Posted inଖେଳ

ପ୍ରାକ୍ତନ ଖେଳାଳି କହିଲେ ‘ସିରିଜ୍‌ ଜିତିବ ଭାରତ’

ନୂଆଦିଲ୍ଲୀ, ୧୬।୨ : ପ୍ରଥମ ମ୍ୟାଚ୍‌ରେ ଲଜ୍ଜାଜନକ ପରାଜୟ ପରେ ଦ୍ୱିତୀୟ ଟେଷ୍ଟରେ ବଡ଼ ବିଜୟ ହାସଲ କରିଛି ଭାରତୀୟ ଦଳ। ଏଥିସହ ୪ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ ଏବେ ୧-୧ର ବରାବର ସ୍ଥିତିରେ ପହଞ୍ଚିଛି। ପଦାର୍ପଣ କରିଥିବା ବାମହାତୀ ସ୍ପିନର ଅକ୍ଷର ପଟେଲ ୫ ଉଇକେଟ ସଫଳତା ହାସଲ କରିଛନ୍ତି। ଆଉ ବରିଷ୍ଠ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ମ୍ୟାଚ୍‌ରେ ୮ ଉଇକେଟ ନେବା ସହ ଖେଳିଥିଲେ ୧୦୬ ରନ୍‌ର ଏକ ଜବରଦସ୍ତ ଶତକୀୟ ପାଳି । ଏଭଳି ପ୍ରଦର୍ଶନକୁ ପ୍ରଶଂସା କରିବା ସହ ଟିମ୍‌ ଇଣ୍ଡିଆର ସିରିଜ୍‌ ଜିତିବ ବୋଲି ଦାବି କରିଛନ୍ତି ବହୁ ପ୍ରାକ୍ତନ ଖେଳାଳି।

” ବଡ଼ ବିଜୟ ପାଇଁ ଟିମ୍‌ ଇଣ୍ଡିଆକୁ ଶୁଭେଚ୍ଛା। ଦଳର ପ୍ରତ୍ୟେକ ଖେଳାଳି ନିଜ ଦକ୍ଷତାନୁଯାୟୀ ଖେଳିଲେ। ବରିଷ୍ଠ ଖେଳାଳିମାନେ ଭଲ ପ୍ରଦର୍ଶନ କରିଥିବାବେଳେ ମୁଁ ପଦାର୍ପଣକାରୀ ଅକ୍ଷର ପଟେଲଙ୍କ ଦ୍ୱାରା ପ୍ରଭାବିତ “ ବୋଲି ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ ଭିଭିଏସ୍‌ ଲକ୍ଷ୍ମଣ ଟୁଇଟରରେ ଲେଖିଛନ୍ତି। ସେହିଭଳି ଇର୍ଫାନ ପଠାନ ଟୁଇଟ୍‌ କରିଛନ୍ତି, ଭାରତୀୟ ଦଳ ଭଲ ଖେଳିଲା। ଆମେ ସିରିଜ୍‌ ଜିତିବୁ। ସେହିଭଳି ମହମ୍ମଦ କୈଫ, ହରଭଜନ ସିଂ, ଆକାଶ ଚୋପ୍ରା ଟୁଇଟ୍‌ କରି ଟିମ୍‌ ଇଣ୍ଡିଆ ସିରିଜ୍‌ ଜିତିବ ବୋଲି ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…

ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...

T୨୦ ପରେ ଏବେ ଦିନିକିଆରୁ ବି ବାଦ ପଡ଼ିବେ ପନ୍ତ, BCCI ନେଲା ବଡ଼ ପଦକ୍ଷେପ! ଜାଣନ୍ତୁ କିଏ…

ନୂଆଦିଲ୍ଲୀ,୨୮।୧୨: ଭାରତୀୟ କ୍ରିକେଟ ଦଳର ଦିନିକିଆ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ୨୦୨୫-୨୬ ସିଜନର ଶେଷ ଘରୋଇ ଓଡିଆଇ ସିରିଜ ଅର୍ଥାତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...

ବିଜେଡି ସୁପ୍ରିମୋଙ୍କ ବଡ଼ ଘୋଷଣା: ଦଳୀୟ କର୍ମକର୍ତ୍ତାଙ୍କ ତାଲିକାକୁ ନେଇ…

ଭୁବନେଶ୍ୱର,୨୮ା୧୨: ବିଜୁ ଯୁବ ଜନତା ଦଳ ଓ ବିଜୁ ଛାତ୍ର ଜନତା ଦଳ କର୍ମକର୍ତ୍ତାଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଯୁବ...

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri