Posted inଖେଳ

ଅଷ୍ଟ୍ରେଲିଆନ୍‌ ଓପନ୍‌: ଓସାକାଙ୍କୁ ଚତୁର୍ଥ ଗ୍ରାଣ୍ଡସ୍ଲାମ ଟାଇଟଲ

ମେଲବୋର୍ନ,୨୧।୨(ଏପି): ଜାପାନ ମହିଳା ଟେନିସ ତାରକା ନାଓମି ଓସାକା ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ ଓପନ ସିଙ୍ଗଲ୍ସ ଟାଇଟଲ ହାସଲ କରିଛନ୍ତି। ଶନିବାର ଅନୁଷ୍ଠିତ ମହିଳା ସିଙ୍ଗଲ୍ସ ଫାଇନାଲ ମ୍ୟାଚ୍‌ରେ ତୃତୀୟ ସିଡ୍‌ ମାନ୍ୟତା ପାଇଥିବା ଓସାକା ୬-୪, ୬-୩ ସିଧାସଳଖ ସେଟ୍‌ରେ ୨୨ତମ ସିଡ୍‌ ଆମେରିକାର ଜେନିଫର ବ୍ରାଡିଙ୍କୁ ପରାସ୍ତ କରି ଚାମ୍ପିୟନ ହୋଇଛନ୍ତି। ଏଥିସହିତ ସେ ଦ୍ୱିତୀୟଥର ପାଇଁ ଅଷ୍ଟ୍ରେଲିଆନ୍‌ ଓପନ ଟାଇଟଲ ହାସଲ କରିଛନ୍ତି ଓ କ୍ୟାରିୟରରେ ମୋଟ ଚତୁର୍ଥ ଗ୍ରାଣ୍ଡସ୍ଲାମ ଟାଇଟଲ ଜିତିଛନ୍ତି। ୨୩ ବର୍ଷୀୟା ଓସାକା ଜାପାନରେ ଜନ୍ମ ଗ୍ରହଣ କରିଥିଲେ ମଧ୍ୟ ମାତ୍ର ୩ ବର୍ଷରେ ତାଙ୍କ ପରିବାର ସହିତ ଆମେରିକା ଚାଲିଯାଇଥିଲେ। ଅନ୍ୟପଟେ ୨୫ ବର୍ଷୀୟ ବ୍ରାଡି ପ୍ରଥମଥର ପାଇଁ ଗ୍ରାଣ୍ଡସ୍ଲାମ ଫାଇନାଲ ଖେଳିଥିଲେ ଓ ଏଥିରେ ପରାସ୍ତ ହୋଇ ରନର୍ସ ଅପ୍‌ରେ ସନ୍ତୁଷ୍ଟ ହୋଇଛନ୍ତି।
ଫାଇନାଲ ମ୍ୟାଚ ଦେଖିବାକୁ ୭,୫୦୦ ଦର୍ଶକ ଷ୍ଟାଡିୟମରେ ଉପସ୍ଥିତ ଥିଲେ। ଏବେ ଖେଳ ଜାରି ରଖିଥିବା ମହିଳା ଖେଳାଳିଙ୍କ ମଧ୍ୟରେ ସେରେନା ଓ୍ବିଲିୟମ୍ସ ଓ ତାଙ୍କ ଭଉଣୀ ଓସାକାଙ୍କଠାରୁ ଅଧିକ ଗ୍ରାଣ୍ଡସ୍ଲାମ ଟାଇଟଲ ଜିତିଛନ୍ତି। ସେରେନା ୨୩ ଓ ଭେନସ ୭ଟି ଗ୍ରାଣ୍ଡସ୍ଲାମ ଜିତିଛନ୍ତି। ସ୍ଥାନୀୟ ରଡ ଲାଭର ଏରିନାରେ ଶନିବାର ଖେଳାଯାଇଥିବା ଫାଇନାଲ ମ୍ୟାଚ୍‌ରେ ଓସାକା ଅତି ସହଜରେ ସିଧା ସଳଖ ସେଟ୍‌ରେ ବିଜୟ ହାସଲ କରିଥିଲେ। ୨୦୨୦ରେ ଏପି ଫିମେଲ ଆଥ୍‌ଲେଟ ଅଫ୍‌ ଦି ଇୟର ବିବେଚିତ ହୋଇଥିବା ଓସାକା ଏଥିସହ କ୍ରମାଗତ ୨୧ ମ୍ୟାଚ୍‌ରେ ବିଜୟୀ ହୋଇଛନ୍ତି ଓ ଏହି ବିଜୟଧାରାକୁ ବଜାୟ ରଖିଛନ୍ତି। ଏହାପୂର୍ବରୁ ଓସାକା ୨୦୧୯ରେ ମଧ୍ୟ ଅଷ୍ଟ୍ରେଲିଆନ ଓପନ୍‌ ଟାଇଟଲ ହାସଲ କରିଥିଲେ। ସେ ମଧ୍ୟ ୨୦୧୮ ଓ ୨୦୨୦ରେ ୟୁଏସ୍‌ ଓପନ୍‌ ଟାଇଟଲ ଜିତିଥିଲେ। ନିଜ ପ୍ରଦର୍ଶନରେ ଓସାକା ଖୁସି ଜାହିର କରିଛନ୍ତି।
ଏହା ପୂର୍ବରୁ ଓସାକା ସେମିଫାଇନାଲରେ ୧୦ ସିଡ୍‌ ଅଭିଜ୍ଞ ଆମେରିକୀୟ ତାରକା ସେରେନା ଓ୍ବିଲିୟମ୍ସଙ୍କୁ ୬-୩, ୬-୪ ସେଟ୍‌ରେ ହରାଇ ଫାଇନାଲକୁ ଉଠିଥିଲେ। ସେହିପରି କ୍ୱାର୍ଟରରେ ସେ ଚାଇନିଜ ତାଇପେର ସୁ- ଓ୍ବେଇ ସିଏଙ୍କୁ ୬-୨, ୬-୨ ସେଟ୍‌ରେ ହରାଇଥିଲେ। ଚତୁର୍ଥ ରାଉଣ୍ଡ ମୁକାବିଲାରେ ଓସାକା ୧୪ତମ ସିଡ୍‌ ସ୍ପେନ୍‌ର ଗାର୍ବାଇନ ମୁଗୁରୁଜାଙ୍କୁ ୪-୬, ୬-୪, ୭-୫ ସେଟ୍‌ରେ ହରାଇଥିଲେ। ସାରା ଟୁର୍ନାମେଣ୍ଟରେ ଓସାକା ଦୃଷ୍ଟାନ୍ତମୂଳକ ପ୍ରଦର୍ଶନ କରିଥିଲେ। ଏଥି ସହିତ ସେ ଭବିଷ୍ୟତର ସୁପରଷ୍ଟାର ବୋଲି ନିଜକୁ ପ୍ରମାଣିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….

ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ...

ରାତି ଅଧରେ ଲାଗିଲା ଗାଡ଼ି ଆଉ ତୁରନ୍ତ ଖାଲି ହେଲା ସରକାରୀ ଘର, ଗୋଟିଏ ମାସ ପୂର୍ବରୁ ମିଳିଥିଲା ନୋଟିସ

ପାଟନା,୨୬।୧୨: ବିହାରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରିଙ୍କ ବାସଭବନରୁ ଛୋଟ ଜିନିଷପତ୍ର ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ରାତିରେ, ପାଟନାର ୧୦ ସର୍କୁଲାର ରୋଡରେ ଥିବା...

୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ...

ଗତ ୭ ବର୍ଷ ହେବ BCCI ବଢାଇନାହିଁ ଅମ୍ପାୟର୍ସଙ୍କ ଦରମା, ଜାଣନ୍ତୁ ଗୋଟିଏ ମ୍ୟାଚ ପାଇଁ କେତେ ମିଳେ

ନୂଆଦିଲ୍ଲୀ,୨୬।୧୨: ଗତ କିଛି ବର୍ଷ ମଧ୍ୟରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆନ୍ତର୍ଜାତୀୟ ଏବଂ ଘରୋଇ, ପୁରୁଷ ଏବଂ ମହିଳା ଉଭୟ ଖେଳାଳିଙ୍କ ଦରମାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri