Posted inଖେଳ

ବାସନ୍ଦ ହୋଇପାରନ୍ତି କୋହଲି!

ଚେନ୍ନାଇରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟରେ ଟିମ ଇଣ୍ଡିଆ ୩୧୭ ରନରେ ଇଂଲଣ୍ଡକୁ ପରାସ୍ତ କରିଛି। ଫଳରେ ୪ଟି ଟିକିଆ ଟେଷ୍ଟ ମ୍ୟାଚ୍‌ ଏବେ ୧-୧ ରେ ବରାବର ରହିଛି। କିନ୍ତୁ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ଏକ ବଡ଼ ବିପଦର ସମ୍ମୁଖୀନ ହୋଇଛନ୍ତି। ବିରାଟ କୋହଲିଙ୍କୁ ମ୍ୟାଚରୁ ବାସନ୍ଦ କରାଯାଇପାରେ ବୋଲି ଜଣାପଡିଛି। ଏହାର କାରଣ ହେଉଛି ଅମ୍ପାୟାରଙ୍କ ସହ ଯୁକ୍ତିତର୍କ । ଚେନ୍ନାଇ ଟେଷ୍ଟର ତୃତୀୟ ଦିନରେ ବିରାଟ କୋହଲି ଅମ୍ପାୟାର ନିତିନ ମେନନଙ୍କ ସହ ଯୁକ୍ତିତର୍କ କରିଥିଲେ। ତୃତୀୟ ଅମ୍ପାୟାରଙ୍କ ନିଷ୍ପତ୍ତିରେ ବିରାଟ କୋହଲି ଖୁସି ନ ଥିଲେ ଏବଂ ଏହା ପରେ କୋହଲି ଅମ୍ପାୟାରଙ୍କ ସହ ଦୀର୍ଘ ସମୟ ଧରି ଯୁକ୍ତିତର୍କ କରୁଥିବା ଦେଖାଯାଇଥିଲା। ଅମ୍ପାୟାରଙ୍କ ନିଷ୍ପତ୍ତିକୁ ନେଇ ଅସନ୍ତୋଷ ପ୍ରକାଶ କରିବା ବିରାଟ କୋହଲିଙ୍କୁ ଅସୁବିଧାରେ ପକାଇପାରେ। ଆଇସିସିର ଆଚରଣ ସଂହିତା ଧାରା ୨.୮ ଅନୁଯାୟୀ, ଜଣେ ଖେଳାଳି ଯିଏ ଅମ୍ପାୟାରଙ୍କ ନିଷ୍ପତ୍ତିକୁ ନେଇ ଅସନ୍ତୋଷ ବ୍ୟକ୍ତ କରନ୍ତି, ତାଙ୍କୁ ଲେବଲ୍‌ ୧ କିମ୍ବା ଲେଭଲ ୨ ଚାର୍ଜ କରାଯାଏ। ଯାହା ପରେ ଖେଳାଳିଙ୍କ ଆକାଉଣ୍ଟରେ ୧ ରୁ ୪ ଡିମେରିଟ୍‌ ପଏଣ୍ଟ ଯୋଗ କରାଯାଏ। ୨୪ ମାସ ମଧ୍ୟରେ, ଯଦି ଜଣେ ଖେଳାଳିଙ୍କ ଆକାଉଣ୍ଟରେ ୪ଟି ଡିମେରିଟ୍‌ ପଏଣ୍ଟ ଯୋଡାଯାଏ, ତେବେ ତାଙ୍କ ଉପରେ ଗୋଟିଏ ଟେଷ୍ଟ କିମ୍ବା ଦୁଇଟି ଏକଦିବସୀୟ କିମ୍ବା ଦୁଇଟି ଟି -୨୦ ଅନ୍ତର୍ଜାତୀୟ ମ୍ୟାଚ ଉପରେ ପ୍ରତିବନ୍ଧକ ଲଗାଯାଇପାରିବ।
ସୂଚନାଯୋଗ୍ୟ, ବିରାଟ କୋହଲିଙ୍କ ଆକାଉଣ୍ଟରେ ୨ଟି ଡିମେରିଟ୍‌ ପଏଣ୍ଟ ଅଛି। ଚେନ୍ନାଇ ଟେଷ୍ଟରେ ଅମ୍ପାୟାରଙ୍କ ନିଷ୍ପତ୍ତିରେ ଅସନ୍ତୋଷ ବ୍ୟକ୍ତ କରିବା ପାଇଁ ଯଦି ସେ ଆଉ ୨ଟି ଡିମେରିଟ୍‌ ପଏଣ୍ଟ ପାଆନ୍ତି, ତେବେ ତାଙ୍କୁ ଗୋଟିଏ ଟେଷ୍ଟରୁ ନିଲମ୍ବିତ କରାଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri