Posted inଜାତୀୟ

୯ ସେକେଣ୍ଡରେ ନନ୍‌ଷ୍ଟପ୍ ୧୩ ପୁସ୍‌ଅପ୍ ମାରିଲେ ରାହୁଲ

ଚେନ୍ନାଇ,୧ ।୩: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଏବେ ତାମିଲନାଡୁ ଗସ୍ତରେ ଅଛନ୍ତି । ସୋମବାର ସେ କନ୍ୟାକୁମାରୀରେ ଏକ ରୋଡ ଶୋ’ରେ ଯୋଗ ଦେଇଥିଲେ । ସେଠାରେ ଯେ ଯୁବ ଛାତ୍ରୀଛାତ୍ରଙ୍କ ସହ କଥା ହୋଇଥିଲେ । କେବଳ ସେତିକି ନୁହେଁ ଏହି ସମୟରେ ସେ ପିଲାମାନଙ୍କୁ ଫିଟନେସ୍ ମନ୍ତ୍ର ବି ଦେଇଥିଲେ । ସେଠାରେ ଜଣେ ଛାତ୍ର ତାଙ୍କୁ ପୁସଅପ୍ ପାଇଁ କହିବାରୁ ଉକ୍ତ ଛାତ୍ରଙ୍କ ସହ ପୁସଅପ୍ ବି କରିଥିଲେ । ଏହାର ଏକ ଭିଡିଓ ଏବେ ସାମ୍ନାକୁ ଆସିଛି । ଏଥିରେ ରାହୁଲ ୯ ସେକେଣ୍ଡରେ ନନ୍‌ଷ୍ଟପ୍ ୧୩ ପୁସ୍‌ଅପ୍ କରିଛନ୍ତି । ଦଶମ ଶ୍ରେଣୀର ଜଣେ ଛାତ୍ରଙ୍କ ସହ ମଞ୍ଚ ଉପରେ ପୁସଅପ୍ କରି ଏବେ ଚର୍ଚ୍ଚାକୁ ଆସିଛନ୍ତି ରାହୁଲ । ସୂଚନାଯୋଗ୍ୟ, ନିକଟରେ କିଛିଦିନ ହେବ ରାହୁଲ ଲଗାତାର ଭାବେ ଦକ୍ଷିଣ ଭାରତ ଗସ୍ତରେ ଯାଉଛନ୍ତି । ପୁଡୁଚେରୀ, କେରଳ, ତାମିଲନାଡୁ ଆଦିରେ ରାହୁଲଙ୍କ ଭିନ୍ନ ଭିନ୍ନ ଅନ୍ଦାଜ ଦେଖିବାକୁ ମିଳୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri