ସକାଳୁଆ ହେବ ସ୍କୁଲ

ଭୁବନେଶ୍ୱର, ୨୭।୨(ବ୍ୟୁରୋ): ଗତକିଛି ଦିନ ଧରି ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ମାର୍ଗଦର୍ଶିକା ଜାରି କରାଯାଇଛି। ମାର୍ଗଦର୍ଶିକା ଅନୁଯାୟୀ, ରାଜ୍ୟର ସମସ୍ତ ବିଦ୍ୟାଳୟରେ ନବମ ଓ ଏକାଦଶ ଶ୍ରେଣୀର ପାଠପଢ଼ା ସକାଳ ୮ଟା ୩୦ରୁ ୧୦ଟା ପରିବର୍ତ୍ତେ ସକାଳ ୭ଟାରୁ ୯ଟା ପର୍ଯ୍ୟନ୍ତ ହେବ। ସେହିପରି ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଠପଢ଼ା ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୪ ପରିବର୍ତ୍ତେ ସକାଳ ୯ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଚାଲିବ।
ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ପ୍ରସ୍ତୁତି ଓ ପ୍ରତିକାରମୂଳକ ପଦକ୍ଷେପ ନେବା ନିମନ୍ତେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶୁକ୍ରବାର ବିଭାଗୀୟ ସମସ୍ତ ନିର୍ଦ୍ଦେଶକ ଏବଂ ଜିଲା ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖାଯାଇଛି। ଜିଲା ଶିକ୍ଷା ଅଧିକାରୀମାନେ ପଞ୍ଚାୟତିରାଜ ଓ ପାନୀୟ ଜଳବିଭାଗ କିମ୍ବା ପୌର ପରିଷଦ ସହ ଯୋଗାଯୋଗ କରି ଅଚଳ ନଳକୂପଗୁଡ଼ିକର ମରାମତି ସହ ବିଦ୍ୟାଳୟରେ ପାନୀୟ ଜଳ ଉପଲବ୍ଧକୁ ସୁନିଶ୍ଚିତ କରିବେ। ସ୍କୁଲରେ ସ୍ଥାନୀୟ ସ୍ବାସ୍ଥ୍ୟକେନ୍ଦ୍ର ଦ୍ୱାରା ପର୍ଯ୍ୟାପ୍ତ ପରିମାଣର ଓଆର୍‌ଏସ୍‌ ଗଚ୍ଛିତ ରଖିବା ବ୍ୟବସ୍ଥା କରାଇବେ। ଯେଉଁ ବିଦ୍ୟାଳୟଗୁଡ଼ିକ ଛାତ୍ରୀଛାତ୍ର ଏବଂ କର୍ମଚାରୀମାନଙ୍କ ପାଇଁ ପରିବହନ ସେବା ଯୋଗାଇ ଦେଉଛନ୍ତି, ସେଗୁଡ଼ିକ କୋଭିଡ୍‌-୧୯ ମାର୍ଗଦର୍ଶିକାର ଅନୁପାଳନ ସହ ଖରାରୁ ଦୂରେଇ ରଖିବା ଭଳି ସେବା ଯୋଗାଇଦେବେ। ଏହା ସହ ପିଲାମାନଙ୍କୁ ପାଣିବୋତଲ ସାଙ୍ଗରେ ଦେବା ପାଇଁ ଅଭିଭାବକମାନଙ୍କୁ ସଚେତନ କରାଯିବ। ପ୍ରଧାନ ଶିକ୍ଷକ ଏବଂ ସ୍କୁଲ ପରିଚାଳନା କମିଟି ଏ ବାବଦରେ ସଚେତନତା ସୃଷ୍ଟି କରିବେ। ପ୍ରଧାନ ଶିକ୍ଷକମାନେ ପିଲାମାନଙ୍କୁ ଗ୍ରୀଷ୍ମପ୍ରବାହରୁ ସୁରକ୍ଷିତ ରହିବା ପାଇଁ ଶିକ୍ଷାଦେବା ସହ ସେମାନଙ୍କୁ ସଚେତନ କରାଇବେ। ପାଠପଢ଼ା ସମୟରେ ପିଲାମାନେ ବାହାରେ ଖରାକୁ ଯିବେ ନାହିଁ କିମ୍ବା କୌଣସି ଖେଳକୁଦ ପରି ଶାରୀରିକ କାର୍ଯ୍ୟ କରିବେ ନାହିଁ। ମାର୍ଚ୍ଚ ୧ରୁ ଏହି ମାର୍ଗଦର୍ଶିକା ଲାଗୁ ହେବ ବୋଲି ଉକ୍ତ ଚିଠିରେ ଉଲ୍ଲେଖ କରାଯାଇଛି। ପୂର୍ବରୁ ଜାରି କରାଯାଇଥିବା କୋଭିଡ୍‌ ମାର୍ଗଦର୍ଶିକା ସହିତ ଏହି ମାର୍ଗଦର୍ଶିକାକୁ ପାଳନ କରିବା ପାଇଁ ପତ୍ରରେ ଉଲ୍ଲେଖ କରାଯାଇଛି।
ଉଲ୍ଲେଖଯୋଗ୍ୟ, କରୋନା ପାଇଁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଥିଲା। କରୋନାର କୋପ ସାମାନ୍ୟ କମିବା ପରେ ରାଜ୍ୟ ସରକାର ଶିକ୍ଷାନୁଷ୍ଠାନ ଖୋଲିବାକୁ ନିଷ୍ପତ୍ତି ନେଇଥିଲେ। ପ୍ରଥମେ ଦଶମ ଓ ଦ୍ୱାଦଶ ଶ୍ରେଣୀ ଖୋଲିଥିଲା। ପରେ ନବମ ଓ ଏକାଦଶ ଶ୍ରେଣୀ ଖୋଲିଥିଲା। କରୋନା ଗାଇଡ୍‌ଲାଇନ୍‌ ଅନୁସାରେ ପାଠପଢ଼ା ଚାଲିଥିଲା। ପ୍ରାଥମିକ ସ୍କୁଲ ଖୋଲିବା ନେଇ ରାଜ୍ୟ ସରକାର ଏ ପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନେଇନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri