Posted inଖେଳ

ଆଲୋକ ମଙ୍ଗରାଜଙ୍କ ଅବସର

ଭୁବନେଶ୍ୱର, ୧୮।୨(କ୍ରୀଡ଼ା ପ୍ରତିନିଧି): ଦ୍ରୁତ ବୋଲର ଆଲୋକ ମଙ୍ଗରାଜ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ପକ୍ଷରୁ ବୁଧବାର ଏହା ସ୍ପଷ୍ଟ କରାଯାଇଛି। ରାଜ୍ୟ ପକ୍ଷରୁ ସମସ୍ତ ଫର୍ମାଟରେ ଖେଳିଥିବା ଆଲୋକ ୨୦୧୧ ନଭେମ୍ବରରେ ମୋହାଲିଠାରେ ପଞ୍ଜାବ ବିପକ୍ଷରେ ଖେଳି ରଣଜୀ ଟ୍ରଫି କ୍ୟାରିୟର ଆରମ୍ଭ କରିଥିଲେ। ସେ ମୋଟ ୨୨ଟି ପ୍ରଥମଶ୍ରେଣୀ ମ୍ୟାଚ ଖେଳି ୧୬୫୨ ରନ କରିବା ସହ ୫୦ଟି ଉଇକେଟ ନେଇଛନ୍ତି। ଗୋଟିଏ ଇନିଂସରେ ତାଙ୍କର ଶ୍ରେଷ୍ଠ ବୋଲିଂ ୫/୧୯ ଓ ମ୍ୟାଚରେ ୭/୫୨। ସେହିପରି ସେ ଲିଷ୍ଟ-ଏ କ୍ରିକେଟରେ ୧୧ ମ୍ୟାଚରୁ ୩୯୯ ରନ କରିଛନ୍ତି ଏବଂ ୭ଟି ଉଇକେଟ ନେଇଛନ୍ତି। ୨/୧୬ ତାଙ୍କର ଶ୍ରେଷ୍ଠ ବୋଲିଂ ଫିଗର। ଟି୨୦ରେ ସେ ୧୧ ମ୍ୟାଚରୁ ୨୩୫ ରନ କରିଥିବାବେଳେ ୭ଟି ଉଇକେଟ ନେଇଛନ୍ତି। ଏଥିରେ ମଧ୍ୟ ତାଙ୍କର ଶ୍ରେଷ୍ଠ ବୋଲିଂ ହେଉଛି ୨/୯। ତାଙ୍କ ଭବିଷ୍ୟତ କାର୍ଯ୍ୟପନ୍ଥା ନେଇ ଓସିଏ ସଭାପତି ପଙ୍କଜ ଲୋଚନ ମହାନ୍ତି ଓ ସମ୍ପାଦକ ସଞ୍ଜୟ ବେହେରା ଶୁଭକାମନା ଜଣାଇଛନ୍ତି। ”ଅବସର ନିଷ୍ପତ୍ତି ଅପ୍ରତ୍ୟାଶିତ ନୁହେଁ, କିଛି ପରିମାଣରେ ଆହତ ସମସ୍ୟା ରହିଲା। ଏହା ବ୍ୟତୀତ ଯୁବ ଖେଳାଳିଙ୍କ ବାଟ ଛାଡ଼ିବା ଉଦ୍ଦେଶ୍ୟରେ ମୁଁ ଏପରି ନିଷ୍ପତ୍ତି ନେଲି“ ବୋଲି ଆଲୋକ ନିଜ ପ୍ରତିକ୍ରୀୟାରେ ପ୍ରକାଶ କରିଛନ୍ତି। ଅତୀତରେ ସବୁପ୍ରକାର ସମର୍ଥନ ଯୋଗାଇଥିବାରୁ ଓଡ଼ିଶା କ୍ରିକେଟ ଆସୋସିଏଶନ ଏବଂ ଇଷ୍ଟକୋଷ୍ଟ ରେଲଓ୍ବେକୁ ଧନ୍ୟବାଦ ଜଣାଇଛନ୍ତି ଆଲୋକ। ଏହାଛଡ଼ା ତାଙ୍କ ପଥପ୍ରଦର୍ଶକ ଅନ୍ତର୍ଜାତୀୟ କ୍ରିକେଟର ଦେବାଶିଷ ମହାନ୍ତିଙ୍କୁ ସେ ସ୍ବତନ୍ତ୍ରଭାବେ ଧନ୍ୟବାଦ ଜଣାଇବାକୁ ଭୁଲି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…

ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...

ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ ଯୋଗୁ ହଠାତ୍‌ ସ୍ଥଗିତ ରହିଲା ୨ଟି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌

ଢାକା,୩୦।୧୨: ଆଜି ସକାଳେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ ଯୋଗୁ ବାଂଲାଦେଶ କ୍ରିକେଟ ବୋର୍ଡ ମଙ୍ଗଳବାର, ଡିସେମ୍ବର ୩୦, ୨୦୨୫ରେ ହେବାକୁ ଥିବା ଉଭୟ...

IPL 2026 ପୂର୍ବରୁ CSKକୁ ବଡ଼ ଝଟକା!

ନୂଆଦିଲ୍ଲୀ,୩୦।୧୨:ଝାଡ଼ଖଣ୍ଡ ଏବଂ ପୁଡୁଚେରୀ ବିଜୟ ହଜାରେ ଟ୍ରଫି ୨୦୨୫-୨୫ର ଗ୍ରୁପ ପର୍ଯ୍ୟାୟରେ ସୋମବାର, ଡିସେମ୍ବର ୨୯, ୨୦୨୫ରେ ମୁହାଁମୁହିଁ ହୋଇଥିଲେ, ଯେଉଁଥିରେ ଝାଡ଼ଖଣ୍ଡ ୧୨୩ ରନର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri