Posted inରାଜ୍ୟ

ଥାନାରେ ଥାର୍ଡ ଡିଗ୍ରୀ: ଏସ୍‌ଆଇ ନିଲମ୍ବିତ

ରାଉରକେଲା ଅଫିସ,୧୮।୨:ଥାନା ଭିତରେ ଜଣେ ନାବାଳକଙ୍କୁ ଥାର୍ଡ଼ ଡିଗ୍ରୀ ଦେବା ଘଟଣା ସୁନ୍ଦରଗଡ଼ ଜିଲା ରାଉରକେଲା ଉଦିତନଗର ପୋଲିସ ଏସ୍‌ଆଇ ମାନସ ରଞ୍ଜନ ନାୟକଙ୍କୁ ମହଙ୍ଗା ପଡିଛି। ଏହି ଘଟଣାର ତଦନ୍ତ କରି ରାଉରକେଲା ଏସ୍‌ପି ମୁକେଶ କୁମାର ଭାମୁ ଏସ୍‌ଆଇ ନାୟକଙ୍କୁ ବୁଧବାର ନିଲମ୍ବିତ କରିଛନ୍ତି।
ସୂଚନା ଅନୁସାରେ, ୨୦୨୦ ଡିସେମ୍ବର ୨୬ରେ ଉଦିତନଗର ପୋଲିସ ମୋବାଇଲ ଚୋରି ଅଭିଯୋଗରେ ରାଉରକେଲା ଗୋପବନ୍ଧୁପାଲ୍ଲୀ ଅଞ୍ଚଳର ଜଣେ ନାବାଳକଙ୍କୁ ଅଟକ ରଖି ଘଟଣାର ତଦନ୍ତ କରୁଥିଲା। ତଦନ୍ତ ସମୟରେ ଏସ୍‌ଆଇ ନାୟକ ଉକ୍ତ ନାବାଳକଙ୍କୁ ବିଦ୍ୟୁତ୍‌ କରେଣ୍ଟ ସହ ତାଙ୍କୁ ମାନସିକ ଓ ଶାରିରୀକ ନିର୍ଯାତନା ଦେଇଥିବା ନେଇ ତାଙ୍କ ଜେଜେମା’ ଥାନାରେ ଅଭିଯୋଗ କରିଥିଲେ। ସ୍ଥାନୀୟ ଭାଜପା ନେତ୍ରୀ ପ୍ରମିଳା ଦାଶ ଏ ନେଇ ଶିଶୁମଙ୍ଗଳ କମିଟିକୁ ଅବଗତ କରାଇଥିଲେ। ଜିଲା ଶିଶୁ ସୁରକ୍ଷା ୟୁନିଟ ଓ ଚାଇଲ୍ଡ ଲାଇନ ପକ୍ଷରୁ ଘଟଣାର ତଦନ୍ତ ଚାଲିଥିଲା। ଅନ୍ୟପକ୍ଷେ ଏହି ଘଟଣାର ତଦନ୍ତ କରି ଫେବୃଆରୀ ୧୫ ତାରିଖ ସୁଦ୍ଧା ରିପୋର୍ଟ ଦାଖଲ କରିବାକୁ ରାଜ୍ୟ ମାନବାଧିକାର କମିଶନ ରାଉରକେଲା ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ଉଲ୍ଲେଖନୀୟ, ଗୋପବନ୍ଧୁପାଲ୍ଲୀ ଅଞ୍ଚଳର ଉକ୍ତ ନାବାଳକ ଟିମ୍ବର କଲୋନୀ ଅଞ୍ଚଳରେ ଥିବା ବୈଷ୍ଣୋଦେବୀ ମନ୍ଦିର ରାସ୍ତାରେ ଗୋଟିଏ ମୋବାଇଲ ପାଇଥିଲେ। ମୋବାଇଲ କିପ୍ୟାଡ୍‌ ଲକ୍‌ ଥିବାରୁ ସେ ତାକୁ ଖୋଲିବା ପାଇଁ ଅନ୍ୟ ଜଣେ ବ୍ୟକ୍ତିଙ୍କୁ ଦେଇଥିଲେ। ତେବେ ଉକ୍ତ ବ୍ୟକ୍ତି ଜଣକ ମୋବାଇଲକୁ ନାବାଳକଙ୍କ ଠାରୁ ୧୫ ଶହ ଟଙ୍କାରେ କିଣି ନେଇଥିଲେ। ମୋବାଇଲ ଚୋରି ନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଉକ୍ତ ନାବାଳକଙ୍କୁ ଅଟକ ରଖି ମାଡ଼ ମାରିଥିଲା। ନାବାଳକଙ୍କ ନିକଟରୁ କୌଣସି ତଥ୍ୟ ନ ମିଳିବାରୁ ଡିସେମ୍ବର ୨୭ରେ ତାଙ୍କୁ ଛାଡ଼ି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri