Posted inଫୁରସତ

ସ୍ତ୍ରୀଙ୍କ ଇଚ୍ଛା ପୂରଣ କଲେ ସ୍ବାମୀ: ରାମ ମନ୍ଦିର ନିର୍ମାଣ ପାଇଁ ୭ ଲକ୍ଷର ଗହଣା ବିକ୍ରି କରି କଲେ ଦାନ

ନୂଆଦିଲ୍ଲୀ: ଅଯୋଧ୍ୟାରେ ନିର୍ମାଣ ହେବାକୁ ଯାଉଛି ଭଗବାନ ରାମଙ୍କ ଭବ୍ୟ ମନ୍ଦିର। ଏଥିନେଇ ପ୍ରସ୍ତୁତି ଆଗେଇ ଚାଲିଥିବା ବେଳେ ଶ୍ରଦ୍ଧାଳୁମାନେ ମନ୍ଦିର ନିର୍ମାଣ ନେଇ ଦାନ କରୁଛନ୍ତି। ଏହି କ୍ରମରେ ରାଜସ୍ଥାନର ଜୋଧପୁରରେ ରହୁଥିବା ଜଣେ ବ୍ୟକ୍ତି ସ୍ତ୍ରୀଙ୍କ ଇଚ୍ଛା ପୂରଣ କରିବାକୁ ଯାଇ ତାଙ୍କର ୭ ଲକ୍ଷ ଟଙ୍କାର ଗହଣା ବିକ୍ରି କରି ଦାନ କରିଛନ୍ତି। ଏଭଳି କାର୍ଯ୍ୟ ଏବେ ଚର୍ଚ୍ଚାର ବିଷୟ ପାଲଟିଛି।

ରାମ ମନ୍ଦିର ନିର୍ମାଣ ପାଇଁ ସମର୍ପଣ ନିଧି ଅଭିଯାନ ଜାରି ରହିଛି। ଭକ୍ତମାନେ ସ୍ବଇଚ୍ଛାରେ ଟଙ୍କା ଦାନ କରୁଛନ୍ତି। ସେହିଭଳି ଜୋଧପୁରରେ ରହୁଥିବା ଆଶା କମ୍ବର ଜଣେ ରାମଭକ୍ତ। ସେ ଅଯୋଧ୍ୟାରେ ମନ୍ଦିର ନିର୍ମାଣ ହେବା ଦେଖିବାକୁ ଚାହୁଁଥିଲେ। ହେଲେ ନିକଟରେ ୫୪ ବର୍ଷ ବୟସରେ ତାଙ୍କର ନିଧନ ହୋଇଥିଲା। ରୋଗଗ୍ରସ୍ତ ଥିବା ବେଳେ ସେ ସ୍ବାମୀ ଓ ପୁଅଙ୍କୁ ନିଜର ଶେଷ ଇଚ୍ଛା ବିଷୟରେ କହିଥିଲେ। ରାମ ମନ୍ଦିର ଲାଗି ସେ କିଛି ଦାନ ଦେବାକୁ ଚାହୁଁଥିବା କହିଥିଲେ। ପରିବାରଲୋକେ ସମର୍ପଣ ନିଧି ରାଶି ଏକତ୍ରିତ କରୁଥିବା ଦଳଙ୍କୁ ଏ ନେଇ ଜଣାଇଥିଲେ। ହେଲେ ଫେବୃୟାରୀ ୪ ତାରିଖରେ ଆଶାଙ୍କ ମୃତ୍ୟୁ ହୋଇଥିଲା। ମୃତ୍ୟୁ ପରେ ତାଙ୍କର ଗହଣା ବିକ୍ରି କରି ସ୍ବାମୀ ୭ଲକ୍ଷ ୮ ହଜାର ଟଙ୍କା ଜମା କରିଥିଲେ। ଏବେ ଏହି ଟଙ୍କା ସେ ସ୍ତ୍ରୀଙ୍କ ଶେଷଇଚ୍ଛା ପୂରଣ କରିବାକୁ ଯାଇ ଦାନ କରିଛନ୍ତି। ଆଶାଙ୍କ ଭଗବାନଙ୍କ ପ୍ରତି ଶ୍ରଦ୍ଧା ଅନେକଙ୍କୁ ଭାବବିହ୍ବଳ କରୁଥିବା ବେଳେ ସେ ଅନ୍ୟମାନଙ୍କ ପାଇଁ ଉଦାହରଣ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

ସୃଷ୍ଟି ହେବ ଗଜକେଶରୀ ଯୋଗ, ଏହି ୨ ରାଶିର ବ୍ୟକ୍ତିଙ୍କର କ୍ୟାରିଅରରେ ହେବ ଉନ୍ନତି

ଗ୍ରହ ଏବଂ ନକ୍ଷତ୍ର ମଣ୍ଡଳର ଗତିକୁ ଆଧାର କରି ୨୦୨୬ ମସିହାର ପ୍ରଥମ କିଛି ଦିନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ । ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri