ହାଇଓ୍ବେରେ ମଶା ଝଡ଼: ଲୋକେ ଆତଙ୍କିତ

ବୁଇନୋସ୍‌ ଆରିସ୍‌,୧।୩: ସାଧାରଣତଃ ଧୂଳିଝଡ ଦେଖାଯାଇଥାଏ। ତେବେ ମଶା ଝଡ଼ ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ଏଭଳି ଏକ ଝଡ଼ ଆର୍ଜେଣ୍ଟିନାର ହାଇଓ୍ବେ ନମ୍ବର ୭୪ରେ ଦେଖିବାକୁ ମିଳିଛି। ଏହା ଦୂରରୁ ଧୂଳିଝଡ଼ ଭଳି ଦେଖାଯାଉଥିବାବେଳେ ପାଖକୁ ଆସିବାରୁ ଲକ୍ଷଲକ୍ଷ ମଶା ଏଥିରେ ରହିଥିବା ଜଣାପଡ଼ିଥିଲା। ମଶା ଝଡ଼ ନେଇ ଲୋକେ ଆତଙ୍କିତ ହୋଇ ପଡ଼ିଥିଲେ। ହାଇଓ୍ବେରେ ଯିବା ଆସିବା କରୁଥିବା ଲୋକେ ଏହାର ଫଟୋ ଉଠାଇବା ସହିତ ଭିଡ଼ଓ ମଧ୍ୟ ପ୍ରସ୍ତୁତ କରି ସୋସିଆଲ୍‌ ମିଡ଼ିଆରେ ଅପଲୋଡ୍‌ କରିଥିଲେ। ଏବେ ଏହା ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏଠାରେ ଗତ କିଛି ଦିନ ଧରି ଲଗାତାର ବର୍ଷା ଜାରି ରହିଛି। ଫଳରେ ପାଣି ଜମି ରହିଥିବା ସ୍ଥାନରେ ମଶା ସୃଷ୍ଟି ହେବାରେ ଲାଗିଛନ୍ତି ବୋଲି ସେଣ୍ଟର ଫର୍‌ ପାରାସିଟାଲୋଜିକାଲ ଆଣ୍ଡ୍‌ ଭେକ୍ଟର ଡିଜିଜ୍‌ର ଗବେଷକ ଜୁଆନ୍‌ ଜୋସ୍‌ ଗାର୍ସିଆ ସୂଚନା ଦେଇଛନ୍ତି। ଏହାଯୋଗୁ ସାଧାରଣ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ମଶା ଝଡ଼ ଦ୍ୱାରା କୌଣସି କ୍ଷତି ନ ହେଲେ ମଧ୍ୟ ଏହା ମଧ୍ୟ ଦେଇ ଯିବା ସମୟରେ ପ୍ରବଳ ଗୁଣୁଗୁଣୁ ଶବ୍ଦ ଶୁଣାଯାଇଥାଏ। ସେହିପରି ମଶାମାନେ ଶରୀରରେ ଘସି ହେବା ଦ୍ୱାରା ଏକ ପ୍ରକାର ଅଜବ ଅନୁଭବ ହୋଇଥାଏ ବୋଲି ସେ କହିଛନ୍ତି। ସ୍ଥାନୀୟ ପ୍ରଶାସନ ପକ୍ଷରୁ ଏନେଇ ବ୍ୟବସ୍ଥା ଗ୍ରହଣ କରାଯାଉଛି। ବିଭିନ୍ନ ସ୍ଥାନରେ ମଶାତେଲ ସିଞ୍ଚନ କରାଯାଉଛି। ଆସନ୍ତା ୧୫ ଦିନ ମଧ୍ୟରେ ଏଭଳି ମଶା ଝଡ଼ ଆଉ ଦେଖାଯିବାର ସମ୍ଭାବନା ରହିବ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କୁ ପ୍ରଶଂସା କଲେ ପାକିସ୍ତାନ ନେତା…

ନୂଆଦିଲ୍ଲୀ/ଇସଲାମାବାଦ,୪।୫: ପାକିସ୍ତାନୀ ନେତା ଚୌଧୁରୀ ଫୱାଦ ହୁସେନ ପୂର୍ବତନ କଂଗ୍ରେସ ସଭାପତି ତଥା ବରିଷ୍ଠ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରଶଂସା କରିଛନ୍ତି। ଫୱାଦ ହୁସେନ ଏକ୍ସରେ...

ଶ୍ରେଣୀଗୃହ ପାଲଟିଲା ସୁଇମିଂପୁଲ୍‌

କନୌଜ: ଭାରତର ଅଧିକାଂଶ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଯୋଗୁଁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଏଥିମଧ୍ୟରେ ପାଣିପାଗ ବିଭାଗ ତରଫରୁ କେତେକ...

ବ୍ରାଜିଲରେ ପ୍ରବଳ ବର୍ଷା: ୩୭ ମୃତ

ବ୍ରାସିଲିଆ,୪।୫: ବ୍ରାଜିଲର ଦକ୍ଷିଣ ପ୍ରାନ୍ତ ରିଓଗ୍ରାଣ୍ଡେ ଡୋ ସୁଲରେ ପ୍ରବଳ ବର୍ଷା ଯୋଗୁ ୩୭ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏନେଇ ସ୍ଥାନୀୟ କର୍ତ୍ତୃପକ୍ଷ...

ଚନ୍ଦ୍ର ଅଭିମୁଖେ ଚାଇନାର ଚାଙ୍ଗ’ଇ-୬: ଦକ୍ଷିଣ ମେରୁରୁ ଶିଳା ଆଣିବ

ନୂଆଦିଲ୍ଲୀ,୩ା୫: ଚନ୍ଦ୍ରର ଦକ୍ଷିଣ ମେରୁରୁ ଶିଳା ଓ ମୃତ୍ତିକା ସଂଗ୍ରହ କରି ଆଣିବା ପାଇଁ ଚାଇନା ଏହାର ମହାକାଶ ଯାନ ଚାଙ୍ଗ’ଇ-୬କୁ ଶୁକ୍ରବାର ଲଞ୍ଚ୍‌ କରିଛି।...

ୟୁକ୍ରେନ ଯୁଦ୍ଧରେ ୧୫୦,୦୦୦ ଋଷ ସୈନିକ ନିହତ ହୋଇଥିବା ଆକଳନ କଲା ଫ୍ରାନ୍ସ

ନୂଆଦିଲ୍ଲୀ,୩।୫: ୟୁକ୍ରେନ ଉପରେ ଆକ୍ରମଣ ସମୟରେ ୧୫୦,୦୦୦ ଋଷ ସୈନିକଙ୍କ ପ୍ରାଣ ହରାଇଥିବା ଆକଳନ କରିଛି ଫ୍ରାନ୍ସ। ଶୁକ୍ରବାର ପ୍ରକାଶିତ ଏକ ସାକ୍ଷାତକାରରେ ଏଭଳି ଏକ...

ପ୍ରତିବର୍ଷ ୨୫ କୁମାରୀ ଝିଅଙ୍କୁ ବାଛନ୍ତି କିମ ଜୋଙ୍ଗ ଉନ, ‘ପ୍ଲେଜର ସ୍କ୍ବାଡ’ରେ ସାମିଲ ଥିବା ଜଣେ ଯୁବତୀ କହିଲେ କିଛି ଅକୁହା କଥା

ପୋଙ୍ଗୟାଙ୍ଗ,୩।୫: ସମୟ ସମୟରେ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନଙ୍କ ବିଷୟରେ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଥାଏ। ଏଥିରେ କୌଣସି ସନ୍ଦେହ ନାହିଁ...

ସ୍କୁଲ, କଲେଜ, ଅଫିସ ବନ୍ଦ, ମୂଷଳ ଧାରାରେ ବର୍ଷାକୁ ଦେଖି ଲୋକଙ୍କୁ ଘରେ ରହିବାକୁ ପାଣିପାଗ ବିଭାଗର ସତର୍କ ସୂଚନା

ଆବୁ ଧାବି,୩।୫: ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରେ ବର୍ଷା ପୁଣି ଏକ ବିପର୍ଯ୍ୟୟ ପାଲଟିଛି। ଗୁରୁବାର ପ୍ରବଳ ବର୍ଷା ଓ ଝଡ଼ ତୋଫାନ ଯୋଗୁଁ...

ପୁଣି ପାକିସ୍ତାନକୁ ମୁହଁତୋଡ ଜବାବ ଦେଲା ଭାରତ

ନ୍ୟୁୟର୍କ,୩।୫: ମିଳିତ ଜାତିସଂଘରେ ଭାରତ ପୁଣି ଥରେ ପାକିସ୍ତାନକୁ ମୁହଁତୋଡ ଜବାବ କରିଛି। ଭାରତ ପାକିସ୍ତାନକୁ ତୀବ୍ର ସମାଲୋଚନା କରି କହିଛି, ପାକିସ୍ତାନର ଟ୍ରାକ ରେକର୍ଡ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri