ଫୋକସ୍‌ରେ ଗାଁ ବିକାଶ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୨(ବ୍ୟୁରୋ): ଚଳିତ ବର୍ଷ ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ୧୦୦ ବର୍ଷ ପାଳନ କରାଯାଇଛି। ମାର୍ଚ୍ଚ ୨୩ ତାରିଖ ୧୯୨୧ରେ ଗାନ୍ଧିଜୀ ପ୍ରଥମେ ଓଡ଼ିଶା ଆସିଥିଲେ। ୧୯୩୮ରେ ସେ ଡେଲାଙ୍ଗର ବେରବୋଇ ଯାଇଥିଲେ। ଏଠାରେ କୃଷି ଓ ଗ୍ରାମଦ୍ୟୋଗ ପ୍ରଦର୍ଶନୀରେ ଭାଗ ନେଇଥିଲେ। ଗାନ୍ଧିଜୀଙ୍କ ଆଦର୍ଶ ସବୁବେଳେ, ବିଶେଷକରି ବର୍ତ୍ତମାନ ସମୟରେ ଆମ ପାଇଁ ବହୁ ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଏହି ଅବସରରେ ସେ ପିପିଲି ଓ ଡେଲାଙ୍ଗର ବିକାଶ ଲାଗି ୬୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ବିଷୟରେ ଘୋଷଣା କରିଛନ୍ତି।
ମୁଖ୍ୟମନ୍ତ୍ରୀ ମଙ୍ଗଳବାର ଭିଡିଓ କନଫରେନ୍ସ ଜରିଆରେ ପିପିଲି-ଡେଲାଙ୍ଗ ଅଞ୍ଚଳର ଜନସାଧାରଣଙ୍କ ସହ ଆଲୋଚନା କରିଛନ୍ତି। ବେରବୋଇରେ ଏକ ଆଦର୍ଶ ବିଦ୍ୟାଳୟ ତଥା ଗାନ୍ଧିଜୀଙ୍କ ସ୍ମୃତିପୀଠରେ ବିକାଶ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ପିପିଲି-ଡେଲାଙ୍ଗ ନିର୍ବାଚନମଣ୍ଡଳୀର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ୬୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଘୋଷଣାକରି କହିଛନ୍ତି, ଏଥିରେ ରାସ୍ତାଘାଟଠାରୁ ଆରମ୍ଭକରି ଜଳସେଚନ, ଷ୍ଟାଡିୟମ, ସେତୁ, ବସ୍‌ଷ୍ଟାଣ୍ଡ ଆଦି ବିଭିନ୍ନ ବିକାଶ କାମ କରାଯିବ। ସବୁବେଳେ ଗାଁର ବିକାଶ ଉପରେ ଦୃଷ୍ଟି ଦିଆଯାଉଛି। ମହିଳା ଓ ଚାଷୀଙ୍କ କଲ୍ୟାଣ ଉପରେ ଫୋକସ କରାଯାଉଛି। ଗରିବଙ୍କ ମୁହଁରେ ହସ ହିଁ ତାଙ୍କୁ ସବୁଠାରୁ ଅଧିକ ସନ୍ତୋଷ ଦେଇଥାଏ। କରୋନା ଲକ୍‌ଡାଉନ ସମୟରେ ମିଶନ ଶକ୍ତି ଓ ଚାଷୀଙ୍କ କାର୍ଯ୍ୟକ୍ରମକୁ ପ୍ରଶଂସାକରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ସମୟରେ ଆମର ମିଶନ ଶକ୍ତିର ମା’ମାନେ ବହୁତ ଭଲ କାମ କରିଛନ୍ତି। ଆମ ଚାଷୀଭାଇମାନେ ମଧ୍ୟ କରୋନାକୁ ଭୟ ନ କରି ନିଜର କାମ ଜାରି ରଖିଥିଲେ। ଚାଷୀଙ୍କ ପରିଶ୍ରମ ଯୋଗୁ ଦେଶର ଅର୍ଥନୀତି ବର୍ତ୍ତମାନ ବଞ୍ଚିରହିଛି। ଏହି ଅବସରରେ ପୂର୍ବତନ ବିଧାୟକ ପ୍ରଦୀପ ମହାରଥୀଙ୍କ ସ୍ମୃତିଚାରଣ କରି ମୁଖ୍ୟମନ୍ତ୍ରୀ କହିଥିଲେ, ଦୁଃଖର କଥା ପ୍ରଦୀପବାବୁ ଆମ ଗହଣରେ ନାହାନ୍ତି। ପିପିଲି-ଡେଲାଙ୍ଗ ବିକାଶ ପାଇଁ ସବୁବେଳେ ସେ କାମ କରିଯାଇଛନ୍ତି। ବିକାଶର ସୁଫଳ ସମସ୍ତଙ୍କ ପାଖରେ ପହଞ୍ଚାଇବା ଏବଂ ସାଧାରଣ ଲୋକକୁ ସେମାନଙ୍କ ହକ୍‌ ଦେବା ଲାଗି କାମ ଚାଲିଛି ଏବଂ ଚାଲିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଅବସରରେ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମା ଯୋଗଦେଇ ପୁରୀ ଜିଲାରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ କ୍ଷେତ୍ରରେ ନେଇଥିବା ପଦକ୍ଷେପକୁ ପ୍ରଶଂସା କରିଛନ୍ତି। ପିପିଲି ଓ ଡେଲାଙ୍ଗ ଦୁଇଟି ସ୍ଥାନରେ ସଭାର ଆୟୋଜନ କରାଯାଇଥିଲା। ପିପିଲିଠାରେ ଆୟୋଜିତ ସଭାରେ ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏବଂ ଡେଲାଙ୍ଗରେ ମନ୍ତ୍ରୀ ତୁଷାରିକାନ୍ତି ବେହେରା ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପକୁ ପ୍ରଶଂସା କରିଛନ୍ତି। ଏହି ଅବସରରେ ପିପିଲିଠାରେ ୧୭୬୧ ଜଣଙ୍କୁ ରାଶନକାର୍ଡ, ୩୦୫୯ ଜଣଙ୍କୁ ଭତ୍ତା ଏବଂ ୨୦ଜଣ ଭିନ୍ନକ୍ଷମଙ୍କୁ ଟ୍ରାଇ ସାଇକେଲ ବଣ୍ଟନ କରାଯାଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ(୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ର ସଞ୍ଚାଳନ କରିଥିଲେ। ପୁରୀ ଜିଲାପାଳ ସ୍ବାଗତ ଭାଷଣ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ପୁରୀ ଏମ୍‌ପି ପିନାକୀ ମିଶ୍ର, ବିଧାୟକ ପ୍ରଣବ ପ୍ରକାଶ ଦାସ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘୧୦୦ ବର୍ଷ ପର୍ଯ୍ୟନ୍ତ ରହିବ ବିଜେଡି’: ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୬।୧୨: ଶହେ ବର୍ଷ ପର୍ଯ୍ୟନ୍ତ ରହିବ ବିଜୁ ଜନତା ଦଳ(ବିଜେଡି)। ଶୁକ୍ରବାର ଦଳ ଭିତରେ ବିଭାଜନ ନେଇ ଚାଲିଥିବା କଳ୍ପନାଜଳ୍ପନାକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି।...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri