Posted inଖେଳ

୪୬୭ ଦିନ ହେବ ଏହି ରେକର୍ଡର ପିଛା କରୁଛନ୍ତି କୋହଲି, ଆଜି ବଦଳିପାରେ ଭାଗ୍ୟ

ଅହମ୍ମଦାବାଦ,୫।୩: ମାର୍ଚ୍ଚ ୪ରୁ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଭାରତ ଏବଂ ଇଂଳଣ୍ଡ ମଧ୍ୟରେ ୪ର୍ଥ ଟେଷ୍ଟ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ରିକି ପଣ୍ଟିଙ୍କ ରେକର୍ଡ ଭାଙ୍ଗିବାର ସୁଯୋଗ ରହିଛି। ଯଦି ବିରାଟ ଇଂଲଣ୍ଡ ବିପକ୍ଷ ଏହି ଟେଷ୍ଟରେ ଶତକ କରିବାରେ ସଫଳ ହୁଅନ୍ତି ତେବେ ଅଧିନାୟକ ଭାବରେ ସେ ସର୍ବାଧିକ ଅନ୍ତର୍ଜାତୀୟ ଶତକ ହାସଲ କରିବାରେ ରେକର୍ଡ କରିବେ। ଏବେ ପଣ୍ଟିଂ ଏବଂ ବିରାଟ ଅଧିନାୟକ ଭାବରେ ୪୧-୪୧ ଶତକ ଅର୍ଜନ କରିଛନ୍ତି। ଏହି ସମାନତା ଆଜି ନୁହେଁ ୪୬୭ ଦିନ ଧରି ବଜାୟ ରହିଛି। ଇତିମଧ୍ୟରେ ବିରାଟ ୩୫ ଇନିଂସ ଖେଳିଥିଲେ ମଧ୍ୟ ଶତକ ଅର୍ଜନ କରିନାହାନ୍ତି। କୋହଲି ମାତ୍ର ୧୯୦ଟି ମ୍ୟାଚ ଅଧିନାୟକତ୍ୱ କରିଥିବା ଏହି ଶତକ ହାସଲ କରିଥିବାବେଳେ ପଣ୍ଟିଂ ୩୨୪ଟି ମ୍ୟାଚ ଖେଳି ୪୧ ଶତକ ମାରିଥିଲେ। ଯଦି କୋହଲି ଚତୁର୍ଥ ଟେଷ୍ଟରେ ଗୋଟିଏ ଶତକ ମାରନ୍ତି, ତେବେ ଟେଷ୍ଟ କ୍ୟାରିୟରରେ ଏହା ତାଙ୍କର ୨୮ ତମ ଶତକ ହେବ। ଏହା ବ୍ୟତୀତ ଅନ୍ତର୍ଜାତୀୟ କ୍ରିକେଟରେ କୋହଲିଙ୍କ ୭୦ ଶତକ ରହିଛି। ତାଙ୍କଠାରୁ କେବଳ ସଚିନ ତେନ୍ଦୁଲକର (୧୦୦) ଏବଂ ପଣ୍ଟିଂ (୭୧) ଆଗରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri