ଖଳାରେ ନିଆଁ ଲାଗି ଜଳିଗଲା ବସ୍ତା ବସ୍ତା ଧାନ

ହିଞ୍ଜିଳିକାଟୁ,୨୭।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ପଳାସି ଗ୍ରାମରେ ଶନିବାର ଅପରାହ୍ନରେ ଗୋଟିଏ ଖଳାରେ ପ୍ରାୟ ୩୫ ବସ୍ତା ଧାନ ଓ ୩ଟି ପାଳଗଦା ପୋଡ଼ି ଯାଇଛି। ନିକଟ ବିଲରେ ଖତ ପ୍ରସ୍ତୁତ ପାଇଁ ନିଆଁ ଲଗା ଯାଇଥିବା ବେଳେ ପବନରେ ନିଆଁ ବ୍ୟାପି ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ଚାଷୀ ଅନୁଛାୟା ଗଉଡ, ସୁଶାନ୍ତ ଗଉଡ଼ଙ୍କ ୩୫ ଧାନ ଗଦା ଓ ଶାନ୍ତି ଗଉଡ ଓ ଶ୍ୟାମସୁନ୍ଦର ଗଉଡ଼ଙ୍କ ପାଳଗଦା ପୋଡି ଯାଇଛି । ଖବର ପାଇ ହିଞ୍ଜିଳିକାଟୁ ଅଗ୍ନିଶମ ବାହିନୀର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। କ୍ଷତିଗ୍ରସ୍ତ ଚାଷୀଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

PEOଙ୍କୁ ଗିରଫ କଲା ଭିଜିଲାନ୍ସ: ଆୟଠାରୁ ଅଧିକ ସମ୍ପତ୍ତି ରଖିବା ଅଭିଯୋଗରେ ହୋଇଥିଲା ଚଢାଉ

ବଞ୍ଚୋ,୩୧।୧୨ (ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଥିବା ବେଳେ ଆଜି ତାଙ୍କୁ ଗିରଫ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ

ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri