୫୦ ହଜାର ପିଲାଙ୍କ ଆକାଉଣ୍ଟକୁ ଗଲା ୧୦୧ କୋଟି

ଭୁବନେଶ୍ୱର,୩ା୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍‌ଫରେନ୍ସ ଜରିଆରେ ୫-ଟି କାର୍ଯ୍ୟକ୍ରମ ଅଧୀନରେ ଅନୁସୂଚତି ଜାତି, ଜନଜାତି ବିକାଶ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ଆରମ୍ଭ କରିଛନ୍ତି। ଏଥିରେ ୩ଟି ଆକାଂକ୍ଷା ହଷ୍ଟେଲ ଓ ୬୮ଟି ଅନ୍ୟ ଛାତ୍ରାବାସ ଉଦ୍‌ଘାଟନ, ହଷ୍ଟେଲରେ ରହୁଥିବା ୫.୭୫ ଲକ୍ଷ ଛାତ୍ରୀଛାତ୍ରଙ୍କୁ ମୋ ଛାତ୍ରାବାସ କାର୍ଡ, ୫୦ ହଜାର ଛାତ୍ରୀଛାତ୍ରଙ୍କୁ ବୃତ୍ତି, ମାତୃଭାଷାଭିତ୍ତିକ ଶିକ୍ଷାଦାନ ସହିତ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ କହିଛନ୍ତି, ଶିକ୍ଷା ହେଉଛି ପରିବର୍ତ୍ତନର ଆଧାର। ଜନଜାତି ଭଉଣୀ, ଭାଇଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ଉପରେ ସବୁବେଳେ ଗୁରୁତ୍ୱ ଦେଇଛନ୍ତି। ପ୍ରାଥମିକ ଶିକ୍ଷା ପାଇଁ ମାତୃଭାଷା ସବୁଠାରୁ ଉତ୍ତମ। ବର୍ତ୍ତମାନ ଆରମ୍ଭ ହୋଇଥିବା ସଂହତି କାର୍ଯ୍ୟକ୍ରମ ଦ୍ୱାରା ଦେଢ ଲକ୍ଷ ପିଲା ସୁବାଧାରେ ପାଠ ପଢ଼ି ପାରିବେ। ସେହିପରି ଓଡ଼ିଶା ଷ୍ଟେଟ ସ୍କଲାରଶିପ ପୋର୍ଟାଲ ଜରିଆରେ ୫୦ ହଜାର ଛାତ୍ରୀଛାତ୍ରଙ୍କୁ ୧୦୧ କୋଟି ଟଙ୍କା ପରିମାଣର ବୃତ୍ତି ପିଲାଙ୍କ ଆକାଉଣ୍ଟକୁ ସିଧାସଳଖ ପ୍ରଦାନ କରାଯାଇଛି। ଅନୁସୂଚିତ ଜାତି, ଜନଜାତି ପିଲାମାନଙ୍କୁ ସହରର ଭଲ ସ୍କୁଲରେ ଶିକ୍ଷା ଦେବା ପାଇଁ ଆକାଂକ୍ଷା ଯୋଜନା ଚାଲୁଛି। ଏହି ଯୋଜନାରେ ବର୍ତ୍ତମାନ ମୁଖ୍ୟମନ୍ତ୍ରୀ ବ୍ରହ୍ମପୁର, ସମ୍ବଲପୁର ଓ ରାଉରକେଲା ୩ଟି ଆକାଂକ୍ଷା ହଷ୍ଟେଲ ଉଦ୍‌ଘାଟନ କରିଥିଲେ।
ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ପିଲାମାନଙ୍କ ଦକ୍ଷତା ବିକାଶ ଆମର ଆଉ ଏକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ର। ପ୍ରୟାସ ଯୋଜନାରେ ୭୫୦୦ରୁ ଅଧିକ ଏସ୍‌ଟି, ଏସ୍‌ସି ଓ ଓବିସି ପିଲାଙ୍କ ପାଇଁ ସେ ନିଯୁକ୍ତି ଭିତ୍ତିକ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ସେହିପରି ଆପଦଗ୍ରସ୍ତ ଜନଜାତିଙ୍କ ଲାଗି ଆରମ୍ଭ ହୋଇଥିବା ପୃଷ୍ଟି କାର୍ଯ୍ୟକ୍ରମ ଉପରେ ଆଲୋକପାତ କରି ସେ କହିଛନ୍ତି, ଏହା ହେଉଛି ରାଜ୍ୟ ସରକାରଙ୍କ ଆଉ ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ। ଏହି କାର୍ଯ୍ୟକ୍ରମରେ ଅଜିମ ପ୍ରେମଜୀ ଫିଲାନଥ୍ରପିକ ଇନିସିଏଟିଭର ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଛନ୍ତି। ଏହି କାର୍ଯ୍ୟକ୍ରମ ଦ୍ୱାରା ଏଠାରେ ୩୫୦୦ ପିଭିଟିଜି ଗ୍ରାମରେ କାର୍ଯ୍ୟକାରୀ ହେବ। ଏହି କାର୍ଯ୍ୟକ୍ରମଗୁଡିକ ଦ୍ୱାରା ଆମର ଜନଜାତି, ଜାତି ପିଲାମାନେ ଆଗକୁ ବଢିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଅବସରରେ ବିଭାଗୀୟ ମନ୍ତ୍ରୀ ଜଗନ୍ନାଥ ସାରକା କହିଛନ୍ତି, ଏହି କାର୍ଯ୍ୟକ୍ରମ ଦ୍ୱାରା ଜନଜାତି, ଜାତି ଛାତ୍ରୀଛାତ୍ରମାନେ ଆଗକୁ ବଢିବା ସହିତ ଓଡ଼ିଶାର ବିକାଶରେ ଯୋଗଦାନ ରଖିପାରିବେ । ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ ଏବଂ ରାଉରକେଲା ବିଧାୟକ ସାରଦା ନାୟକ ଏହି ଅବସରରେ ଯୋଗଦେଇଥିଲେ। ନବରଙ୍ଗପୁର ଏବଂ କେନ୍ଦୁଝରର ବୃତ୍ତି ପାଇଥିବା ୨ଜଣ ନିଜର ମତାମତ ରଖି ଏହାଦ୍ୱାରା ସେମାନଙ୍କ ଉଚ୍ଚଶିକ୍ଷାରେ ସୁବିଧା ହେବ ବୋଲି ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ(୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମର ସଞ୍ଚାଳନ କରିଛନ୍ତି। ବିଭାଗୀୟ ପ୍ରମୁଖ ସଚିବ ରଞ୍ଜନା ଚୋପ୍ରା ସ୍ବାଗତ ଭାଷଣ ଦେଇଥିବା ବେଳେ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri