ପେଟ୍ରୋଲ ପମ୍ପ୍‌ କର୍ମଚାରୀଙ୍କୁ ଗୁଳିମାଡ଼

ଚଣ୍ଡିଖୋଲ/ଛତିଆ/ବଡଚଣା,୧ା୩: ଯାଜପୁର ଜିଲା ବୈରୀ ଥାନା ଅଧୀନ ୧୬ ନଂ. ଜାତୀୟ ରାଜପଥର ନେଳିଆ ଛକ ନିକଟରେ ସୋମବାର ଏକ ବଡ଼ ଧରଣର ଲୁଟ୍‌ ଉଦ୍ୟମ ବିଫଳ ହୋଇଛି। ସ୍ଥାନୀୟ ପେଟ୍ରୋଲ ପମ୍ପର ୨ କର୍ମଚାରୀ ୫ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ନେଇ ଏକ କାର୍‌ରେ ଛତିଆ କାନାଡ଼ା ବ୍ୟାଙ୍କ ଶାଖାକୁ ଡିପୋଜିଟ୍‌ ପାଇଁ ଯାଉଥିଲେ। ଦୁର୍ବୃତ୍ତମାନେ ତାଙ୍କୁ ଗୁଳିମାଡ଼ କରି ଟଙ୍କା ଲୁଟ୍‌ ପାଇଁ ଉଦ୍ୟମ କରିଥିଲେ। ଗୁଳିମାଡ଼ରେ ନେଳିଆ ଇଣ୍ଡିଆନ୍‌ ଅଏଲ ପେଟ୍ରୋଲ ପମ୍ପର କର୍ମଚାରୀ ଦୁଷ୍ମନ୍ତ ନାୟକ ଓ ଜୟନ୍ତ ନାୟକ ଆହତ ହୋଇଛନ୍ତି। ସେମାନଙ୍କୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୋଲିସ ଏହି ଘଟଣାରେ ତନାଘନା ଚଳାଇଛି। ସୂଚନା ଅନୁଯାୟୀ, ସୋମବାର ୧୬ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ନେଳିଆସ୍ଥିତ ଇଣ୍ଡିଆନ୍‌ ଅଏଲ ପେଟ୍ରୋଲ ପମ୍ପର କର୍ମଚାରୀ ଦୁଷ୍ମନ୍ତ ଓ ଜୟନ୍ତ ଏକ କାର(ନଂ.ଓଆର୦୨ଏ.ଡ଼ବ୍ଲ୍ୟୁ.୭୭୦୭)ରେ ୫ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ନେଇ ଡିପୋଜିଟ୍‌ ପାଇଁ ଯାଉଥିଲେ। ନେଳିଆ ଛକ ନିକଟରେ ପୂର୍ବରୁ ଛକି ରହିଥିବା ଦୁର୍ବୃତ୍ତମାନେ କାରକୁ ଲକ୍ଷ୍ୟ କରି ୨ରାଉଣ୍ଡ ଗୁଳି ଚଳାଇଥିଲେ। ଗୁଳି ଦୁଷ୍ମନ୍ତ ଓ ଜୟନ୍ତଙ୍କ ଦେହରେ ବାଜିଥିଲା। କାର ଚାଳକ ଭୟରେ ଗାଡିକୁ ଅଟକାଇ ଦେଇଥିଲେ। ଏହି ସୁଯୋଗରେ ଦୁର୍ବୃତ୍ତମାନେ ଆହତ କର୍ମଚାରୀଙ୍କ ହାତରୁ ବ୍ୟାଗ୍‌ ଛଡ଼ାଇନେଇ ଫେରାର ହୋଇଯାଇଥିଲେ। ତେବେ ବ୍ୟାଗ୍‌ରେ କିଛି କାଗଜପତ୍ର ଥିଲା ା ଟଙ୍କା ନ ଥିଲା ବୋଲି କର୍ମଚାରୀମାନେ କହିଛନ୍ତି। କର୍ମଚାରୀମାନେ ପ୍ୟାଣ୍ଟ୍‌ ପକେଟ୍‌ ଓ ଗାଡ଼ିରେ ଟଙ୍କା ରଖିଥିଲେ। ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ ୩ ଦୁର୍ବୃତ୍ତ ଗୁଳିମାଡ଼ କରି ଏକ ବାଇକ୍‌ରେ କଟକ ଅଭିମୁଖେ ପଳାଇ ଯାଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ଲାଗିଥିବା ସିସିଟିଭି ଯାଞ୍ଚ କରୁଛି। ଏସ୍‌ଡିପିଓ ଚିନ୍ମୟ ନାୟକ ଦୁଇ ଟିମ୍‌ ଗଠନ କରି ତଦନ୍ତ ଜାରି ରଖିଛନ୍ତି। ସୂଚନାଯୋଗ୍ୟ, ଗତ କିଛିଦିନ ତଳେ ବୈରୀ ଥାନା ନିକଟରେ ଥିବା ଏକ ପେଟ୍ରୋଲ ପମ୍ପ୍‌ରେ ଦୁର୍ବୃତ୍ତମାନେ ବୋମା ମାଡ଼ କରି ଫେରାର ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri