Posted inଖେଳ

ଓ୍ବେଷ୍ଟଇଣ୍ଡିଜ ଟି୨୦ ଦଳକୁ ଫେରିଲେ ବିସ୍ଫୋରକ ବ୍ୟାଟ୍ସମ୍ୟାନ

ସେଣ୍ଟଜନ୍ସ,୨୭ା୨: ମାର୍ଚ୍ଚ ୩ରୁ ହେବାକୁଥିବା ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଟି୨୦ ସିରିଜ ପାଇଁ ଓ୍ବେଷ୍ଟଇଣ୍ଡିଜ ଦଳ ଘୋଷଣା କରାଯାଇଛି। ଭେଟେରାନ ବ୍ୟାଟ୍ସମ୍ୟାନ କ୍ରିସ୍‌ ଗେଲ୍‌ ପାଖାପାଖି ଦୁଇ ବର୍ଷ ପରେ ପ୍ରଥମ ଥର ଦଳରେ ସ୍ଥାନ ପାଇଛନ୍ତି। ପାକିସ୍ତାନ ସୁପର ଲିଗ୍‌ ଓ ଆଇପିଏଲ୍‌ ସମେତ ନିକଟରେ ଅନୁଷ୍ଠିତ କେତେକ ଟୁର୍ନାମେଣ୍ଟରେ ଏହି ୪୧ ବର୍ଷୀୟ ଟପ୍‌ ଅର୍ଡର ବ୍ୟାଟ୍ସମ୍ୟାନ ଭଲ ପ୍ରଦର୍ଶନ କରିଛନ୍ତି। କିରନ ପୋଲାର୍ଡଙ୍କୁ ଏହି ୧୪ ଜଣିଆ ଦଳର ଅଧିନାୟକ କରାଯାଇଛି। ସେହିପରି ୯ ବର୍ଷ ବ୍ୟବଧାନରେ ୩୯ ବର୍ଷୀୟ ସିନିୟର ଫାଷ୍ଟ ବୋଲର ଫିଡେଲ ଏଡଓ୍ବାଡର୍‌ସ ଜାତୀୟ ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ୩ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ ମାର୍ଚ୍ଚ ୩, ୫ ଓ ୭ ତାରିଖରେ ଆଣ୍ଟିଗୁଆର କୁଲିଜ୍‌ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯିବ, ଯେଉଁଠାରେ ପ୍ରଥମଥର ଅନ୍ତର୍ଜାତୀୟ ମ୍ୟାଚ ଖେଳାଯିବ। ବିସ୍ଫୋରକ ବ୍ୟାଟ୍ସମ୍ୟାନ ଗେଲ୍‌ ଗତ ଥର ଓ୍ବେଷ୍ଟଇଣ୍ଡିଜ ତରଫରୁ ଭାରତ ବିପକ୍ଷ ଘରୋଇ ସିରିଜ ୨୦୧୯ ଅଗଷ୍ଟରେ ଖେଳିଥିଲେ। ସେହିବର୍ଷ ସେ ଆହୁରି ମଧ୍ୟ ୫୦ ଓଭର ବିଶ୍ୱକପ୍‌ ଖେଳିଥିଲେ। ଗେଲ୍‌ ୧୯୯୯ରେ ଅନ୍ତର୍ଜାତୀୟ ପଦାର୍ପଣ କରିଥିଲେ। ସେ ହେଉଛନ୍ତି ଟି୨୦ ଇତିହାସରେ ସବୁଠାରୁ ଅଧିକ ରନ୍‌ ସଂଗ୍ରହକାରୀ ବ୍ୟାଟ୍ସମ୍ୟାନ। ସେ ୧୦୩ ଟେଷ୍ଟ, ୩୦୧ ଅନ୍ତର୍ଜାତୀୟ ଦିନିକିଆ ଏବଂ ୫୮ ଅନ୍ତର୍ଜାତୀୟ ଟି୨୦ ଖେଳିଛନ୍ତି। ଏଡଓ୍ବାଡର୍‌ସଙ୍କୁ ସାମିଲ କରାଯିବା ଦ୍ୱାରା ଦଳର ଫାୟାର ପାଓ୍ବାର ବୃଦ୍ଧି ପାଇବ ବୋଲି କ୍ରିକେଟ ଓ୍ବେଷ୍ଟଇଣ୍ଡିଜର ମୁଖ୍ୟ ଚୟନକର୍ତ୍ତା ରୋଜର ହାର୍ପର କହିଛନ୍ତି। ଅଫ୍‌ ସ୍ପିନର କେଭିନ୍‌ ସିନ୍‌କ୍ଲେୟାର ପ୍ରଥମଥର ଓ୍ବେଷ୍ଟଇଣ୍ଡିଜ ଦଳରେ ସ୍ଥାନ ପାଇଥିବା ବେଳେ ଆକିଲ ହୋସେନଙ୍କୁ ପ୍ରଥମ ଥର ଜାତୀୟ ଟି୨୦ ଦଳରେ ସ୍ଥାନ ମିଳିଛି। ସିଲେକ୍ସନ ପ୍ୟାନେଲ ଆହୁରିମଧ୍ୟ ଭ୍ରମଣକାରୀ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁଥିବା ଅନ୍ତର୍ଜାତୀୟ ଦିନିକିଆ ସିରିଜ ପାଇଁ ଦଳ ଘୋଷଣା କରିଛି। ଏହା ଆଣ୍ଟିଗୁଆର ସାର୍‌ ଭିଭିଆନ ରିଚାଡର୍‌ସ ଷ୍ଟାଡିୟମରେ ମାର୍ଚ୍ଚ ୧୦ରୁ ୧୪ ମଧ୍ୟରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri