Posted inଖେଳ

ଆଇପିଏଲ୍‌ ଖେଳାଳି ନିଲାମରେ ଅଣଦେଖା ହୋଇଥିଲେ ଏହି ଓପନର୍‌: ଟି-୨୦ ମ୍ୟାଚ୍‌ରେ ୮ ଛକା, ୬ ଚୌକା ମାରି କଲେ ଚକିତ

ନୂଆଦିଲ୍ଲୀ,୨୫।୨: ନ୍ୟୁଜିଲାଣ୍ଡର ଓପନର ମାର୍ଟିନ୍‌ ଗୁପ୍ତିଲ କରିଛନ୍ତି ଟି୨୦ ବିଶ୍ୱ ରେକର୍ଡ। ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ୫୦ ବଲ୍‌ରେ ୬ ଚୌକା, ୮ ଛକାର ବିସ୍ଫୋରକ ପାଳି ଖେଳି ୯୭ ରନ୍‌ କରିଥିଲେ। ଏଥିଯୋଗୁ ଦଳ ଅଷ୍ଟ୍ରେଲିଆକୁ ୨୦ ଓଭରରେ ୭ ଉଇକେଟ ହରାଇ ୨୧୯ରନ୍‌ର ବିଶାଳ ଲକ୍ଷ୍ୟ ଦେଇଥିଲା।

ମ୍ୟାଚ୍‌ରେ ଗୁପ୍ତିଲ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଓପନର୍‌ ଭାବେ ସବୁଠାରୁ ଅଧିକ ଅର୍ଦ୍ଧଶତକ ମାରିଥିବା ବ୍ୟାଟ୍ସମ୍ୟାନ୍‌ ତାଲିକାର ଦ୍ୱିତୀୟ ସ୍ଥାନରେ ପହଞ୍ଚିଛନ୍ତି। ଏହା ତାଙ୍କର ୧୮ତମ ଅର୍ଦ୍ଧଶତକ ଥିଲା। ଏହି ତାଲିକାର ଶୀର୍ଷରେ ଭାରତର ରୋହିତ ଶର୍ମା ଅଛନ୍ତି। ସେ ଓପନର ଭାବେ ୨୦ ଅର୍ଦ୍ଧଶତକ ମାରିଛନ୍ତି।

ଅପରପକ୍ଷେ ଗୁପ୍ତିଲଙ୍କୁ ଆଇପିଏଲ୍‌ ନିଲାମୀରେ କ୍ରେତା ମିଳି ନ ଥିଲେ। ତାଙ୍କର ବେସ୍‌ ପ୍ରାଇସ୍‌ ୫୦ ଲକ୍ଷ ରହିଥିଲା। ହେଲେ କୌଣସି ଫ୍ରାଞ୍ଚାଇଜ୍‌ ତାଙ୍କୁ କିଣିବାକୁ ଇଚ୍ଛା ପ୍ରକାଶ କରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶାହରୁଖଙ୍କ ଉପରେ ପ୍ରବଳ ରାଗିଗଲେ ପୁଅ ଅବରାମ:ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨।୫: ଆଜିକାଲି ଆଇପିଏଲର କ୍ରେଜ୍‌ ଚରମ ସୀମାରେ ପହଞ୍ଚିଛି। ନିକଟରେ କୋଲକାତା ଏବଂ ଦିଲ୍ଲୀ ମଧ୍ୟରେ ହୋଇଥିବା ମ୍ୟାଚରେ ଶାହାରୁଖ ଖାନ ଏବଂ ତାଙ୍କ ପୁଅ...

ଅରେଞ୍ଜ୍‌ କ୍ୟାପ୍‌ ଉପରେ କବ୍‌ଜା କଲେ ଗାଏକ୍ୱାଡ୍‌: ଏହି କ୍ରିକେଟର୍‌ଙ୍କ ପାଖରେ ଅଛି ପର୍ପଲ୍‌ କ୍ୟାପ୍‌

ନୂଆଦିଲ୍ଲୀ,୨।୫: ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ଋତୁରାଜ ଗାଇକ୍ୱାଡ ପଞ୍ଜାବ କିଙ୍ଗସ ବିପକ୍ଷରେ ୫ ଚୌକା ଓ ୨ ଛକା ସହାୟତାରେ ୪୮ ବଲରେ ୬୨...

ଆଇପିଏଲ୍‌ ପ୍ଲେ ଅଫ୍‌ ରେସ୍‌ ହେଉଛି ରୋଚକ: ଜାଣନ୍ତୁ କିଏ ଏବେ କେଉଁ ସ୍ଥାନରେ ଅଛନ୍ତି…

ନୂଆଦିଲ୍ଲୀ,୨।୫: ଆଇପିଏଲ୍‌ ୨୦୨୪ର ୪୯ତମ ମ୍ୟାଚରେ ପଞ୍ଜାବ କିଙ୍ଗସ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଚେନ୍ନାଇର ଏମ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ପଞ୍ଜାବ...

ମାତ୍ର ୨୩ ବର୍ଷରେ ହଠାତ୍‌ କ୍ରିକେଟ୍‌କୁ ଅଲବିଦା କହିଲେ ଏହି କ୍ରିକେଟର୍‌: ଏହା ପଛର କାରଣ କରିବ ଭାବପ୍ରବଣ

ମାତ୍ର ୨୩ ବର୍ଷରେ ହଠାତ୍‌ କ୍ରିକେଟ୍‌କୁ ଅଲବିଦା କହିଲେ ଏହି କ୍ରିକେଟର୍‌: ଏହା ପଛର କାରଣ କରିବ ଭାବପ୍ରବଣ ନୂଆଦିଲ୍ଲୀ,୨।୫: ଖେଳାଳିମାନେ ପ୍ରାୟ ୩୫ ବର୍ଷ...

ଧୋନୀଙ୍କୁ ପଛରେ ପକାଇଦେଲେ ଗାଏକ୍ୱାଡ୍‌: ହାସଲ କଲେ ବଡ଼ ଉପଲବ୍ଧି

ଚଣ୍ଡିଗଡ,୨।୫: ଚେନ୍ନାଇ ସୁପର କିଙ୍ଗ୍ସକୁ ନିଜ ଘରୋଇ ପଡ଼ିଆରେ ପଞ୍ଜାବ କିଙ୍ଗସ ବିପକ୍ଷରେ ୭ ଉଇକେଟରେ ଏକ ବଡ଼ ପରାଜୟରର ସମ୍ମୁଖୀନ ହେବାକୁ ପଡିଥିଲା। ଗୋଟିଏ...

ଆଇପିଏଲ୍‌ ଅଧାରୁ ସ୍ବଦେଶ ଫେରିଯିବେ ଇଂଲଣ୍ଡ ଖେଳାଳି: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨।୫: ଟି-୨୦ ବିଶ୍ୱକପ ୨୦୨୪ ଆରମ୍ଭ ପୂର୍ବରୁ ଇଂଲଣ୍ଡ ଦଳ ପାକିସ୍ତାନ ସହିତ ୪ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସିରିଜ...

ଟି-୨୦ ବିଶ୍ୱକପ୍‌ରେ ଇତିହାସ ରଚିବାକୁ ଯାଉଛନ୍ତି ରୋହିତ ଶର୍ମା, ପ୍ରଥମ ଭାରତୀୟ ଭାବେ କରିବେ ଏମିତି କାରନାମା

ନୂଆଦିଲ୍ଲୀ,୧।୫: ଆସନ୍ତା ଟି-୨୦ ବିଶ୍ୱକପ୍‌ରେ ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟିକତ୍ୱ କରିବେ ରୋହିତ ଶର୍ମା। ୨୦୦୭ରେ ଅନ୍ତର୍ଜାତୀୟ ପଦାର୍ପଣ କରିଥିବା ରୋହିତ ଶର୍ମା ଏପର୍ଯ୍ୟନ୍ତ ଖେଳାଯାଇଥିବା...

ହିଟ ଆଣ୍ଡ ରନ୍‌: କ୍ରିକେଟର ସୁରେଶ ରାଇନା ମାନିଲେ ୨ ଯୁବକଙ୍କର ହୋଇଛି ମୃତ୍ୟୁ

ଧର୍ମଶାଳା,୨।୫: ହିମାଚଳ ପ୍ରଦେଶର କାଙ୍ଗ୍ରା ଜିଲାରେ ଏକ ସଡ଼କ ଦୁର୍ଘଟଣାରେ ପୂର୍ବତନ ଭାରତୀୟ ଦଳର କ୍ରିକେଟ ଖେଳାଳି ସୁରେଶ ରାଇନାଙ୍କ ମାମୁଁଙ୍କ ପୁଅର ମୃତ୍ୟୁ ଘଟିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri