Posted inଖେଳ

ଜେଲ୍‌ ଗଲେ ଏହି କ୍ରିକେଟର୍‌

ସିଡନୀ,୨।୩: ଅଷ୍ଟ୍ରେଲିଆର ପୂର୍ବତନ ବ୍ୟାଟ୍ସମ୍ୟାନ ଲୁକ ପୋମର୍ସବାକଙ୍କୁ ଅ ଡ୍ରଗ୍ସ ଏବଂ ଚୋରି ମାମଲାରେ ତାଙ୍କୁ ପୋଲିସ ଗିରଫ କରିଛି। ଚଳିତ ବର୍ଷ ଜାନୁୟାରୀ ୨୪ରୁ ଫେବୃୟାରୀ ୧୬ ମଧ୍ୟରେ ଦକ୍ଷିଣ ପର୍ଥ, ସ୍କାର୍ବୋରୋ ଏବଂ କାଠଯୋଡି ଅଞ୍ଚଳରୁ ଲୁକ ଅଳଙ୍କାର, ଚୋରି କରିଥିବା ଅଭିଯୋଗ ହୋଇଥିଲା। ଏହା ବ୍ୟତୀତ ଡ୍ରଗ କାରବାରରେ ସେ ଜଡିତ ଥିବା ଅଭିଯୋଗ ହୋଇଛି। ତେବେ ଗତ ସପ୍ତାହରେ ସେ ଏହି ମାମଲାରେ ପର୍ଥ କୋର୍ଟରୁ ଜାମିନ ପାଇଥିଲେ। କିନ୍ତୁ ପାଞ୍ଚ ହଜାର ଡଲାରର ବ୍ୟକ୍ତିଗତ ଗ୍ୟାରେଣ୍ଟି ଜମା ନକରିବାରୁ ତାଙ୍କୁ ଜେଲରେ ରହିବାକୁ ପଡିବ।
ଲୁକ ଅଷ୍ଟ୍ରେଲିଆ ପାଇଁ ମାତ୍ର ଗୋଟିଏ ଟି -୨୦ ମ୍ୟାଚ ଖେଳିଛନ୍ତି। ୨୦୦୭ରେ ମଧ୍ୟ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ସେ ଅନ୍ତର୍ଜାତୀୟ ଡେବ୍ୟୁ କରିଥିଲେ। ଏହା ବ୍ୟତୀତ ସେ ଆଇପିଏଲ ମଧ୍ୟ ଖେଳିଛନ୍ତି। ୨୦୦୮ରୁ ୨୦୧୩ ପର୍ଯ୍ୟନ୍ତ ପୋମରବାକ କିଙ୍ଗସ ଏକାଦଶ ପଞ୍ଜାବ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ପାଇଁ ଆଇପିଏଲ ଖେଳିଥିଲେ। ଏହି ସମୟ ମଧ୍ୟରେ ସେ ୧୨୨ ଷ୍ଟ୍ରାଇକ ରେଟ୍‌ରେ ୩୦୨ ରନ ସ୍କୋର କରିଥିଲେ। ତେବେ ଆଇପିଏଲ ସମୟରେ ମଧ୍ୟ ତାଙ୍କ ନାମ ବିବାଦ ସହ ଜଡିତ ରହିଛି। ଆଇପିଏଲ ସମୟରେ ସେ ଜଣେ ଆମେରିକୀୟ ମହିଳା ଏବଂ ତାଙ୍କ ଶ୍ୱଶୁରଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲା। ଏହି ମାମଲାରେ ତାଙ୍କୁ ଦିଲ୍ଲୀ ପୋଲିସ ମଧ୍ୟ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri