ଭୁବନେଶ୍ୱରର ୨୨ଟି ହସ୍ପିଟାଲରେ ମିଳିବ କରୋନା ଟିକା: ଜାଣନ୍ତୁ ପାଇବେ କେଉଁଠି

ଭୁବନେଶ୍ୱର, ୨୭।୨(ବ୍ୟୁରୋ): ମାର୍ଚ୍ଚ ୧ରୁ ରାଜ୍ୟରେ ତୃତୀୟ ପର୍ଯ୍ୟାୟ କରୋନା ଟିକାକରଣ ଆରମ୍ଭ ହେବ। ଏହି ପର୍ଯ୍ୟାୟରେ ୬୦ ବର୍ଷ ବୟସ୍କରୁ ଅଧିକ ଓ ବହୁବିଦ୍ଧ ରୋଗାକ୍ରାନ୍ତ ଥିବା ୪୫ ବର୍ଷରୁ ଅଧିକ ବୟସ୍କଙ୍କୁ ଟିକା ଦିଆଯିବ। ଏଥିପାଇଁ ଭୁବନେଶ୍ୱରରେ ମୋଟ ୨୨ଟି ହସ୍ପିଟାଲକୁ ଚୟନ କରାଯାଇଛି। ଏ ନେଇ ଶନିବାର ବିଏମ୍‌ସି କମିଶନର ଏକ ଖବରଦାରା ସମ୍ମଳନୀରେ ସୂଚନା ଦେଇଛନ୍ତି। ୧୨ଟି ସରକାରୀ ଏବଂ ୧୦ଟି ଘରୋଇ ହସ୍ପିଟାଲରେ ଦିଆଯିବ ଟିକା। ସେଥିରୁ ଘରୋଇ ହସ୍ପିଟାଲ ଗୁଡିକ ହେଲା ସମ୍‌, କିମ୍ସ, କଳିଙ୍ଗ, ବ୍ଲୁ ହ୍ବିଲ, ଆଦିତ୍ୟ, ଅଶ୍ୱିନୀ, ଆମ୍ରି, ଉତ୍କଳ, ନୀଳାଚଳ, କେୟାର ଓ ହାଇଟେକ୍‌ ହସ୍ପିିଟାଲ।
ସରକାରୀ ହସ୍ପିଟାଲରେ ଟିକା ସଂପୂର୍ଣ୍ଣ ମାଗଣାରେ ମିଳିବ। ସୋମବାର ଠାରୁ ଘରୋଇ ହସ୍ପିଟାଲ ପାଇଁ ନାମ ପଞ୍ଜୀକରଣ କରିହେବ। ଘରୋଇ ହସ୍ପିଟାଲରେ ଟିକା ନେବାକୁ କୋୱିନ ୨.୦ରେ ପଞ୍ଜୀକରଣ କରାଯାଇପାରିବ ବୋଲି ବିଏମ୍‌ସି କମିଶନର ସୂଚନା ଦେଇଛନ୍ତି। ଘରୋଇ ହସ୍ପିଟାଲରେ ଟିକା ପାଇଁ ସର୍ଭିସ ଚାର୍ଜ ୧୦୦ ଟଙ୍କା ପଡ଼ିବ। ଟିକା ମୂଲ୍ୟ କେତେ ପଡ଼ିବ, କେନ୍ଦ୍ର ସରକାର ଖୁବ ଶୀଘ୍ର ଜଣାଇବେ। ରବିବାର ସୁଦ୍ଧା ଟିକା ମୂଲ୍ୟ ନେଇ ସୂଚନା ମିଳିବ ବୋଲି କମିଶନର କହିଛନ୍ତି । ସେପଟେ କରୋନା ମହାମାରୀ ପୁଣି ଥରେ କାୟା ବିସ୍ତାର କରୁଥିବାରୁ ପଡୋଶୀ ୫ ରାଜ୍ୟ ଉପରେ ରଖିବାକୁ କୁହାଯାଇଛି। ମହାରାଷ୍ଟ୍ର, କେରଳ, ପଞ୍ଜାବ, ମଧ୍ୟପ୍ରଦେଶ ଓ ଛତିଶଗଡରୁ ଆସୁଥିବା ଯାତ୍ରୀମାନଙ୍କ ଉପରେ ବିଶେଷ ନଜର ରଖାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri