ଟେଲିକମ୍‌ର ବିକାଶ ପାଇଁ ୫ବର୍ଷିଆ ଯୋଜନା

ନୂଆଦିଲ୍ଲୀ,୨୧।୨: ଦେଶକୁ ଆଧୁନିକ ଓ ବିକାଶଶୀଳ ରାଷ୍ଟ୍ରରେ ପରିଣତ କରିବା ପାଇଁ ସରକାର ଯୋଜନା ପ୍ରସ୍ତୁତ କରୁଛନ୍ତି। ଫଳରେ ଦେଶର ଆବଶ୍ୟକତା ପୂରଣ ହୋଇପାରୁଥିବା ପରିମାଣର ଟେଲିକମ୍‌ ଉପକରଣ ପାଇଁ ଏଇ ନିକଟରେ ୧୨ ହଜାର କୋଟି ଟଙ୍କା ମୂଲ୍ୟର ଏକ ପାଞ୍ଚବର୍ଷିଆ ଯୋଜନା(ସ୍କିମ୍‌)ର ଆରମ୍ଭ କରାଯାଇଛି। ଏହାଦ୍ବାରା ଭାରତରେ ଟେଲିକମ୍‌ ଗିୟର ଉତ୍ପାଦନ ବଢିିବ ବୋଲି ଜଣାପଡିଛି। ସାରା ବିଶ୍ବରେ ୫ଜି ଟେଲିକମ୍‌ ବିପ୍ଳବ ଆରମ୍ଭ ହେବାକୁ ଯାଉଥିବା ବେଳେ ଭାରତ ଏକ ବଡ଼ ଉତ୍ପାଦନକାରୀ ରାଷ୍ଟ୍ର ଭାବେ ନିଜକୁ ଉପସ୍ଥାପିତ କରିବା ଲାଗି ସରକାର ୧୨,୧୯୫ କୋଟି ଟଙ୍କାର ଉତ୍ପାଦନ ଲିଙ୍କ୍‌ଡ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାର ଆରମ୍ଭ କରିବା ସହ ଏହା ପାଇଁ ଆବଶ୍ୟକ ଅର୍ଥର ମଞ୍ଜୁର ପ୍ରଦାନ କରିଛନ୍ତି। ଆସନ୍ତା ଏପ୍ରିଲରୁ ଏହି ଯୋଜନା ଆରମ୍ଭ ହେବ। ଆଗାମୀ ୫ବର୍ଷରେ୨.୪ ଲକ୍ଷ କୋଟି ଟଙ୍କାର ଉତ୍ପାଦନ ଏବଂ ୨ ଲକ୍ଷ କୋଟି ଟଙ୍କାର ରପ୍ତାନି ପାଇଁ ସରକାର ଲକ୍ଷ୍ୟ ରଖିଛନ୍ତି। ପିଏଲ୍‌ଆଇ ସ୍କିମ୍‌ ଜରିଆରେ ୩୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ପୁଞ୍ଜିନିବେଶ ଆସିବ ଓ ଏହା ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାରେ ସହାୟକ ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିପିସିଓଡିଏଲ୍‌ ପକ୍ଷରୁ ଟିଏମ୍‌ୟୁର ଶୁଭାରମ୍ଭ

ଭୁବନେଶ୍ୱର,୭।୫: ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିସିଓଡିଏଲ୍‌)ର ବହୁ ପ୍ରତୀକ୍ଷିତ ତଥା ନୂତନ ଜ୍ଞାନକୌଶଳରେ...

ଅଗଷ୍ଟରେ ୪ଜି ସେବା ଆରମ୍ଭ କରିବ ବିଏସ୍‌ଏନ୍‌ଏଲ୍‌

ନୂଆଦିଲ୍ଲୀ,୭।୫ (ଅଭୟ ଦାଶ): ଚଳିତ ବର୍ଷ ଅଗଷ୍ଟରେ ଭାରତ ସଞ୍ଚାର ନିଗମ ଲିମିଟେଡ ବା ବିଏସ୍‌ଏନ୍‌ଏଲ୍‌ ୪ଜି ସେବା ଆନୁଷ୍ଠାନିକ ଭାବେ ସର୍ବଭାରତୀୟ ସ୍ତରରେ ଆରମ୍ଭ କରିବ...

ଏଇଏଲ୍‌ର ଆର୍ଥିକ ଫଳାଫଳ

ଭୁବନେଶ୍ୱର,୭।୫: ଆଦାନି ଗ୍ରୁପ୍‌ର ପ୍ରମୁଖ କମ୍ପାନୀ ଆଦାନି ଏଣ୍ଟରପ୍ରାଇଜେସ୍‌ ଲିମିଟେଡ୍‌ (ଏଇଏଲ୍‌)ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ କମ୍ପାନୀର କାରବାର ଓ...

ଏପିକ୍‌ ନ୍ୟୁ ସ୍ବିଫ୍ଟର ପ୍ରି-ବୁକିଂ ଆରମ୍ଭ

ଭୁବନେଶ୍ୱର,୭।୫: ମାରୁତି ସୁଜୁକୀ ଇଣ୍ଡିଆ ଲିମିଟେଡ୍‌ ବା ଏମ୍‌ଏସ୍‌ଆଇଏଲ୍‌ର ବହୁ ପ୍ରତୀକ୍ଷିତ ତଥା ୪ର୍ଥ ପିଢ଼ିର ନୂତନ ମଡେଲ ‘ଏପିକ୍‌ ନ୍ୟୁ ସ୍ବିଫ୍ଟ’ର ଓ୍ବାର୍ଲଡ ପ୍ରିମିୟର (ଟ୍ରିଜର)...

ଗୃହଋଣରେ ଉଲ୍ଲେଖନୀୟ ଅଭିବୃଦ୍ଧି

ଭୁବନେଶ୍ୱର,୭।୫(ଅନୁରାଧା ମହାରଣା): କ୍ରମାଗତ ଭାବେ ଗୃହଋଣରେ ଉଲ୍ଲେଖନୀୟ ଅଭିବୃଦ୍ଧି ହେଉଛି। ଏପରିକି ଦେଶରେ ଗୃହ ଋଣ ପରିମାଣ ଆଶ୍ଚର୍ଯ୍ୟଜନକ ଭାବେ ବଢ଼ିବାରେ ଲାଗିଛି। ଗତ ୨...

ଭବିଷ୍ୟତରେ କେଉଁ ସୁନା ଅଧିକ ଟଙ୍କା ଦେବ ୨୨ କ୍ୟାରେଟ୍‌ ନା ୨୪ କ୍ୟାରେଟ୍‌, ଜାଣି ରଖନ୍ତୁ…

ସୁନା କେବଳ ମହିଳାଙ୍କ ପସନ୍ଦ ନୁହେଁ, ଏହା ନିବେଶକଙ୍କ ପସନ୍ଦ ମଧ୍ୟ ଅଟେ। ଏହା କେବଳ ପସନ୍ଦ ବିଷୟ ନୁହେଁ, ସୁନା ଏହାର ଦୀର୍ଘକାଳୀନ ମୂଲ୍ୟରେ...

ଉଚ୍ଚତର ଶିକ୍ଷା,ଗବେଷଣାକୁ ୟୁଜିସିର ପ୍ରାଧାନ୍ୟ

ଭୁବନେଶ୍ୱର,୬।୫: ରାଜ୍ୟରେ ଉଚ୍ଚତର ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଉତ୍କର୍ଷ ହାସଲ ଲାଗି ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପ୍ରାଧାନ୍ୟ ଦେଉଛି, ଏଥିପାଇଁ ପର୍ଯ୍ୟାପ୍ତ ଆର୍ଥିକ...

ଆଇଡିବିଆଇର ୪ର୍ଥ ତ୍ରୈମାସିକ ଫଳାଫଳ

ଭୁବନେଶ୍ୱର,୬।୫: ଆଇଡିବିଆଇ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri