‘ବିଜ୍ଞାନ ଶିକ୍ଷାରେ ମନୋନିବେଶ କର’

ଭୁବନେଶ୍ୱର (ବ୍ୟୁରୋ)/ରାୟଗଡ଼ା ଅଫିସ୍‌/ ଜୟପୁର (ନି.ପ୍ର.)୩ : ରାୟଗଡ଼ାରେ ଏକ ପ୍ଲାନେଟାରିୟମ ଓ କୋରାପୁଟ ଜିଲାର ଜୟପୁରଠାରେ ନିର୍ମାଣ ହେବ ଜିଲା ବିଜ୍ଞାନ କେନ୍ଦ୍ର(ସାଇନ୍ସ ପାର୍କ )। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନ୍‌ଫରେନ୍ସ ଜରିଆରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଛାତ୍ରୀଛାତ୍ରମାନେ ବିଜ୍ଞାନ ଶିକ୍ଷାରେ ମନୋନିବେଶ କରିବା ସହିତ ବୈଜ୍ଞାନିକ ମନୋବୃତ୍ତି ନେଇ ଜୀବନରେ ଆଗକୁ ବଢ଼ିବା ଲାଗି ସେ ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟରେ ବର୍ତ୍ତମାନ ଦୁଇଟି ପ୍ଲାନେଟାରିୟମ ଅଛି। ଏଥିସହିତ ଆଉ ୬ଟି ପ୍ଲାନେଟାରିୟମ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ୩୦ଟି ଜିଲାରେ ମଧ୍ୟ ୩୦ଟି ବିଜ୍ଞାନ କେନ୍ଦ୍ର ସ୍ଥାପନ କରାଯିବ। ଏଥିପାଇଁ ୧୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଭୁବନେଶ୍ୱର ପଠାଣି ସାମନ୍ତ ପ୍ଲାନେଟାରିୟମକୁ ୩-ଡି ପ୍ଲାନେଟାରିୟମରେ ପରିଣତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ମଣିଷ ସଭ୍ୟତାର ବିକାଶରେ ବିଜ୍ଞାନ ଓ ବୈଷୟିକ ଜ୍ଞାନର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ବିଜ୍ଞାନ ବିନା ଜୀବନଯାପନ କରିବା ସମ୍ଭବ ନୁହେଁ। ଯଦି ଆଜି ମଣିଷ ସଭ୍ୟତାର ଶିଖରରେ ପହଞ୍ଚିପାରିଛି ତେବେ ଏହା ହେଉଛି ବିଜ୍ଞାନର ଅବଦାନ। ବିଜ୍ଞାନ ଓ ବିକାଶ ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ୱ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଓଡ଼ିଶା ବିକାଶ ପଥରେ ଅଗ୍ରଗତି କରି ବିଜ୍ଞାନ ଓ ବୈଷୟିକ ଶକ୍ତିର ପ୍ରୟୋଗରେ ଏକ ଜ୍ଞାନ ଅର୍ଥନୀତି ଦିଗରେ ଅଗ୍ରସର ହେଉଛି। ବିକାଶର ଏହି ପ୍ରକ୍ରିୟାକୁ ଜାରି ରଖିବା ପାଇଁ ଛାତ୍ରୀଛାତ୍ର ଓ ସାଧାରଣ ଲୋକଙ୍କ ଭିତରେ ବୈଜ୍ଞାନିକ ମନୋବୃତ୍ତି, ଅନିସନ୍ଧିତ୍ସୁ ମନୋଭାବ ଏବଂ ଯୁକ୍ତିଯୁକ୍ତ ଚିନ୍ତାଧାରା ରହିବା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ରାଜ୍ୟ ସରକାର ଓଡ଼ିଶାରେ ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ଇଞ୍ଜିନିୟରିଂ ଓ ଗଣିତ ଶିକ୍ଷାରେ ଅଧିକରୁ ଅଧିକ ଛାତ୍ରୀଛାତ୍ରଙ୍କୁ ଆକୃଷ୍ଟ କରିବା ପାଇଁ ପଦକ୍ଷେପ ନେଉଛନ୍ତି। ବିଜ୍ଞାନ ଶିକ୍ଷା ଦିଗରେ ରାଜ୍ୟ ସରକାରଙ୍କ ପଦକ୍ଷେପ ଦ୍ୱାରା ସମାଜରେ ବୈଜ୍ଞାନିକ ମନୋଭାବ ବୃଦ୍ଧି ପାଇବା ସହ ପିଲାଙ୍କ ମଧ୍ୟରେ ତର୍କସଙ୍ଗତ ଚିନ୍ତାଧାରା ବୃଦ୍ଧିପାଇବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।
ଏହି କାର୍ଯ୍ୟକ୍ରମରେ ରାୟଗଡ଼ାଠାରେ ଏସ୍‌ସି,ଏସ୍‌ଟି ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା ଯୋଗଦେଇ କହିଥିଲେ, ବିକାଶର ଧାରାରେ ବିଜ୍ଞାନର ସହାୟତା ସବୁବେଳେ ଜରୁରୀ। ରାୟଗଡ଼ାରେ ପ୍ଲାନେଟାରିୟମ ସ୍ଥାପନ ଦ୍ୱାରା ସ୍ଥାନୀୟ ପିଲାଙ୍କ ମଧ୍ୟରେ ବୈଜ୍ଞାନିକ ଚିନ୍ତାଧାର ବୃଦ୍ଧି ପାଇବ ବୋଲି ସେ ଆଶାପ୍ରକାଶ କରିଛନ୍ତି। ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନରେ ରାଜ୍ୟରେ ବିଜ୍ଞାନ ଶିକ୍ଷାର ପ୍ରସାର ପାଇଁ ଅନେକ ପଦକ୍ଷେପ ନିଆଯାଉଛି। ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ଲାନେଟାରିୟମ ଓ ଜିଲାଗୁଡ଼ିକରେ ବିଜ୍ଞାନ କେନ୍ଦ୍ର ପ୍ରତିଷ୍ଠା କରାଯାଉଛି। ଭୁବନେଶ୍ୱର ପ୍ଲାନେଟାରିୟମକୁ ଆହୁରି ବଡ଼ କରାଯିବାର ବ୍ୟବସ୍ଥା ହେଉଛି ବୋଲି ସେ କହିଛନ୍ତି। ସେହିପରି ଜୟପୁରଠାରେ ହସ୍ତତନ୍ତ, ବୟନଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ କହିଛନ୍ତି, ଜୟପୁରଠାରେ ବିଜ୍ଞାନ କେନ୍ଦ୍ର ପ୍ରତିଷ୍ଠା ସମଗ୍ର କୋରାପୁଟ ଜିଲା ପାଇଁ ଖୁସିର କଥା। ଆଧୁନିକ ସମାଜରେ ବିଜ୍ଞାନଭିତ୍ତିକ ଜୀବନଶୈଳୀ ବହୁତ ଜରୁରୀ। ଏହି ପଦକ୍ଷେପ ଦ୍ୱାରା ବିଜ୍ଞାନ କ୍ଷେତ୍ରରେ ଛାତ୍ରୀଛାତ୍ରଙ୍କ ଆଗ୍ରହ ବୃଦ୍ଧିପାଇବ ବୋଲି ସେ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ପ୍ଲାନେଟାରିୟମ ଓ ଜିଲା ବିଜ୍ଞାନ କେନ୍ଦ୍ରର ଏକ ଭିଡିଓ ଚିତ୍ର ପ୍ରଦର୍ଶିତ କରାଯାଇଥିଲା। ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଚାଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ରାଜ୍ୟ ସଭା ସଦସ୍ୟ ଏନ.ଭାସ୍କର ରାଓ ଏବଂ ସ୍ଥାନୀୟ ବିଧାୟକମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri