ଭୁବନେଶ୍ୱର,୩ା୩(ବ୍ୟୁରୋ): ରାଜ୍ୟରେ କୋଭିଡ୍-୧୯ ଟିକାକରଣ କାର୍ଯ୍ୟ ଜାରିରହିଛି। ସ୍ବାସ୍ଥ୍ୟକର୍ମୀ, କୋଭିଡ୍ ଯୋଦ୍ଧା, ବରିଷ୍ଠ ନାଗରିକମାନଙ୍କୁ ଟିକାକରଣ କରାଯାଉଛି। ସମସ୍ତ ସରକାରୀ ହସ୍ପିଟାଲ ସମେତ କେନ୍ଦ୍ର ସ୍ବାସ୍ଥ୍ୟ ଯୋଜନା (ସିଜିଏଚ୍ଏସ୍) ଓ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍କଓ୍ବୋଇ) ସହ ସହବନ୍ଧିତ ଘରୋଇ ହସ୍ପିଟାଲଗୁଡ଼ିକରେ ଟିକାକରଣ କେନ୍ଦ୍ର ଖୋଲା ଯାଇଛି। ତେବେ ଏହା ପର୍ଯ୍ୟାପ୍ତ ନ ହେବାରୁ ସରକାର ରାଜ୍ୟରେ ଥିବା ସମସ୍ତ ଘରୋଇ ହସ୍ପିଟାଲରେ କୋଭିଡ୍ ଟିକାକରଣ କେନ୍ଦ୍ର(ସିଭିସି) ଖୋଲିବାକୁ ଯୋଜନା କରିଛନ୍ତି। ତେବେ ଏଥିପାଇଁ କେତେକ ସର୍ତ୍ତ ରଖାଯାଇଛି। ଘରୋଇ ହସ୍ପିଟାଲରେ ପର୍ଯ୍ୟାପ୍ତ କୋଲ୍ଡ ଚେନ୍ ଇକ୍ୟୁପ୍ମେଣ୍ଟ ସୁବିଧା ଥିବ, ଟିକାକରଣ ପରେ ଅପେକ୍ଷା କରିବା ପାଇଁ ପର୍ଯ୍ୟାପ୍ତ ହଲ୍ ସୁବିଧା ଥିବ, ଟିକାକରଣ ପାଇଁ ଅଧିକ ସଂଖ୍ୟାରେ ତାଲିମପ୍ରାପ୍ତ ସ୍ବାସ୍ଥ୍ୟକର୍ମୀ ଓ ଟିକାକରଣ ପରେ ଯଦି କୌଣସି ପ୍ରତିକୂଳ ପରିସ୍ଥିତି ସୃଷ୍ଟି ହେବ ତେବେ ସେଥିପାଇଁ ସମ୍ପୃକ୍ତ ହସ୍ପିଟାଲର ଦକ୍ଷତା ଥିବା ଆବଶ୍ୟକ। ଜିଲାଗୁଡ଼ିକରେ ଉକ୍ତ ସୁବିଧା ଥିବା ଘରୋଇ ହସ୍ପିଟାଲଗୁଡ଼ିକୁ ଟିକାକରଣ ପାଇଁ ଅନୁମତି ଦିଆଯିବ। ସେହି ହସ୍ପିଟାଲଗୁଡ଼ିକୁ ଚିହ୍ନଟ କରିବାକୁ ଜିଲାପାଳ, ଭୁବନେଶ୍ୱର, କଟକ, ବ୍ରହ୍ମପୁର, ସମ୍ବଲପୁର ଓ ରାଉରକେଲା ମହାନଗର ନିଗମ କମିଶନରଙ୍କୁ ମଙ୍ଗଳବାର ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଚିଠି ଲେଖି ଜଣାଇଛନ୍ତି। ଘରୋଇ ହସ୍ପିଟାଲଗୁଡ଼ିକର ଫିଜିବିଲିଟି ଷ୍ଟଡି କରି ଖୁବ୍ଶୀଘ୍ର ରିପୋର୍ଟ ଦେବାକୁ କୁହାଯାଇଛି। ରିପୋର୍ଟ ପାଇବା ପରେ ସମ୍ପୃକ୍ତ ହସ୍ପିଟାଲଗୁଡ଼ିକୁ କୋଭିଡ୍-୧୯ ଟିକାକରଣ କେନ୍ଦ୍ର ଭାବେ ଘୋଷଣା କରାଯିବ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଦିଆଯାଇଥିବା ଚିଠିରେ ଉଲ୍ଲେଖ କରାଯାଇଛି।
କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର
ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...
ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ
କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...
ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ
ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...
ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର
ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...
ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ
ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...
ପୃଥକ ଦୁର୍ଘଟଣା: ଅଟୋ-ବାଇକ୍ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍
ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...
ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ
ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...
ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ
ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...
Archives


