‘ପୂର୍ବ ଭାରତର ପ୍ରବେଶ ଦ୍ୱାର ହେବ ଓଡ଼ିଶା’

ଭୁବନେଶ୍ୱର,(ବ୍ୟୁରୋ): ସାମୁଦ୍ରିକ ପଣ୍ୟ କାରବାରରେ ଓଡ଼ିଶାର ଅପାର ସମ୍ଭାବନା ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏକବିଂଶ ଶତାବ୍ଦୀରେ ସର୍ବଶ୍ରେଷ୍ଠ ସାମୁଦ୍ରିକ ଅର୍ଥନୀତି ସହ ବାଣିଜ୍ୟ ବ୍ୟବସାୟ ମାଧ୍ୟମରେ ଏହା ପୂର୍ବ ଭାରତର ପ୍ରବେଶ ଦ୍ୱାର ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଏହାଦ୍ୱାରା ରାଜ୍ୟରେ ବ୍ୟାପକ ନିଯୁକ୍ତି ସୃଷ୍ଟି ହେବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ବୁଧବାର ମାରିଟାଇମ୍‌ ଇଣ୍ଡିଆ ଶିଖର ସମ୍ମିଳନୀର ସ୍ବତନ୍ତ୍ର ଅଧିବେଶନର ‘ଓଡ଼ିଶାରେ ପୁଞ୍ଜିନିବେଶର ସୁଯୋଗ’ ଶୀର୍ଷକ ଭର୍ଚୁଆଲ କାର୍ଯ୍ୟକ୍ରମରେ ଯୋଗଦେଇ ସେ ଏଭଳି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ଆଲୋଚନାରେ ଅଂଶଗ୍ରହଣ କରି ଧର୍ମେନ୍ଦ୍ର କହିଲେ, ଓଡ଼ିଶାର ସାଧବ ପୁଅ ସମୁଦ୍ରପଥରେ ବାଣିଜ୍ୟ ବ୍ୟବସାୟ କରି ରାଜ୍ୟର ଗୌରବ ବଢ଼ାଉଥିଲେ। ଏବେ ଆମେ ଏକବିଂଶ ଶତାବ୍ଦୀର ପ୍ରାରମ୍ଭରେ ଉପସ୍ଥିତ। ଭାରତକୁ ୫ ଟ୍ରିଲିୟନ ଅର୍ଥନୀତିରେ ଲକ୍ଷ୍ୟ ପୂରଣ କରିବା ପାଇଁ ପ୍ରଧାନମନ୍ତ୍ରୀ ‘ଆତ୍ମନିର୍ଭର ଭାରତ’ର ଆହ୍ବାନ ଦେଇଛନ୍ତି। ଆତ୍ମନିର୍ଭର ଭାରତ କେବଳ ଏକ ଚିନ୍ତାଧାରା ନୁହେଁ, ବରଂ ଦେଶକୁ ପ୍ରଗତିର ପଥରେ ନେବା ପାଇଁ ଏକ ସୁଚିନ୍ତିତ ଯୋଜନା। ଓଡ଼ିଶାକୁ ବନ୍ଦରଭିତ୍ତିକ ଅର୍ଥନୀତିରେ ପରିଣତ କରିବା ଲାଗି ପାରାଦୀପ, ଧାମରା, ଗୋପାଳପୁର, ଅସ୍ତରଙ୍ଗ, ସୁବର୍ଣ୍ଣରେଖା ବନ୍ଦରର ବିକଶିତ କରାଯାଉଛି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସହଯୋଗରେ ଶିଳ୍ପଭିତ୍ତିକ ବନ୍ଦର ବନ୍ଦର ସଂଖ୍ୟା ୫ରୁ ୨୫ ଯାଏ ବୃଦ୍ଧି ଲାଗି ପ୍ରଚେଷ୍ଟା ଲୋଡ଼ା। ଚଳିତ ବଜେଟରେ ପାରାଦୀପରେ ମାଛ ବନ୍ଦର ପ୍ରତିଷ୍ଠା କରିବାକୁ ଘୋଷଣା ହୋଇଛି। ମହାନଦୀରେ ନଦୀଭିତ୍ତିକ ବନ୍ଦର ପ୍ରତିଷ୍ଠା ଲାଗି ସରକାର ପ୍ରାଥମିକତା ଦେଉଛନ୍ତି। ରାଜ୍ୟରେ ପେଟ୍ରୋଲିୟମ ଭିତ୍ତିଭୂମିକୁ ସୁଦୃଢ଼ କରାଯିବା ସହ ଗ୍ୟାସ ଗ୍ରୀଡରେ ଅଧିକ ପୁଞ୍ଜିନିବେଶ ପାଇଁ ଯୋଜନା କରାଯାଉଛି। ଏହାଦ୍ୱାରା ଆଗାମୀ ଦିନରେ ଓଡ଼ିଶାର ବିଭିନ୍ନ କ୍ଷେତ୍ରରେ ବିପୁଳ ପୁଞ୍ଜିନିବେଶ ସହ ରୋଜଗାର ସୃଷ୍ଟି ହେବ।
ଧର୍ମେନ୍ଦ୍ର ଆହୁରି କହିଛନ୍ତି, ଯାଜପୁର କଳିଙ୍ଗନଗରକୁ ଇସ୍ପାତର ପେଣ୍ଠସ୍ଥଳୀ କରିବା ପାଇଁ ଉଦ୍ୟମ କରାଯାଉଛି। ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ କେନ୍ଦ୍ର-ରାଜ୍ୟ ସରକାରଙ୍କ ସମନ୍ବୟରେ ଓଡ଼ିଶାରେ ସର୍ବବୃହତ୍‌ ଇସ୍ପାତ୍‌ କାରଖାନା ପ୍ରତିଷ୍ଠା ପାଇଁ ଯୋଜନା ରହିଛି। ‘ପୂର୍ବୋଦୟ ମିଶନ’ରେ ପୂର୍ବଭାରତର ଅଭିବୃଦ୍ଧି ନିମନ୍ତେ ନିରନ୍ତର ପ୍ରୟାସ ଚାଲିଛି। ଶକ୍ତକ୍ଷେତ୍ରରେ ପାରାଦୀପ ମଧ୍ୟ ପୂର୍ବ ଭାରତର ପ୍ରବେଶ ଦ୍ୱାର ହେବାକୁ ଯାଉଛି। ପ୍ରସ୍ତାବିତ ପାରାଦୀପ-ବଡବିଲ ଅର୍ଥନୈତିକ କରିଡର, କୋଷ୍ଟାଲ ହାଇୱେ, ପାରାଦୀପରେ ୱେଷ୍ଟର୍ଣ୍ଣ ଡକର ନିର୍ମାଣ, ପରାଦୀପ-ହରିଦାସପୁର ରେଳଲାଇନ ବନ୍ଦରଭିତ୍ତିକ ଅର୍ଥନୀତିକୁ ମଜଭୁତ୍‌ କରିବାରେ ସାହାଯ୍ୟ କରିବ। ଓଡ଼ିଶାର ସୁଦୀର୍ଘ ବେଳାଭୂମି ବିକାଶରେ ଗେମ-ଚେଞ୍ଜର ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri