୩ଦିନ ଅସମ୍ଭାଳ ତାତି: ୫ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ ପାରଦ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜ୍ୟରେ ଏବେଠୁ ଅସମ୍ଭାଳ ହେଲାଣି ତାତି। ସକାଳ ୮ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଟାଇଁ ଟାଇଁ ଖରା ହେଉଥିବାବେଳେ ୧୧ଟାରୁ ୪ଟା ତତଲା ପବନ ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ଫେବୃୟାରୀରୁ ଏଭଳି ସ୍ଥିତିକୁ ନେଇ ପାଣିପାଗ ବିଭାଗ ସତର୍କ କରିଛି। ଇତିମଧ୍ୟରେ ପାରଦ ୪୦ ଡିଗ୍ରୀ ଡେଇଁଥିବାବେଳେ ଆସନ୍ତା ୩ଦିନରେ ସ୍ଥିତି ଆହୁରି ଅସମ୍ଭାଳ ହୋଇପଡିବ। ରାଜ୍ୟର ଅଧିକାଂଶ ଜିଲାରେ ତାପମାତ୍ରା ୫ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ବାଲେଶ୍ୱର, ମୟୂରଭଞ୍ଜ ଓ ଅନୁଗୋଳ ଆଦି ୮ ଜିଲାରେ ତାତି ଅଧିକ ବଢ଼ିବା ସମ୍ଭାବନା ରହିଥିବାବେଳେ ରାଜଧାନୀ ଭୁବନେଶ୍ୱରରେ ପୂର୍ବଭଳି ସର୍ବାଧିକ ରହିବ। ତେଣୁ ଏ ସମସ୍ତ ଅଞ୍ଚଳରେ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ବାହାରକୁ ଯିବାବେଳେ ପ୍ରତିଷେଧାତ୍ମକ ବ୍ୟବସ୍ଥା ଆପଣାଇବା ପାଇଁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର।
ଶନିବାର ଭୁବନେଶ୍ୱରର ତାପମାତ୍ରା ପୁଣି ବଢ଼ିଛି। ଶୁକ୍ରବାର ସହରର ସର୍ବାଧିକ ତାପମାତ୍ରା ୪୦.୪ ଡିଗ୍ରୀ ସେଲ୍‌ସିୟସ ରହିଥିବାବେଳେ ଶନିବାର ୪୦.୬ ଡିଗ୍ରୀକୁ ବୃଦ୍ଧି ପାଇଛି। ଫଳରେ ଲଗାତାର ତିନିଦିନ ହେଲା ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି ଭୁବନେଶ୍ୱର। ସେହିଭଳି ଅନୁଗୋଳ ୩୮.୯, ବାରିପଦା ୩୮.୬, ସମ୍ବଲପୁର ୩୭.୩, କଟକ ୩୮.୧, ନୟାଗଡ଼, ତାଳଚେର ଓ ଟିଟିଲାଗଡ଼ ୩୮, ବଲାଙ୍ଗୀର ୩୭.୬, ଝାରସୁଗୁଡ଼ା ୩୭.୫, ସୋନପୁର ୩୭.୨, ହୀରାକୁଦ ୩୬.୯, ଭବାନୀପାଟଣା ୩୬.୬, ଚାନ୍ଦବାଲି, ବାଲେଶ୍ୱର ୩୬.୨, ମାଲକାନଗିରି ୩୬ ଓ କେନ୍ଦୁଝରଗଡ଼ରେ ୩୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।
ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ ଜେନା ସମସ୍ତ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି। ଗ୍ରୀଷ୍ମ ପ୍ରବାହଜନିତ ଅସୁସ୍ଥତା ସମ୍ପର୍କରେ ଲୋକଙ୍କୁ ସଚେତନ କରିବାକୁ ଉକ୍ତ ଚିଠିରେ ଉଲ୍ଲେଖ ରହିଛି। ସଚେତନତା କାର୍ଯ୍ୟରେ ସାମାଜିକ ସଂସ୍ଥାକୁ ସାମିଲ ଲାଗି ପରାମର୍ଶ ଦିଆଯାଇଛି। ସେହିପରି ଜଳାଭାବ ସମ୍ଭାବନା ଥିବା ସ୍ଥାନଗୁଡ଼ିକୁ ଚିହ୍ନଟ ଲାଗି ଚିଠିରେ ପରାମର୍ଶ ଦିଆଯାଇଛି। ଟ୍ୟୁବ୍‌ଓ୍ବେଲ୍‌ ଓ ପାଇପ୍‌ ଲାଇନ୍‌ର ମରାମତି ଉପରେ ଚିଠିରେ ଗୁରୁତ୍ୱ ଦିଆଯାଇଛି। କେନାଲରେ ଆବଶ୍ୟକ ଜଳ ଛାଡ଼ିବାକୁ ଜଳସମ୍ପଦ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ସର୍ବସାଧାରଣ ସ୍ଥାନରେ ପାନୀୟ ଜଳସେବା କେନ୍ଦ୍ର ଖୋଲିବାକୁ କୁହାଯାଇଛି। ସୂଚନାଯୋଗ୍ୟ, ପ୍ରବଳ ଖରା ପାଇଁ ସ୍କୁଲ ସମୟରେ ମଧ୍ୟ ରାଜ୍ୟ ସରକାର ପରିବର୍ତ୍ତନ କରି ସକାଳୁଆ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

ଦୁର୍ବ୍ୟବହାର ପ୍ରତିବାଦରେ ଡାକ୍ତର, କର୍ମଚାରୀଙ୍କ ଧାରଣା

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡ଼ିକାଲ ଅଫିସର ଓ ଡାକ୍ତରଙ୍କୁ କେତେଜଣ ବ୍ୟକ୍ତି ଦୁର୍ବ୍ୟବହାର ପ୍ରଦର୍ଶନ କରିବା ପ୍ରତିବାଦରେ ସୋମବାର...

ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍, ନିଯୁକ୍ତି ପାଇବେ…

ଭୁବନେଶ୍ବର,୨୨।୧୨:  ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍ । ଫାର୍ମା ଓ ଡିଫେନ୍ସ ସହ ବୈଠକ ହୋଇଥିବା ବେଳେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ଜାନୁଆରୀ ୧ରୁ କଡ଼ାକଡ଼ି ହେବ ଗାଡ଼ି ଚେକିଂ, ଏହି ସାର୍ଟିଫିକେଟ ନ ଥିଲେ ମିଳିବନି ପେଟ୍ରୋଲ!

ଭୁବନେଶ୍ୱର,୨୨।୧୨: ଜାନୁଆରୀ ୧ ତାରିଖରୁ ଜୋରଦାର ଗାଡ଼ି ଚେକିଂ ହେବ। ଏନେଇ ପରିବହନ କମିଶନର ଅମିତାଭ ଠାକୁର ସୂଚନା ଦେଇଛନ୍ତି। ସେ କହିଛନ୍ତି, MVI ନିୟମ...

ବଡ଼ଦିନ ପାଳନ ପାଇଁ ଚଳଚଞ୍ଚଳ କନ୍ଧମାଳ: ପୋଲିସ ପାଟ୍ରୋଲିଂକୁ କରାଯିବ କଡାକଡ଼ି

ଦାରିଙ୍ଗବାଡି, ୨୨ା୧୨ (ଅରୁଣ ସାହୁ): ଆଉ ମାତ୍ର ୨ ଦିନ ପରେ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ହେବ। ଏଥିପାଇଁ ସବୁଠି ଆନନ୍ଦର ଲହରି ଦେଖା ଦେଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri