାର ପଟେଲଙ୍କର ସବୁଠାରୁ ଉଚ୍ଚ ମୂର୍ତ୍ତି ନିର୍ମାଣ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri