ଭୁବନେଶ୍ୱର,୬ା୩(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସେ କହିଛନ୍ତି ଯେ ବିଜୁବାବୁଙ୍କର ଭବିଷ୍ୟତ ଦେଶ ଗଠନ ଲକ୍ଷ୍ୟ, ମାନବ ସଶକ୍ତୀକରଣ ଏବଂ ସାମାଜିକ ନ୍ୟାୟ ଆମ ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇଛି। ଓଡ଼ିଶା ବିକାଶରେ ତାଙ୍କର ଉଦ୍ୟମ ପାଇଁ ଦେଶ ଗର୍ବିତ। ଘରେ ଘରେ ପରିଚିତ ଥିବା ବିଜୁବାବୁଙ୍କ ଜୟନ୍ତୀକୁ ଓଡ଼ିଶା ସରକାର ସାରା ରାଜ୍ୟରେ ପଞ୍ଚାୟତିରାଜ ଦିବସ ଓ ଲୋକସେବା ଦିବସ ଭାବେ ପାଳନ କରୁଛନ୍ତି। ଉକ୍ତ ଦିବସକୁ ସରକାରୀ ଛୁଟି ଦିବସ ଭାବେ ଘୋଷଣା କରି ଏହି ମହାନ୍ ଜନନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ବିଜୁବାବୁ ଜଣେ ସାହସୀ ବିମାନ ଚାଳକ ଥିଲେ। ଇଣ୍ଡୋନେସିଆର ସ୍ବାଧୀନତା ସଂଗ୍ରାମ ଏବଂ କଶ୍ମୀର ଯୁଦ୍ଧ ସମୟରେ ସଂଗ୍ରାମୀଙ୍କୁ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ନେବାରେ ସେ ସାହସିକତାର ପ୍ରମାଣ ଦେଇଛନ୍ତି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।
ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ
ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...
୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…
ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...
ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…
କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଘୋଷଣା...
ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି: ଭୁଲରେ ବି କରନ୍ତୁ ନି ଏପରି…
ଭୁବନେଶ୍ୱର,୩୦।୧୨: ମଙ୍ଗଳବାର ଏବଂ ବୁଧବାର ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି କରାଯିବ। ଏ ନେଇ ସବୁ RTOଙ୍କୁ ପରିବହନ କମିଶନର ଚିଠି ଲେଖିଛନ୍ତି। ମଦ ପିଇ...
ଯାଜପୁର ଏମ୍ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…
ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...
ତୃଣମୂଳ ସ୍ତରରେ ସଂଗଠନ ହେବ ସୁଦୃଢ଼: ଜିଲା ସଭାପତି ହେଉ ହେଉ ସାଙ୍ଗଠନିକ କମିଟି ଗଠନ କଲେ…
ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଭାଜପା ଭଞ୍ଜନଗର ସାଙ୍ଗଠନିକ ଜିଲା ନୂତନ କମିଟି ଗଠିତ ହୋଇଛି। ଫଳରେ ନୂତନ କର୍ମକର୍ତ୍ତାଙ୍କୁ ନେଇ ତୃଣମୂଳ ସ୍ତରରେ ସଂଗଠନ ଆହୁରି ସୁଦୃଢ଼...
BMCର ବଡ଼ ସୂଚନା: ଜାନୁଆରୀ ୪ରେ ‘ପଥ ଉତ୍ସବ’
ଭୁବନେଶ୍ବର,୩୦।୧୨: ଭୁବନେଶ୍ୱର ମହାନଗର ନିଗମ୍(BMC) ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଦିଆଯାଇଛି। ରାଜଧାନୀ ଭୁବନେଶ୍ୱରରେ ଜାନୁଆରୀ ୪ତାରିଖରୁ ଚଳିତ ସିଜିନ୍ର ପ୍ରଥମ ‘ପଥ ଉତ୍ସବ’...
ରାଜ୍ୟସ୍ତରୀୟ ଚକରା ବିଷୋୟୀ ଜୟନ୍ତୀ: ଆମେ ଲୋକଙ୍କ ଡାକ ପିଅନ କହିଲେ…
ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବିଞ୍ଜିଗିରି ଠାରେ ବୀର ଚକରା ବିଷୋୟୀଙ୍କ ରାଜ୍ୟ ସ୍ତରୀୟ ୨୦୩ ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏଥିରେ...
Archives


