ବ୍ରହ୍ମପୁର ଅଫିସ,୨୭ା୪- ବ୍ରହ୍ମପୁର ନୂଆ ବସଷ୍ଟାଣ୍ଡ ରୋଡରେ ଥିବା ଏକ ଘରୋଇ ନର୍ସିଂହୋମରେ ଜଣେ ରୋଗୀଙ୍କୁ ମାଡ଼ ମରାଯିବା ସହ ତାଙ୍କ ସୁନାଚେନ ଛଡ଼ାଇ ନିଆଯାଇଥିବା ବୈଦ୍ୟନାଥପୁର ଥାନାରେ ଅଭିଯୋଗ ହୋଇଛି। ନୟାଗଡ଼ରୁ ଚିିକିତ୍ସା ପାଇଁ ଆସିଥିବା ସୀମାଞ୍ଚଳ ତ୍ରିପାଠୀ ଏହି ଅଭିଯୋଗ କରିଛନ୍ତି। ପୋଲିସ ଏ ନେଇ ନଂ. ୮୬/୧୯ରେ ଡାକ୍ତର ଓ ନର୍ସିଂହୋମ କର୍ମଚାରୀଙ୍କ ବିରୋଧରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ପ୍ରକାଶ ଯେ, ସୀମାଞ୍ଚଳ ଗୁରୁବାର ସକାଳେ ଚିକିତ୍ସା ପାଇଁ ମିଶ୍ର ନର୍ସିଂହୋମକୁ ଆସିଥିଲେ। ୪୦୦ ଟଙ୍କା ପୈଠ କରି ନର୍ସିଂହୋମରୁ ଏକ ଟିକେଟ ନେଇଥିଲେ। ସନ୍ଧ୍ୟା ୫ଟାରେ ଡ଼ାକ୍ତର ଦେଖିବେ ବୋଲି ସମୟ ଦିଆଯାଇଥିଲା। ହେଲେ କୌଣସି ଅସୁବିଧା ଯୋଗୁ ସୀମାଞ୍ଚଳ ବିଳମ୍ବରେ ଅର୍ଥାତ୍ ସନ୍ଧ୍ୟା ୭ଟାରେ ଆସିବାରୁ ନର୍ସିଂହୋମରେ କାମ କରୁଥିବା ଆଟେଣ୍ଡାଣ୍ଟ୍ ଜଣକ ଡାକ୍ତର ଆଉ ଦେଖିପାରିବେନି ବୋଲି ତାଗିଦ୍ କରିଥିଲେ। ମୁଁ ଦୂରରୁ ଆସିଥିବା କହି ସୀମାଞ୍ଚଳ ଡ଼ାକ୍ତରଙ୍କୁ ସାକ୍ଷାତ କରିବାକୁ ଜିଦ୍ ଧରି ଚାମ୍ବର ଭିତରେ ପଶିଥିଲେ। ଡାକ୍ତର ମିଶ୍ର ତାଙ୍କୁ ଗାଳିଗୁଲଜ କରିବା ସହ କର୍ମଚାରୀମାନେ ମାରପିଟ୍ କରିଥିଲେ ବୋଲି ସୀମାଞ୍ଚଳ ଥାନାରେ ଅଭିଯୋଗ କରିଛନ୍ତି। ଏପରିକି ତାଙ୍କର ଏକ ସୁନା ଚେନ୍ ମଧ୍ୟ ଝାମ୍ପି ନେଇଛନ୍ତି ବୋଲି ସେ ଏତଲାରେ ଦର୍ଶାଇଛନ୍ତି। ଉମା ଶଙ୍କର ମିଶ୍ରଙ୍କୁ ପଚାରିବାରୁ ଥାନାରେ ହୋଇଥିବା ଅଭିଯୋଗ ସମ୍ପୂର୍ଣ୍ଣ ମିଥ୍ୟା। ନର୍ସିଂହୋମରେ ଅନ୍ୟ ଜଣେ ରୋଗୀଙ୍କୁ ଚିକିତ୍ସା କରୁଥିବା ବେଳେ ସୀମାଞ୍ଚଳ ଚାମ୍ବର ଭିତରକୁ ଜୋରଜବରଦସ୍ତ ପଶି ଆସି ଗାଳିଗୁଲଜ କରିଥିଲେ ବୋଲି ସେ କହିଛନ୍ତି।
‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’
ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...
ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …
ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...
ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ
ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...
ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍, ଆଉ ତା’ ପରେ…
ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...
ପୁରୁଷୋତ୍ତମପୁର ସବ୍-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର
ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି...
ପୁରୁଷୋତ୍ତମପୁର ତହସିଲଦାର ଭାବେ ଯୋଗଦେଲେ ମୃଣାଳିକା ରାଠୋର, ପ୍ରତିଶ୍ରୁତି ଦେଇ କହିଲେ…
ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବରେ ୨୦୨୪ ବ୍ୟାଚ୍ର ପ୍ରୋବେସନ ଆଇଏଏସ୍ ଅଫିସର ମୃଣାଳିକା ରାଠୋର ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି।...
ମହିଳାଙ୍କୁ ଯୌନ ଉତ୍ପୀଡନରୁ ରକ୍ଷା କରିବା ସମସ୍ତଙ୍କ ଦାୟିତ୍ୱ
ଦିଗପହଣ୍ଡି, ୧୯।୧୨(ଅଶେଷ ନାଥ ମିଶ୍ର): ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି-ବ୍ରହ୍ମପୁର ମୂଖ୍ୟ ରାସ୍ତାକଡ଼ରେ ଥିବା ପଦ୍ମନାଭପୁର ସରସ୍ବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାମନ୍ଦିର ପରିସରରେଠାରେ ଆଇନ...
କଳିଙ୍ଗା ଘାଟିରେ ଡ୍ରେନକୁ ଖସିଲା ବସ: ଘନ କୁହୁଡି ଯୋଗୁ…
ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରେ ମାଟି ଓ ପଥର ଖସିବା ପରଠୁ ଘାଟିରେ କିଛି ଦିନ...
Archives


