ନଳକୂପ ଅଚଳ, ମିଳୁନି ପାନୀୟ ଜଳ

ବଳଙ୍ଗା,୨୩।୨(ଡି.ଏନ୍‌.ଏ.): ବଳଙ୍ଗା ଥାନା ଶାଇଁଶ ଶାସନ ପଞ୍ଚାୟତ ଦୁର୍ଗାପୁର, କାଶୀପୁର, ଭଗତୀପୁର ଗ୍ରାମରେ ପାନୀୟ ଜଳର ଘୋର ଅଭାବ ଦେଖାଯାଇଛି। ଏହି ୩ଗ୍ରାମରେ ଲୋକେ ପାନୀୟ ଜଳ ପାଇଁ ନାନା ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ କରିଛନ୍ତି। ଅନ୍ୟପଟେ ଗ୍ରାମର ନଳକୂପ ଥିବା ସତ୍ତ୍ୱେ ତାହା ଦୀର୍ଘଦିନ ହେବ ଅଚଳ ହୋଇପଡ଼ିଛି। ଏହି ୩ ଗ୍ରାମର ପ୍ରାୟ ୬ଶହ ପରିବାର ବାସ କରୁଛନ୍ତି। ଗ୍ରାମ ଚାରିପଟେ ପ୍ରାୟ ପାଞ୍ଚ ଶହ ହେକ୍ଟର ଜମିରେ ରିଧାନ ହେଉଛି। କେନାଲ ଜଳ ଯୋଗାଣ ନ ଥିବାରେ ୨ଶହରୁ ଊଦ୍ଧର୍‌ବ ଏଲ ଆଇ ପଏଣ୍ଟ ବସିଛି। ମାତ୍ରାଧିକ ପଏଣ୍ଟ ଯୋଗୁ ଜଳସ୍ତର ଦ୍ରୁତ ବେଗରେ କମିଯାଉଛି। ଏହାଦ୍ବାରା ଅଧିକାଂଶ ନଳକୂପ ଅଚଳ ହୋଇପଡ଼ିଛି। ବାକି ଥିବା ନଳକୂପରେ ସ୍ବଳ୍ପ ପାଣି ବାହାରୁ ଥିବାରୁ ଆବଶ୍ୟକ ମେଣ୍ଟାଇ ପାରୁ ନାହିଁ। ଫଳରେ ଗ୍ରାମବାସୀ ବାଧ୍ୟହୋଇ କାଦୁଅ ପଙ୍କରେ ବିଲକୁ ଯାଇ ଏଲ ଆଇ ପଏଣ୍ଟରେ ସ୍ନାନଶୌଚ ହେବା ସହିତ ପାନୀୟ ଜଳ ବ୍ୟବହାର କରୁଛନ୍ତି। ଏପରିକି ଗ୍ରାମବାସୀ ପାନୀୟ ଜଳ ପାଇଁ ବହୁ ସମୟ ଧରି ଅପେକ୍ଷା କରି ରହିଛନ୍ତି। ବସୁଧା ଯୋଜନାରେ ପାନୀୟ ଜଳ ପ୍ରକଳ୍ପ ଏବଂ ଆବଶ୍ୟକ ପରିମାଣର ଡାନିଡା ନଳକୂପ ନାହିଁ। ଆଗାମୀ ଗ୍ରୀଷ୍ମ ଋତୁରେ ପାନୀୟ ଜଳ ନିମନ୍ତେ ପରିସ୍ଥିତି ଅଣାୟତ୍ତ ହେବାର ଆଶଙ୍କା ଦେଖାଦେଇଛି। ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ଆବଶ୍ୟକୀୟ ନଳକୂପ ବସାଇବା ସହିତ ବର୍ତ୍ତମାନ ସ୍ଥିତିରେ ପାଣି ଟାଙ୍କି ଦ୍ବାରା ଜଳଯୋଗାଣ ନିମନ୍ତେ ଜିଲପାଳଙ୍କ ନିକଟରେ ଗ୍ରାମବାସୀ ଦାବି କରିଛନ୍ତି। ଏ ନେଇ ସରପଞ୍ଚ ଗୀତାଞ୍ଜଳି ପ୍ରଧାନ କହିଛନ୍ତି, ଏ ବିଷୟରେ ମୁଁ ଅବଗତ ଅଛି। ଜଳ ସମସ୍ୟା ଦୂର କରିବା ପାଇଁ ଉପରିସ୍ଥ ଅଧିକାରୀଙ୍କ ସହ ଆଲୋଚନା କରି ଖୁବଶୀଘ୍ର ଜଳ ଯୋଗାଣ ବ୍ୟବସ୍ଥା ଦୂର କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri