ଲୋକ ହେଉଛନ୍ତି ମାଲିକ

ଭୁବନେଶ୍ୱର, ୬ା୩(ବ୍ୟୁରୋ): ଗଣତନ୍ତ୍ରରେ ଲୋକ ହେଉଛନ୍ତି ମାଲିକ। ଲୋକଙ୍କୁ ସଶକ୍ତ କରିବା ଏବଂ ବ୍ୟବସ୍ଥାରେ ପରିବର୍ତ୍ତନ ଆଣି ସେମାନଙ୍କୁ ସମ୍ମାନର ସହ ସେବା ଯୋଗାଇଦେବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ। ସେବା ଓ ସମ୍ମାନ ହେଉଛି ସରକାରଙ୍କର ମୂଳମନ୍ତ୍ର। ଏହି ଲକ୍ଷ୍ୟ ନେଇ ଆମର ୫-ଟି ପଦକ୍ଷେପ ଏବଂ ‘ମୋ ସରକାର’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ସାଧାରଣ ଲୋକେ ଯେପରି ସୁବିଧା ଓ ସହଜରେ ବିଭିନ୍ନ ସରକାରୀ ସେବା ପାଇପାରିବେ ଏହା ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ଶୁକ୍ରବାର ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜୟନ୍ତୀ ପାଳନ ଅବସରରେ ୩୦୦୦ ମୋ ସେବା କେନ୍ଦ୍ର ଏବଂ ଓଡ଼ିଶା ଓ୍ବାନ୍‌ ପୋର୍ଟାଲ (www.odishaone.gov.in)କୁ ଲୋକାର୍ପଣ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି।
୫-ଟି ଉପକ୍ରମ ଅନୁଯାୟୀ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଜୁବାବୁଙ୍କ ଜୟନ୍ତୀକୁ ରାଜ୍ୟ ସରକାର ପଞ୍ଚାୟତିରାଜ ଦିବସ ଓ ଲୋକସେବା ଦିବସ ଭାବେ ପାଳନ କରୁଛନ୍ତି। ପ୍ରଯୁକ୍ତିବିଦ୍ୟାର ଉପଯୋଗ ନେଇ ବିଜୁବାବୁଙ୍କ ଚିନ୍ତାଧାରା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଆଲୋକପାତ କରି କହିଛନ୍ତି, ବିଜୁବାବୁ ଚାହୁଁଥିଲେ ପ୍ରଯୁକ୍ତିବିଦ୍ୟାର ସୁବିଧା ପ୍ରତ୍ୟେକ ଗାଁରେ ପହଞ୍ଚୁ। ଏହାର ସୁଫଳ ସାଧାରଣ ଲୋକଙ୍କ ସେବାରେ ଉପଯୋଗ ହେଉ। ଲୋକଙ୍କ ଜୀବନଧାରଣ ମାନରେ ଉନ୍ନତି ଆସୁ। ମୋ ସେବାକେନ୍ଦ୍ର ଏ ଦିଗରେ ଏକ ବଳିଷ୍ଠ ପଦକ୍ଷେପ ବୋଲି ମୁଖ୍ୟମନ୍ତ୍ରୀ ବର୍ଣ୍ଣନା କରିଛନ୍ତି। ଏହି କେନ୍ଦ୍ର ଦ୍ୱାରା ସାଧାରଣ ଲୋକ ନିଜ ଘର ପାଖରେ ବିଭିନ୍ନ ପ୍ରକାର ସରକାରୀ ସୁବିଧା ପାଇପାରିବେ। ଏଥିପାଇଁ ସେମାନଙ୍କୁ ଆଉ ବାରମ୍ବାର ଅଫିସ ଯିବାକୁ ପଡ଼ିବ ନାହିଁ। ଆଗାମୀ ଦିନରେ ରାଜ୍ୟର ସବୁ ପଞ୍ଚାୟତରେ ଗୋଟିଏ ଲେଖାଏ ମୋ ସେବାକେନ୍ଦ୍ର ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହାଦ୍ୱାରା ୮୦୦୦ ଯୁବତୀଯୁବକ ଆତ୍ମନିଯୁକ୍ତିର ସୁଯୋଗ ପାଇବେ। ସେହିପରି ସହରବାସୀ ତଥା ଯେଉଁମାନେ କମ୍ପ୍ୟୁଟର ଜାଣିଛନ୍ତି, ସେହି ଲୋକଙ୍କ ପାଇଁ ଓଡ଼ିଶା ଓ୍ବାନ୍‌ ପୋର୍ଟାଲ ସେବା ଯୋଗାଇବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଦୁଇ କାର୍ଯ୍ୟକ୍ରମ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିବା ତଥା ସେବାର ଗୁଣାତ୍ମକ ମାନ ତଦାରଖ କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ, ୨୦୧୯ ଅଗଷ୍ଟରେ ୫-ଟି ଉପକ୍ରମର ଶୁଭାରମ୍ଭ ହୋଇଥିଲା। ଏହି ସମୟରେ ମୁଖ୍ୟମନ୍ତ୍ରୀ କହିଥିଲେ, ସରକାରୀ ଅଫିସକୁ ବିଭିନ୍ନ ସେବା ପାଇବା ପାଇଁ ଲୋକଙ୍କୁ ବାରମ୍ବାର ଯିବାରୁ ମୁକ୍ତି ଦେବାରେ ଏହା ଏକ ଯୁଗାନ୍ତକାରୀ ପଦକ୍ଷେପ ହେବ। ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ଏହା ମୁଖ୍ୟମନ୍ତ୍ରୀଙ୍କ ଏକ ଐତିହାସିକ ପଦକ୍ଷେପ ଭାବେ ବର୍ଣ୍ଣନା କରିଛନ୍ତି। ଏହାଦ୍ୱାରା ସବୁ ବର୍ଗର ଲୋକ ଉପକାର ପାଇବେ ବୋଲି ସେ ମତ ଦେଇଛନ୍ତି। ମୋ ସେବାକେନ୍ଦ୍ରର ସୁବିଧା ନେଇଥିବା କୋଣାର୍କ, ହିଞ୍ଜିଳି, ଅତାବିରା, ନବରଙ୍ଗପୁର, ଭଦ୍ରକ ଓ ଗଜପତିର ହିତାଧିକାରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ମତ ବିନିମୟ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ(୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ। ଇଲେକ୍ଟ୍ରୋନିକ ଓ ଆଇଟି ବିଭାଗ ସଚିବ ମନୋଜ ମିଶ୍ର କାର୍ଯ୍ୟକ୍ରମ ସମ୍ପର୍କରେ ପ୍ରାରମ୍ଭିକ ସୂଚନା ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ସ୍ଥାନରେ ଏମ୍‌ପି ଓ ବିଧାୟକଙ୍କ ସମେତ ବିଭାଗୀୟ ଉପଦେଷ୍ଟା ଅନୁଭବ ପଟ୍ଟନାୟକ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri