ନାବାଳିକାଙ୍କୁ ବିବାହ କରି ହରଡ଼ଘଣାରେ ପାକିସ୍ତାନ ଏମ୍‌ପି

ଇସଲାମାବାଦ୍‌,୨୩।୨: ଜଣେ ୧୪ ବର୍ଷ ବୟସ୍କା ନାବାଳିକାଙ୍କୁ ବିବାହ କରିଥିବା ଅଭିଯୋଗରେ ପାକିସ୍ତାନ ପୋଲିସ ଏମ୍‌ପି ମୌଲାନା ସଲ୍ଲାଉଦ୍ଦିନ୍‌ ଆୟୁବିଙ୍କ ବିରୋଧରେ ତଦନ୍ତ ଆରମ୍ଭ କରିଛି। ଆୟୁବି ଜାମିଆତ୍‌-ଉଲେମା-ଇ-ଇସଲାମ୍‌ର ସଦସ୍ୟ। ସେ ବାଲୁଚିସ୍ତାନର ଏମ୍‌ପି। ମହିଳାଙ୍କ କଲ୍ୟାଣ ପାଇଁ କାର୍ଯ୍ୟ କରୁଥିବା ଛିତ୍ରାଲର ଏକ ସ୍ବେଚ୍ଛାସେବୀ ସଂଗଠନ ଆୟୁବିଙ୍କ ବିରୋଧରେ ଏହି ଅଭିଯୋଗ ଆଣିଛି। ସେ ଜୁଗହୋରସ୍ଥିତ ଉଚ୍ଚ ବାଳିକା ବିଦ୍ୟାଳୟର ଜଣେ ନାବାଳିକାଙ୍କୁ ବିବାହ କରିଥିବା ଅଭିଯୋଗ ହୋଇଛି। ସ୍କୁଲ ରେକର୍ଡରେ ସମ୍ପୃକ୍ତ ବାଳିକାଙ୍କ ଜନ୍ମ ତାରିଖ ୨୦୦୬ ଅକ୍ଟୋବର ୨୮ ଉଲ୍ଲେଖ କରାଯାଇଛି। ଆୟୁବିଙ୍କ ବୟସ ୫୦ ବର୍ଷରୁ ଅଧିକ ଥିବା ପାକିସ୍ତାନ ମିଡ଼ିଆ ପକ୍ଷରୁ କୁହାଯାଇଛି। ଘଟଣାର ତଦନ୍ତ ଜାରି ରହିଥିବା ଛିତ୍ରାଲ ଇନସ୍ପେକ୍ଟର ସାଜିଦ୍‌ ଅହମଦ ସୂଚନା ଦେଇଛନ୍ତି। ପାକିସ୍ତାନ ଆଇନ ଅନୁସାରେ ୧୬ ବର୍ଷରୁ କମ୍‌ ବୟସ୍କ ବାଳିକାକୁ ବିବାହ କରାଯାଇ ପାରିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କଳିଙ୍ଗା ଘାଟିରେ ଡ୍ରେନକୁ ଖସିଲା ବସ: ଘନ କୁହୁଡି ଯୋଗୁ…

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରେ ମାଟି ଓ ପଥର ଖସିବା ପରଠୁ ଘାଟିରେ କିଛି ଦିନ...

ରକ୍ତ ନେଇ HIV ସଂକ୍ରମିତ ହେଲେ ଥାଲାସେମିଆ ପୀଡିତ ୫ ଶିଶୁ: ୨ ଡାକ୍ତର ସସପେଣ୍ଡ

ନୂଆଦିଲ୍ଲୀ,୧୯ା୧୨: ମଧ୍ୟପ୍ରଦେଶର ସତନା ଜିଲାରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଥାଲାସେମିଆ ରୋଗରେ ପୀଡ଼ିତ ୫ ଜଣ ଶିଶୁଙ୍କୁ ସରକାରୀ ଡାକ୍ତରଖାନାରେ ରକ୍ତ ଦିଆଯିବା...

ପୌଷ ଅମବାସ୍ୟାରେ ଖୋଲିବ ଏହି 3 ରାଶିର ଭାଗ୍ୟ, ସବୁ କ୍ଷେତ୍ରରେ ମିଳିବ ସଫଳତା

ନୂଆଦିଲ୍ଲୀ,୧୯ା୧୨: ଆଜି ପବିତ୍ର ପୌଷ ଅମବାସ୍ୟା । ଆଜି ଭାବପ୍ରବଣ ଗଭୀରତା ଏବଂ ନବୀକରଣ ଶକ୍ତିର ଦିନ। ଆଜି ଶାନ୍ତ ଏବଂ ସଚ୍ଚୋଟ ଆଲୋଚନା, ଅତୀତର...

ଅଞ୍ଚଳ ପାଇଁ ଗୌରବ ଆଣିଲେ କଳାହାଣ୍ଡି ଛାତ୍ର ଟେକ: ଖେଳିଗଲା ଖୁସିର ଲହରୀ

କର୍ଲାମୁଣ୍ଡା, ୧୯।୧୨ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁର୍ଶୁଲାସ୍ଥିତ ଅମର ଡିଗ୍ରୀ କଲେଜର ଛାତ୍ର ଟେକ ବଗର୍ତ୍ତୀ ଆସନ୍ତା ଜାନୁଆରୀ ୨୬ରେ ନୂଆଦିଲ୍ଲୀ...

ଉସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ହିଂସା, ଢାକା ସମେତ ଅନେକ ସହରରେ ହଙ୍ଗାମା

ନୂଆଦିଲ୍ଲୀ,୧୯ା୧୨: ବାଂଲାଦେଶରେ ଜୁଲାଇ ବିଦ୍ରୋହର ଜଣେ ପ୍ରମୁଖ ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦି ଛଅ ଦିନ ଧରି ଜୀବନ ସହିତ...

ଚାଷୀଙ୍କ ଚେତାବନୀ: ୨୦ ସୁଦ୍ଧା ସମସ୍ତ ଟୋକନ ନ ଆସିଲେ ଆନ୍ଦୋଳନ ତୀବ୍ରତର

ଅତାବିରା/ଗୋଡ଼ଭଗା , ୧୯ା୧୨(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାସ):ଧାନର ଅଭାବୀ ବିକ୍ରି ସହ ୪ ଦଫା ଦାବି ନେଇ ରାଜ୍ୟ କୃଷକ ସଂଗଠନ ଗତ ୯ ତାରିଖ ଏନ୍‌ଏଚ୍‌...

ମଣ୍ଡିରୁ ଉଠୁନି ଧାନ, ଚାଷୀ ଅସନ୍ତୋଷ: ଦିନ ରାତି ଜଗି ବସିଛନ୍ତି ଚାଷୀ

ଅତାବିରା, ୧୯ା୧୨(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲାରେ ଗତ ମାସ ୨୮ ତାରିଖରୁ ମଣ୍ଡି ଖୋଲିଥିବା ବେଳେ ବର୍ତ୍ତମାନ ମଧ୍ୟ ଧାନ କିଣା ବିକା ସ୍ବାଭାବିକ ହୋଇପାରି ନାହିଁ...

ଡେଙ୍ଗୁ, ଚିକୁନଗୁନିଆରେ ପୀଡ଼ିତ ଅଛନ୍ତି କ୍ରିକେଟର ଚହଲ

ପୁଣେ,୧୮ା୧୨: ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଡେଙ୍ଗୁ ଓ ଚିକନଗୁନିଆରେ ପୀଡ଼ିତ ଅଛନ୍ତି। ଏଥିଯୋଗୁ ସେ ଗୁରୁବାର ଝାଡ଼ଖଣ୍ଡ ଓ ହରିୟାଣା ମଧ୍ୟରେ ଖେଳାଯାଇଥିବା ସୟଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri