‘୫ ବର୍ଷରେ ଓଡ଼ିଶା ଦ୍ରୁତ ଅଭିବୃଦ୍ଧି କରିଛି’

ଭୁବନେଶ୍ୱର,୬।୩(ବ୍ୟୁରୋ): ଦକ୍ଷତା ବିକାଶ କ୍ଷେତ୍ରରେ ଓଡ଼ିଶା ଗତ ୫ବର୍ଷ ଭିତରେ ଦ୍ରୁତ ଅଭିବୃଦ୍ଧି ହାସଲ କରିଛି। ଆମ ଯୁବଗୋଷ୍ଠୀଙ୍କ ଆକାଂକ୍ଷା ପୂରଣ କରିବା ଓ ସେମାନଙ୍କୁ ସର୍ବଭାରତୀୟ ସ୍ତରରେ ନିଯୁକ୍ତି ଦେବା ହେଉଛି ଆମର ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଶୁକ୍ରବାର ଭୁବନେଶ୍ୱରରେ ଏକ ବିଶ୍ୱସ୍ତରୀୟ ଦକ୍ଷତା ତାଲିମ ପ୍ରତିଷ୍ଠାନ ‘ବିଶ୍ୱ ଦକ୍ଷତା କେନ୍ଦ୍ର’ ବା ‘ଓ୍ବାଲର୍‌ଡ ସ୍କିଲ ସେଣ୍ଟର’କୁ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରି ଏହା କହିଛନ୍ତି। ‘ଓ୍ବାଲର୍‌ଡ ସ୍କିଲ ସେଣ୍ଟର’ ଆମର ଯୁବପିଢ଼ିଙ୍କୁ ଦକ୍ଷତା ତାଲିମ ଦେଇ ସେମାନଙ୍କୁ ବିଶ୍ୱସ୍ତରରେ ପ୍ରତିଯୋଗିତା ପାଇଁ ପ୍ରସ୍ତୁତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଏହି ବିଶ୍ୱ ଦକ୍ଷତା କେନ୍ଦ୍ରକୁ ସିଙ୍ଗାପୁରର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନିକାଲ ଏଜୁକେଶନ, ରୁଷିଆର ଓ୍ବାଲର୍‌ଡ ସ୍କିଲ୍ସ ଏବଂ ଦକ୍ଷିଣ କୋରିଆର ଗ୍ଲୋବାଲ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଫର୍‌ ଟ୍ରାନ୍ସଫର ସ୍କିଲ୍‌ ମଡେଲ ଅନୁଯାୟୀ ପ୍ରତିଷ୍ଠା କରାଯାଇଛି। ଓଡ଼ିଶା ସ୍କିଲ ଡେଭଲପମେଣ୍ଟ ପ୍ରୋଜେକ୍ଟ ଅଧୀନରେ ନିର୍ମିତ ଏହି କେନ୍ଦ୍ରକୁ ଏସୀୟ ଡେଭଲପ୍‌ମେଣ୍ଟ ବ୍ୟାଙ୍କ ସହଯୋଗ କରିଥିବାବେଳେ ନଲେଜ ପାର୍ଟନର ରହିଛି ସିଙ୍ଗାପୁରର ଆଇଟିଇ ଏଜୁକେଶନ ସର୍ଭିସେସ୍‌। ୧୩୪୨.୨କୋଟି ଟଙ୍କାର ବଜେଟରେ ଏହି କେନ୍ଦ୍ର ପ୍ରତିଷ୍ଠା କରାଯାଇଛି। ବିଶ୍ୱ ଦକ୍ଷତା କେନ୍ଦ୍ର ଆଇଟିଆଇ ଏବଂ ପଲିଟେକ୍ନିକ ଛାତ୍ରୀଛାତ୍ରଙ୍କ ପାଇଁ ଏକ ସ୍ବୟଂ ସମ୍ପୂର୍ଣ୍ଣ ଅନୁଷ୍ଠାନ ଭାବେ ପରିଗଣିତ ହେବା ସହ ସେବା କାର୍ଯ୍ୟକ୍ରମ ଚଳାଇବ। ଆଇଟିଆଇ ଓ ପଲିଟେକ୍ନିକ୍‌ ଶିକ୍ଷକମାନଙ୍କ ପାଇଁ ଦକ୍ଷତା ବୃଦ୍ଧି ନିମନ୍ତେ ଏହା ଏକ କେନ୍ଦ୍ର ଭାବେ କାର୍ଯ୍ୟ କରିବ। ରେଫ୍ରଜରେଶନ ଆଣ୍ଡ୍‌ ଏୟାର୍‌ କଣ୍ଡିସନର, ମେକାନିକାଲ ଏବଂ ଇଲେକ୍ଟ୍ରିକାଲ ସର୍ଭିସେସ୍‌, ଭର୍ଟିକାଲ ଟ୍ରାନ୍ସପୋର୍ଟ, ପ୍ରେସିସନ୍‌ ଇଞ୍ଜିନିୟରିଂ, ମେକାଟ୍ରୋନିକ୍ସ ଏବଂ ଇଲେକ୍ଟ୍ରିକାଲ ଟେକ୍ନୋଲୋଜି ସମେତ ଫ୍ୟାଶନ ଏବଂ ଡିଜାଇନ ଓ ସୌନ୍ଦର୍ଯ୍ୟ ଏବଂ ସୁସ୍ଥତା ଭଳି ପାଠ୍ୟକ୍ରମ ପ୍ରଥମ ଥର ଆରମ୍ଭ କରିବାକୁ ବିଶ୍ୱ ଦକ୍ଷତା କେନ୍ଦ୍ର ପ୍ରସ୍ତୁତ ହୋଇଛି। ଆଇଟିଆଇ/ପଲିଟେକ୍ନିକ ଛାତ୍ରୀଛାତ୍ରଙ୍କୁ ଏହି କେନ୍ଦ୍ର ମଡ୍ୟୁଲାର ପାଠ୍ୟକ୍ରମ ମଧ୍ୟ ପ୍ରଦାନ କରିବ। ଏହାବ୍ୟତୀତ ଓଡ଼ିଶାର ଶିଳ୍ପ ଅନୁଷ୍ଠାନ ପାଇଁ ସେଣ୍ଟର ଫର୍‌ ଇଣ୍ଡଷ୍ଟ୍ରି ପାର୍ଟନରଶିପ୍‌ ଭାବେ କାର୍ଯ୍ୟ କରିବ।
ଏହି ଅବସରରେ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଅଧ୍ୟକ୍ଷ ସୁବ୍ରତୋ ବାଗ୍‌ଚୀ ‘କୁଶଳୀ ଓଡ଼ିଶା’ର ୫ବର୍ଷର ସଫଳତା ଉପରେ ଆଲୋକପାତ କରିଥିଲେ। ଆମର ଯୁବକମାନଙ୍କୁ ବିଶ୍ୱବ୍ୟାପୀ ନିଯୁକ୍ତି ଦେବା ନିମନ୍ତେ ଦକ୍ଷତା ବିକାଶ ପାଇଁ ଉତ୍ତମ ସୁଯୋଗ ଯୋଗାଇବା ଏବଂ ସାମଗ୍ରିକ ବିକାଶର ଆବଶ୍ୟକତା ପାଇଁ ରାଜ୍ୟ ସ୍କିଲ ଭିଜନ ୨୦୩୦ ସୃଷ୍ଟି କରିବ ବୋଲି ବାଗ୍‌ଚୀ କହିଛନ୍ତି। ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗ ଶାସନ ସଚିବ ସଞ୍ଜୟ କୁମାର ସିଂ ଯୋଗଦେଇ ଓଡ଼ିଶାର ସ୍କିଲ ଇକୋସିଷ୍ଟମରେ ବିଶ୍ୱ ଦକ୍ଷତା କେନ୍ଦ୍ରର ଭୂମିକା ଉପରେ ଆଲୋକପାତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରେମାନନ୍ଦ ନାୟକ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଏସୀୟ ଡେଭଲପ୍‌ମେଣ୍ଟ ବ୍ୟାଙ୍କ ଡିଜି କେନିଚି ୟୋକୋୟାମା, ଆଇଟିଇଇଏସ୍‌ ସିଇଓ ବ୍ରୁସ୍‌ ପୋହ ପ୍ରମୁଖ ଉପସ୍ଥିତ ରହି ବିଶ୍ୱ ଦକ୍ଷତା କେନ୍ଦ୍ରର ଉଦ୍‌ଘାଟନ ଅବସରରେ ସେମାନଙ୍କର ଶୁଭେଚ୍ଛା ଜଣାଇଥିଲେ। ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ରଶ୍ମିତା ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଡ୍ଡୁ ଗୋପାଳଙ୍କ ମୂର୍ତ୍ତି କେତେ ବଡ଼ ହେବା ଉଚିତ? ଜାଣନ୍ତୁ ଘରେ ରଖିବାର ୧୦ ନିୟମ…

ଲଡ୍ଡୁ ଗୋପାଳ ହେଉଛନ୍ତି ଭଗବାନ ଶ୍ରୀକୃଷ୍ଣଙ୍କ ବାଳ ସ୍ବରୂପ। ଘରେ ଲଡ୍ଡୁ ଗୋପାଳଙ୍କୁ ରଖିବା କେବଳ ପୂଜା ନୁହେଁ, ବରଂ ଏକ ବାଳକଙ୍କୁ ପରିବାରର ସଦସ୍ୟ...

ବୃଦ୍ଧାବସ୍ଥାରେ ଜୀବନଟା କଷ୍ଟଦାୟକ: ନଞ୍ଜାଙ୍କୁ ମିଳୁଛି କମ ଭତ୍ତା, ଦୁଇଓଳା ଦୁଇମୁଠା ଖାଇବା…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ବୟସ ଥିବା ସମୟରେ ଜୀବନଟା ସେତେଟା କଷ୍ଟ ଲାଗେନି କିନ୍ତୁ ବୃଦ୍ଧାବସ୍ଥା ଶରୀରକୁ ରୋଗକ୍ରାନ୍ତ କରିପକାଏ। ଏଭଳି କିଛି ଦୃଶ୍ୟ...

ଆଖିବୁଜା ଗୁଳିମାଡ଼ କଲେ ଦୁର୍ବୃତ୍ତ, ଚାଲିଗଲା ୧୦ ଜଣଙ୍କ ଜୀବନ

କେପଟାଉନ୍‌,୨୧ା୧୨: ଦକ୍ଷିଣ ଆଫ୍ରିକା ଜୋହାନ୍ସବର୍ଗରେ ଆଖିବୁଜା ଗୁଳିମାଡ଼ ହୋଇଛି। ଫଳରେ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଦୁର୍ବୃତ୍ତମାନେ ଗୁଳିମାଡ଼ କରି ଫେରାର ହୋଇଯାଇଥିବାବେଳେ ପୋଲିସ ଛାନ୍‌ଭିନ୍‌...

ଶୁବମନ ଗିଲଙ୍କ ସହ ହୋଇଛି ଧୋକା! ଓ୍ବାର୍ଲଡକପ ଟିମ୍‌ରୁ ବାଦ ଦିଆଯିବା ପରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆ ଘୋଷଣା କରିଥିଲେ, ସେତେବେଳେ ଶୁବମନ ଗିଲଙ୍କ ନାମ ତାଲିକାରେ...

୨୯ ଡିସେମ୍ୱରରେ ଏହି ୩ରାଶିର ଭଲ ଟାଇମ୍‌, ବର୍ଷଶେଷବେଳକୁ ହୁ ହୁ ହୋଇ ବଢିଯିବ ଧନ

ହିନ୍ଦୁ ଧର୍ମରେ, ଗ୍ରହ ଆଧାରରେ ରାଶି ଗଣନା କରାଯାଏ। ଯେତେବେଳେ କୌଣସି ଗ୍ରହ ତାର ରାଶି ପରିବର୍ତ୍ତନ କରେ, ଏହା ଶୁଭ ଏବଂ ଅଶୁଭ ଉଭୟ...

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ, ବୁଲିବା ପାଇଁ ବେଷ୍ଟ ଯାଗା

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ...

Top 5 Beaches of Odisha: ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ସମୁଦ୍ର କୂଳ, ପିକନିକ୍‌ ପ୍ଲାନିଂ କରୁଥିଲେ ଜାଣି ନିଅନ୍ତୁ

ପୁରୀ ଓଡ଼ିଶାର ପୂର୍ବ ଉପକୂଳରେ ଅବସ୍ଥିତ ପୁରୀ ବେଳାଭୂମି। ଜଗନ୍ନାଥ ଧାମ ନିକଟରେ ଥିବା ଏହି ବେଳାଭୂମିର ସୌନ୍ଦର୍ଯ୍ୟ ଅବଲୋକନ କରିବାକୁ ଦୈନିକ ଲକ୍ଷଲକ୍ଷ ପର୍ଯ୍ୟଟକଙ୍କ...

ଜାଣିଛନ୍ତି କି ପେଟ୍ରୋଲ-ଡିଜେଲ ବି ହୁଏ ଏକ୍ସପାରୀ, ଏତିକି ଦିନ ଯାଏ ରଖିପାରିବେ…

ଅଧିକାଂଶ ଲୋକ ବିଶ୍ୱାସ କରନ୍ତି ଯେ ଥରେ ଟ୍ୟାଙ୍କରେ ଭର୍ତ୍ତି କରି କିମ୍ୱା କ୍ୟାନରେ ସଂରକ୍ଷଣ କରିଦେଲେ, ଇନ୍ଧନ ସବୁଦିନ ପାଇଁ ରହିଥାଏ। କିନ୍ତୁ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri