Posted inଜାତୀୟ

ବାଲାକୋଟ ଏୟାର ଷ୍ଟ୍ରାଇକ୍‌କୁ ପୂରଣ ହେଲା ଦୁଇ ବର୍ଷ: ବାୟୁସେନାକୁ ଶୁଭେଚ୍ଛା ଜଣାଇଲେ ରାଜନାଥ, ଶାହା

ନୂଆଦିଲ୍ଲୀ,୨୬ ।୨: ଫେବୃୟାରୀ ୨୦୧୯ରେ ଜମ୍ମୁ-କଶ୍ମୀରର ପୁଲୱାମାରେ ସିଆର୍‌ପିଏଫ୍ ଉପରେ ପାକିସ୍ତାନ ଆତଙ୍କବାଦୀଙ୍କ ଆକ୍ରମଣ ଫଳରେ ୪୦ ଭାରତୀୟ ଯବାନ ଶହୀଦ ହୋଇଥିଲେ । ଏହାର ପ୍ରତିଶୋଧ ନେବାକୁ ଯାଇ ଭାରତୀୟ ବାୟୁସେନା ପକ୍ଷରୁ ୨୬ ଫେବୃୟାରୀରେ ପାକିସ୍ତାନର ବାଲାକୋଟରେ ଏୟାର ଷ୍ଟ୍ରାଇକ୍ କରାଯାଇଥିଲା । ଯେଉଁଥିରେ ଆତଙ୍କବାଦୀ ଓ ଆତଙ୍କବାଦୀଙ୍କ ଶିବିରକୁ ନଷ୍ଟ କରିଦିଆଯାଇଥିଲା । ଶୁକ୍ରବାର ଏହି ବାଲାକୋଟ ଷ୍ଟ୍ରାଇକକୁ ୨ ବର୍ଷ ପୂରଣ ହୋଇଛି । ଏହି ଅବସରରେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସମେତ ଅନ୍ୟମାନେ ବାୟୁସେନାର ପରାକ୍ରମକୁ ସଲାମ କରିଛନ୍ତି । ପ୍ରତିରକ୍ଷାମନ୍ତ୍ରୀ ଟୁଇଟ୍ କରି କହିଛନ୍ତି ବାଲାକୋଟ ସଫଳତା ଆତଙ୍କବାଦୀଙ୍କ ବିରୋଧରେ କାର୍ଯ୍ୟ କରିବାର ଭାରତର ଦୃଢ ଇଚ୍ଛା ଶକ୍ତିର ପରିଚୟ ଦେଇଥିଲା । ସେହିପରି ଶାହା ଟୁଇଟ୍ କରି ଲେଖିଛନ୍ତି, ପୁଲୱାମା ଆତଙ୍କବାଦୀ ଆକ୍ରମଣର ଜବାବ ଦେଇ ଭାରତ ଆତଙ୍କବାଦୀ ବିରୋଧରେ ନିଜର ନୀତିକୁ ପୁନଃ ସ୍ପଷ୍ଟ କରିଥିଲା । ସେ ପୁଲୱାମା ବୀର ଶହୀଦଙ୍କୁ ସ୍ମରଣ କରିବା ସହ ବାୟୁସେନାର ପରାକ୍ରମକୁ ପ୍ରଶଂସା କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନ କାଳରେ ଯବାନଙ୍କ ସୁରକ୍ଷା ସବୁଠାରୁ ଆଗରେ ବୋଲି ଶାହା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌କାଉଣ୍ଟରେ ୪ ମାଓବାଦୀ ନିପାତ

ରାୟପୁର/ମାଲକାନଗିରି,୩୦।୪: ଏନକାଉଣ୍ଟରେ ମଙ୍ଗଳବାର ୪ ମାଓବାଦୀ ଟଳିପଡିଛନ୍ତି। ଛତିଶଗଡର ନାରାୟଣପୁର ଆବୁଜମାଡ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ୪ ମାଓବାଦୀ ନିହତ...

ହଟାଗଲା ୟାସିନ ମଲିକ, ମନମୋହନ ସିଂଙ୍କ ଫଟୋ ଥିବା ପୋଷ୍ଟର, କଂଗ୍ରେସକୁ ଭୋଟ ଦେବାକୁ କରାଯାଇଥିଲା ଅପିଲ

ନୂଆଦିଲ୍ଲୀ,୩୦।୪: ଆତଙ୍କବାଦ ପାଣ୍ଠି ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଜାମ୍ମୁ କାଶ୍ମୀର ଲିବରେସନ ଫ୍ରଣ୍ଟ (ଜେ.କେ.ଏଲ.ଏଫ) ମୁଖ୍ୟ ୟାସିନ ମଲିକଙ୍କ ପୋଷ୍ଟରକୁ ଦିଲ୍ଲୀ ପୋଲିସ ହଟାଇ...

ସିକ୍ରେଟ ଖୋଲିଲେ ମୋଦି

ନୂଆଦିଲ୍ଲୀ,୩୦।୪: ଲୋକ ସଭା ନିର୍ବାଚନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଲାକୋଟ ଏୟାର ଷ୍ଟ୍ରାଇକ ସମ୍ପର୍କରେ ଏକ କାହାଣୀ ପ୍ରକାଶ କରିଛନ୍ତି। ୨୦୧୯ ବାଲାକୋଟ ଏୟାର...

କୋଟିପତି କଳ୍ପନା, ସ୍ବାମୀଙ୍କ ଅପେକ୍ଷା ରହିଛି ୪ ଗୁଣା ଅଧିକ ସମ୍ପତ୍ତି

ରାଞ୍ଚି,୩୦।୪: ଝାଡ଼ଖଣ୍ଡର ଗାଂଡେୟ ବିଧାନସଭା ଆସନରେ ହେବାକୁ ଥିବା ଉପ-ନିର୍ବାଚନ ପାଇଁ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ନେତା ହେମନ୍ତ ସୋରେନଙ୍କ...

ପ୍ରିୟଙ୍କା ରାୟବରେଲିରୁ, ରାହୁଲ ଆମେଠିରୁ ଲଢିବେ ନାହିଁ ନିର୍ବାଚନ, ରହିଛି ଏହି କାରଣ

ନୂଆଦିଲ୍ଲୀ,୩୦।୪: କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଏବଂ ଦଳର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଆମେଠୀ ଏବଂ ରାୟବରେଲି ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ...

କେଜ୍‌ରିଓ୍ବାଲ, ଆତିଶୀଙ୍କ ନାଁରେ ମାନହାନି ମାମଲା

ନୂଆଦିଲ୍ଲୀ,୩୦।୪: ଭାଜପା ଓ ଏହାର ସଦସ୍ୟମାନଙ୍କୁ ଅପମାନିତ କରିଥିବା ଅଭିଯୋଗରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଓ ମନ୍ତ୍ରୀ ଆତିଶୀଙ୍କ ବିରୋଧରେ ସୋମବାର ଦିଲ୍ଲୀର ଏକ ଅଦାଲତରେ...

ତଳକୋର୍ଟରେ ଜାମିନ ଆବେଦନ କରିନ କାହିଁକି

ନୂଆଦିଲ୍ଲୀ,୩୦ା୪(ପି.ଟି.): ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ସହ ଜଡ଼ିତ ମନିଲଣ୍ଡରିଂ ମାମଲାରେ ଗିରଫ ହୋଇ ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ତଳ କୋର୍ଟରେ ଜାମିନ...

ପନ୍ନୁନଙ୍କୁ ହତ୍ୟା ପାଇଁ ହିଟ୍‌ ଟିମ୍‌କୁ ଲଗାଇଥିଲେ ର’ ଅଫିସର

ନୂଆଦିଲ୍ଲୀ,୩୦ା୪: ଆମେରିକା ମାଟିରେ ଖଲିସ୍ତାନୀ ଆତଙ୍କବାଦୀ ଗୁର୍‌ପତଓ୍ବନ୍ତ ସିଂ ପନ୍ନୁନଙ୍କୁ ହତ୍ୟା କରିବା ପାଇଁ ଭାରତ ଯୋଜନା କରିଥିଲା ବୋଲି ଅଭିଯୋଗ ହୋଇଆସୁଛି। ଆମେରିକା ଗଣମାଧ୍ୟମରେ ନିକଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri